Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ଅବିମେଲକ ସହିତ ଅବ୍ରହାମଙ୍କର ମୂଲଗ୍ଭଲ
22 ଏହା ପରେ ଅବିମେଲକ ଏବଂ ଫୀଖୋଲ୍ ନାମକ ଅବ୍ରହାମଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ସହାୟ ଅଟନ୍ତି। 23 ତେଣୁ ତୁମ୍ଭେ ମୋ'ଠାରେ ପରମେଶ୍ୱରଙ୍କ ଆଗରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମୋ’ ପ୍ରତି ଓ ମୋର ସନ୍ତାନମାନଙ୍କ ପ୍ରତି ବିଶ୍ୱାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇବ ଏବଂ ମୋର ଦେଶ ଯେଉଁଠାରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦେଖାଇଛି।”
24 ତହିଁରେ ଅବ୍ରହାମ କହିଲେ, “ମୁଁ ପ୍ରତିଜ୍ଞା କରୁଛି।” 25 ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କବ୍ଜା କରି ନେଇଛନ୍ତି।
26 କିନ୍ତୁ ଅବିମେଲକ କହିଲେ, “ମୁଁ ଜାଣେ ନାହିଁ କିଏ ଏହା କରିଛି। ତୁମ୍ଭେ ଆଗରୁ ମୋତେ ଏ ବିଷୟରେ କିଛି କହିଲ ନାହିଁ। ମୁଁ ଆଜି ଏ ବିଷୟରେ ଶୁଣିବାକୁ ପାଇଲି।”
27 ତେଣୁ ଅବ୍ରହାମ ଓ ଅବିମେଲକ ମଧ୍ୟରେ ଏକ ଚୁକ୍ତି ହେଲା। ଅବ୍ରହାମ ଅବିମେଲକକୁ ଚୁକ୍ତିର ପ୍ରମାଣ ସ୍ୱରୂପ କିଛି ମେଷ ଓ ଗୋରୁ ଦେଲେ। 28 ଅବ୍ରହାମ ମଧ୍ୟ ମେଷପଲରୁ ସାତୋଟା ମେଷବତ୍ସା ଅଲଗା କରି ରଖିଲେ।
29 ଅବିମେଲକ ଅବ୍ରହାମଙ୍କୁ ପଗ୍ଭରିଲେ, “କାହିଁକି ତୁମ୍ଭେ ଏହି ସାତୋଟା ମେଷକୁ ଅଲଗା କଲ?”
30 ଅବ୍ରହାମ ଉତ୍ତର ଦେଲେ, “ମୁଁ ଯେ ଏହି କୂପ ଖୋଳିଅଛି ତହିଁର ପ୍ରମାଣ ନିମନ୍ତେ ମୋ'ଠାରୁ ଏହି ସାତୋଟା ମେଷ ବତ୍ସା ନେବାକୁ ହେବ।”
31 ଏଣୁ ସେହି ସ୍ଥାନର ନାମ ବେର୍ଶେବା ହେଲା, ସେ ସେହି କୂପର ନାମ ଏପରି ଦେଲେ, କାରଣ ସେହି ସ୍ଥାନରେ ଉଭୟ ପ୍ରତିଜ୍ଞା କରିଥିଲେ।
32 ତେଣୁ ଅବ୍ରହାମ ଏବଂ ଅବିମେଲକ ବେର୍ଶେବାଠାରେ ଏକ ଚୁକ୍ତି କଲେ। ଏହା ପରେ ଅବିମେଲକ ଏବଂ ତାଙ୍କର ସେନାପତି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
33 ଅବ୍ରହାମ ଏକ ବିଶେଷ ଗଛ ସେଠାରେ ରୋପଣ କଲେ। ସେହି ସ୍ଥାନରେ ଅବ୍ରହାମ ଅନାଦି ଅନନ୍ତ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। 34 ଏବଂ ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ବାସ କଲେ।
ଆତ୍ମାରେ ଜୀବନ
8 ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ। 2 ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି। 3 ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ। 4 ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।
5 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସବୁବେଳେ ତାହାଙ୍କ ପାପପୂର୍ଣ୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି। 6 ଯଦି ଜଣେ ଲୋକର ବିଗ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ଆତ୍ମିକ ମୃତ୍ୟୁ ହୁଏ। କିନ୍ତୁ ଯଦି ଜଣକର ବିଗ୍ଭର ଆତ୍ମା ଦ୍ୱାରା ନିୟନ୍ରିତ ହୁଏ, ତା'ହେଲେ ସେଠାରେ ଜୀବନ ଓ ଶାନ୍ତି ଅଛି। 7 ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ। 8 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ସେମାନେ ପରମେଶ୍ୱରଙ୍କୁ ଖୁସୀ କରି ପାରିବେ ନାହିଁ।
9 କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା'ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ। 10 ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା'ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି। 11 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।
2010 by World Bible Translation Center