Revised Common Lectionary (Complementary)
4 ଏଲିୟ ପ୍ରାନ୍ତର ଭିତରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳରେ ବସି ପଡ଼ିଲେ ଓ ନିଜର ମୃତ୍ୟୁ ପାଇଁ ପ୍ରାର୍ଥନା କରି କହିଲେ, “ଏହା ଯଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମୋର ପ୍ରାଣ ନିଅ, କାରଣ ମୁଁ ମୋର ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।”
5 ତା'ପରେ ଏଲିୟ ସେହି ରୋତମ ଗଛମୂଳରେ ନିଦ୍ରା ଗଲେ। ଏହା ପରେ ଜଣେ ସ୍ୱର୍ଗଦୂତ ଆସିଲେ ଓ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ! ଭୋଜନ କର।” 6 ଅନନ୍ତର ଏଲିୟ ଦେଖିଲେ ତାଙ୍କର ମୁଣ୍ତ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶୟନ କଲେ।
7 ଏହା ପରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ସ୍ପର୍ଶ କଲେ ଓ କହିଲେ, “ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ଯାତ୍ରା ପାଇଁ ଶକ୍ତିଶାଳୀ ହେବା ଦରକାର।” 8 ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ।
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା'ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।
29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
5 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର। 2 ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।
35 ତା'ପରେ ଯୀଶୁ କହିଲେ, “ମୁଁ ସେହି ଜୀବନଦାୟକ ଖାଦ୍ୟ। ମୋ’ ନିକଟକୁ ଯେ କେହି ଆସେ ସେ କଦାପି ଭୋକିଲା ରହିବ ନାହିଁ। ମୋତେ ଯିଏ ବିଶ୍ୱାସ କରେ, ସେ କେବେ ତୃଷିତ ହେବ ନାହିଁ।
41 “ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ। 42 ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’”
43 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର। 44 ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ। 45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’(A) ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। 46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ୟକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କେବଳ ସେହି ଜଣେ ଦେଖିଛନ୍ତି, ଯିଏ କି ପରମେଶ୍ୱରଙ୍କଠାରୁ ଆସିଛନ୍ତି। ସେହି ଲୋକ ପରମପିତାଙ୍କୁ ଦେଖିଛନ୍ତି।
47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ। 48 ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ। 49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି। 50 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ସେହି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତେବେ ସେ କଦାପି ମରିବ ନାହିଁ। 51 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”
2010 by World Bible Translation Center