Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 146

146 ସଦାପ୍ରଭୁଙ୍କର ପ୍ରଶଂସା କର!
    ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
    ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
    ଲୋକମାନଙ୍କ ପ୍ରତି ଭରସା କର ନାହିଁ।
    କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
ଲୋକମାନେ ମରନ୍ତି ଓ କବର ନିଅନ୍ତି।
    ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
    ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
    ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
    ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
    ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
    ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
    ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
    ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
    ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।

ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 33:1-9

33 ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।

ସେତେବେଳେ ଲୋକମାନେ କହିବେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର।
    ଆମ୍ଭେମାନେ ତୁମ୍ଭର ଅନୁଗ୍ରହକୁ ଅପେକ୍ଷା କରିଛୁ।
ହେ ସଦାପ୍ରଭୁ, ପ୍ରତି ପ୍ରଭାତରେ ତୁମ୍ଭେ ଆମ୍ଭମାନଙ୍କର ବାହୁସ୍ୱରୂପ ହୁଅ।
    ସଙ୍କଟ ସମୟରେ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ହୁଅ।
ତୁମ୍ଭର ଶକ୍ତିଶାଳୀ କୋଳାହଳରେ ଗୋଷ୍ଠୀଗଣ ପଳାୟନ କଲେ।
    ତୁମ୍ଭର ମହାନତା ଗୋଷ୍ଠୀଗୁଡ଼ିକୁ ଛିନ୍ନଭିନ୍ନ କଲା।’

ପତଙ୍ଗ ଖାଦ୍ୟ ସଂଗ୍ରହ କଲାପରି ତୁମ୍ଭମାନଙ୍କର ସମ୍ପତ୍ତି ଲୁଟିତ ସଂଗୃହୀତ ହେବ। ଯେପରି ପତଙ୍ଗମାନେ ଡିଆଁ ମାରନ୍ତି, ସେହିପରି ବହୁଲୋକ ତା’ ଉପରେ ଡିଆଁ ମାରିବେ।

ସଦାପ୍ରଭୁ ଉନ୍ନତ, କାରଣ ସେ ଊର୍ଦ୍ଧ୍ୱ ଲୋକରେ ବାସ କରନ୍ତି। ସେ ସିୟୋନକୁ ନ୍ୟାୟ ବିଗ୍ଭର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।

ହେ ଯିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷୟକ, ତାହା ସେ ଦିଅନ୍ତି।

ମାତ୍ର ଶୁଣ, ସେମାନଙ୍କର ପରାକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଛନ୍ତି। ଶାନ୍ତିକାମୀ ଦୂତମାନେ ଅତିଶୟ ରୋଦନ କରୁଛନ୍ତି। ରାଜପଥ ଧ୍ୱଂସପ୍ରାପ୍ତ ହୋଇଛି। ସେଠାରେ କେହି ପଥିକ ଦେଖାଯିବେ ନାହିଁ। ସେମାନେ ଚୁକ୍ତି ଭଙ୍ଗ କରିଛନ୍ତି। ନଗର ସବୁକୁ ତୁଚ୍ଛ କରିଛନ୍ତି ଏବଂ କେହି ହେଲେ ସମ୍ମାନ ହୋଇ ନାହାନ୍ତି। ଦେଶ ଜଟିଳ ସମସ୍ୟା ଏବଂ ଅବସନ୍ନ ରୂପ ପରିଧାନ କରିଛି। ଲିବାନୋନ ଲଜ୍ଜିତ ଓ ଶୁଷ୍କ ଦେଖା ଯାଉଛି, ଶାରୋଣ ଅରଣ୍ୟ ତୁଲ୍ୟ ଦେଖା ଯାଉଛି। ବାଶନ୍ ଓ କର୍ମିଲର ପତ୍ର ଝାଡ଼ି ହୋଇଛି।

ମାଥିଉ ଲିଖିତ ସୁସମାଗ୍ଭର 15:21-31

ଜଣେ ଅଣଯିହୂଦୀ ସ୍ତ୍ରୀକୁ ଯୀଶୁଙ୍କ ସହାୟତା

(ମାର୍କ 7:24-30)

21 ଯୀଶୁ ସେ ସ୍ଥାନଛାଡ଼ି ସୋର ଓ ସୀଦୋନ ଅଞ୍ଚଳକୁ ଗ୍ଭଲିଗଲେ। 22 ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”

23 ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, “ସେ ଆମ୍ଭ ପଛେ ପଛେ ପାଟି କରି ଆସୁଛି। ତାକୁ ଗ୍ଭଲି ଯିବାକୁ କହି ଦିଅନ୍ତୁ।”

24 ଯୀଶୁ କହିଲେ, “ପରମେଶ୍ୱର ମୋତେ କେବଳ ଇସ୍ରାଏଲର ହଜିଯାଇଥିବା ଲୋକ (ଯିହୂଦୀ) ମାନଙ୍କ ପାଇଁ ପଠାଇଛନ୍ତି।”

25 ତା'ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, “ହେ ପ୍ରଭୁ! ମୋତେ ସାହାଯ୍ୟ କରନ୍ତୁ।”

26 ଯୀଶୁ କହିଲେ, “ପିଲାମାନଙ୍କ ଖାଦ୍ୟନେଇ କୁକୁରଗୁଡ଼ିକୁ ଦେଇଦେବା ଠି‌କ୍‌ କାମ ହେବ ନାହିଁ।”

27 ସେହି ସ୍ତ୍ରୀ କହିଲା, “ହଁ ପ୍ରଭୁ, ଏହା ଠି‌କ୍‌ କଥା। କିନ୍ତୁ ସେମାନଙ୍କ ମାଲିକମାନଙ୍କର ଖାଇବା ଟେବୁଲ ଉପରୁ ଖସି ପଡ଼ୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡ଼ିକ ଖାଇଥା’ନ୍ତି।”

28 ତା'ପରେ ଯୀଶୁ କହିଲେ, “ହେ ନାରୀ! ତୁମ୍ଭର ଗଭୀର ବିଶ୍ୱାସ ରହିଛି। ତୁମ୍ଭେ ମୋ'ଠାରୁ ଯାହା ଗ୍ଭହିଁଛ, ମୁଁ ତାହା କରିଦେବି।” ଏହା କହିବା ମାତ୍ରେ ସେହି ସ୍ତ୍ରୀର ଝିଅଟି ସମ୍ପୂର୍ଣ୍ଣ ରୂପେ ଭଲ ହୋଇଗଲା।

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରିଦେଲେ

29 ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।

30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 31 ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center