Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 146

146 ସଦାପ୍ରଭୁଙ୍କର ପ୍ରଶଂସା କର!
    ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
    ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
    ଲୋକମାନଙ୍କ ପ୍ରତି ଭରସା କର ନାହିଁ।
    କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
ଲୋକମାନେ ମରନ୍ତି ଓ କବର ନିଅନ୍ତି।
    ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
    ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
    ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
    ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
    ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
    ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
    ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
    ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
    ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।

ସଦାପ୍ରଭୁଙ୍କର ପ୍ରଶଂସା କର।

ଦ୍ୱିତୀୟ ବିବରଣ 24:17-22

17 “ତୁମ୍ଭେ ବିଦେଶୀର କି ପିତୃମାତୃହୀନ ବିଗ୍ଭରରେ ଅନ୍ୟାୟ କରିବ ନାହିଁ। କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ। 18 ମାତ୍ର ତୁମ୍ଭେ ମିଶରରେ ସ୍ଥାୟୀଭାବେ ଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି। ଏକଥାକୁ ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଇ ଅଛୁ।

19 “ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ ତାହା ଆଣିବା ପାଇଁ ଫେରିଯିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ। 20 “ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ପାରିଲା ପରେ ଆଉ ଥରେ ଡାଳକୁ ଯିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। 21 “ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲାବେଳେ ଆପଣା ଉତ୍ତାରେ ପୁନର୍ବାର ସାଉଣ୍ଟିବ ନାହିଁ। ତାହା ବିଦେଶୀର ପିତୃହୀନର ଓ ବିଧବାର ହେବ। 22 ଆଉ ତୁମ୍ଭେମାନେ ମିଶର ଦେଶରେ ବନ୍ଧା ଦାସ ଥିଲ, ଏହା ସର୍ବଦା ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଇଅଛୁ।

ମାର୍କ ଲିଖିତ ସୁସମାଗ୍ଭର 11:12-14

ଯୀଶୁ କହିଲେ ଡିମ୍ବିରି ବୃକ୍ଷଟି ମରିଯିବ

(ମାଥିଉ 21:18-19)

12 ତହିଁ ଆରଦିନ ଯେତେବେଳେ ସେମାନେ ବେଥନୀୟାରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା। 13 ଯୀଶୁ ପତ୍ରରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରିଗଛ ଦେଖିଲେ। ଗଛରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସେଠାରେ ପହଞ୍ଚି ସେ ଗଛରେ ଗୋଟିଏ ହେଲେ ଡିମ୍ବିରି ଫଳ ପାଇଲେ ନାହିଁ। ଗଛରେ ପତ୍ର ଛଡ଼ା ଆଉ କିଛି ନ ଥିଲା। ଏହା ଡିମ୍ବିରି ଫଳ ଫଳିବା ଋତୁ ନ ଥିଲା। 14 ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ।

ମାର୍କ ଲିଖିତ ସୁସମାଗ୍ଭର 11:20-24

ଯୀଶୁ ବିଶ୍ୱାସର ଶକ୍ତି ଦେଖାଇଲେ

(ମାଥିଉ 21:20-22)

20 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ। 21 ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”

22 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ। 23 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି: ଯଦି କେହି ଲୋକ ଏହି ପର୍ବତକୁ କହିବ, ‘ତୁ ଉପୁଡ଼ି ସମୁଦ୍ରରେ ଯାଇ ପଡ଼ିଯା,’ ଏବଂ ଯଦି ଲୋକଟିର ମନରେ କୌଣସି ପ୍ରକାର ସନ୍ଦେହ ନ ଥାଇ ବିଶ୍ୱାସ କରିବ ଯେ, ସେ ଯାହା କହିଛି ତାହା ଘଟିବ, ତେବେ ପରମେଶ୍ୱର ତା’ ପାଇଁ ତାହା କରି ଦେବେ। 24 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center