Revised Common Lectionary (Complementary)
112 ସଦାପ୍ରଭୁଙ୍କର ପ୍ରଶଂସା କର।
ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
3 ସେହି ଲୋକର ପରିବାର ଧନଶାଳୀ ହେବେ
ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 ସେହି ଲୋକ କଦାପି ବିଚଳିତ ହେବ ନାହିଁ।
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
8 ସେହି ଲୋକ ସୁସ୍ଥିର ଥାଏ।
ସେ କେବେ ଭୟ କରେ ନାହିଁ।
ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
ତା'ର ଧର୍ମ ଏକ। ଚିରକାଳସ୍ଥାୟୀ।
ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
24 “ଜଣେ ଲୋକ ଏକ ସ୍ତ୍ରୀକୁ ବିବାହ କରି ଗ୍ରହଣ କଲାପରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହାଠାରେ ଅନୁଗ୍ରହ ନ ପାଏ। ତେବେ ସେହି ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବାହାର କରିଦେବା ଉଚିତ୍। 2 ସେ ସ୍ତ୍ରୀ ତା'ର ଗୃହରୁ ବାହାରି ଗଲାପରେ ଅନ୍ୟ ପୁରୁଷର ସ୍ତ୍ରୀ ହୋଇ ପାରିବ। 3-4 ଧରାଯାଉ ତା’ ନୂତନ ସ୍ୱାମୀ ତାକୁ ଭଲ ପାଇଲା ନାହିଁ ଓ ତାକୁ ମଧ୍ୟ ଛାଡ଼ପତ୍ର ଦେଲା କିଅବା ନୂତନ ସ୍ୱାମୀର ମୃତ୍ୟୁ ହୁଏ, ତେବେ ମଧ୍ୟ ତା'ର ପ୍ରଥମ ସ୍ୱାମୀ ତାକୁ ଆଉ ପୁନଃ ବିବାହ କରିବା ଉଚିତ୍ ନୁହଁ। ସେ କଳୁଷିତ ହୋଇ ସାରିବା ପରେ, କାରଣ ଏହି କାର୍ଯ୍ୟ ସଦାପ୍ରଭୁଙ୍କ ଆଗରେ ଘୃଣ୍ୟ ଅଟେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରିବା ପାଇଁ ଦେଉଛନ୍ତି ତାକୁ ପାପରେ ଦୋଷୀ କରାଅ ନାହିଁ।
5 “ଯଦି କୌଣସି ଲୋକ ନୂତନ ଭାବେ ବିବାହିତ ହୋଇଥାଏ ତେବେ ସେ ସୈନ୍ୟଦଳରେ ଯୋଗ ଦେବ ନାହିଁ। କିଅବା ତାଙ୍କୁ କୌଣସି ଦାୟିତ୍ୱ ପୂର୍ଣ୍ଣ କାର୍ଯ୍ୟଭାର ଦିଆଯିବ ନାହିଁ। ଏକ ବର୍ଷ ପାଇଁ ତାକୁ ସ୍ୱାଧୀନଭାବେ ବୁଲି ଖୁସୀ କରିବାକୁ ଦିଆଯିବ ସେ ତା'ର ନୂତନ ସ୍ତ୍ରୀକୁ ଧରି ଗୃହରେ ମନୋରଞ୍ଜନ କରି, ବାସ କରିବ।
10 ଯେଉଁମାନେ ବିବାହିତ ସେମାନଙ୍କୁ ମୁଁ ଏହି ଆଦେଶ ଦେଉଛି-ଏହି ଆଦେଶ ମୋ'ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି। 11 ଯେ, ପତ୍ନୀ ନିଜ ପତିକୁ କେବେ ହେଲେ ଛାଡ଼ିବା ଉଚିତ୍ ନୁହେଁ, କିନ୍ତୁ ଯଦି ପତ୍ନୀ ନିଜ ପତିକୁ ଛାଡ଼େ, ତା'ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶିଯିବା ଉଚିତ୍। ଠିକ୍ ସେହିଭଳି ପତି ମଧ୍ୟ ନିଜ ପତ୍ନୀକୁ ଛାଡ଼ପତ୍ର ଦେବା ଉଚିତ୍ ନୁହେଁ।
12 ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କହେ (ଏହା ମୋର କଥା, ପ୍ରଭୁଙ୍କର ନୁହେଁ): ଯଦି କୌଣସି ଖ୍ରୀଷ୍ଟିୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ୱାସିନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା'ହେଲେ ପତି ତାକୁ ତ୍ୟାଗ କରିବା ଉଚିତ୍ ନୁହେଁ। 13 ଯଦି କୌଣସି ପତ୍ନୀର ପତି ଅଛି, ଓ ସେ ଖ୍ରୀଷ୍ଟ ବିଶ୍ୱାସୀ ନୁହେଁ, କିନ୍ତୁ ସେ ପତ୍ନୀ ସହିତ ରହିବା ପାଇଁ ଇଚ୍ଛୁକ, ତା'ହେଲେ ପତ୍ନୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। 14 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ନ କରୁଥିବା ପତି, ତା'ର ବିଶ୍ୱାସ କରୁଥିବା ପତ୍ନୀ ମାଧ୍ୟମରେ ପବିତ୍ର କରାଯାଇଅଛି। ସେହିଭଳି ବିଶ୍ୱାସ ନ କରୁଥିବା ପତ୍ନୀ, ତା’ ବିଶ୍ୱାସ କରୁଥିବା ପତି ମାଧ୍ୟମରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ୟ ହୋଇ ନ ଥା’ନ୍ତା, ତା'ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହୋଇ ନ ଥା’ନ୍ତେ। କିନ୍ତୁ ସେମାନେ ଏବେ ପବିତ୍ର ଅଟନ୍ତି।
15 ତଥାପି ଯଦି ଜଣେ ଅବିଶ୍ୱାସୀ, ଜଣେ ବିଶ୍ୱାସୀଠାରୁ ଅଲଗା ହେବାକୁ ଇଚ୍ଛା କରେ, ତା'ହେଲେ ସେ ଅଲଗା ହୋଇପାରେ। ଯେତେବେଳେ ଏପରି ଘଟିବ, ଖ୍ରୀଷ୍ଟିୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହେବେ। ପରମେଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ରହିବାକୁ ଆହ୍ୱାନ ଦେଇଛନ୍ତି। 16 ପତ୍ନୀଗଣ ହୁଏତ ତୁମ୍ଭେମାନେ ନିଜର ରକ୍ଷା କରି ପାରିବ; ପତିଗଣ! ହୁଏତ ତୁମ୍ଭେମାନେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ୟତରେ କ’ଣ ଘଟିବ, ଏହା ତୁମ୍ଭେମାନେ ଏବେ ଜାଣି ନାହଁ।
2010 by World Bible Translation Center