Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 113

113 ସଦାପ୍ରଭୁଙ୍କର ପ୍ରଶଂସା କର!

ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
    ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
ଅଦ୍ୟାବଧି ଚିରକାଳ
    ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
    ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
    ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
    ଦେଖିବାକୁ ତଳକୁ ଗ୍ଭହିଁଲେ।
ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
    ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ।
    କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର!

ଆଦିପୁସ୍ତକ 25:19-28

ଇ‌ସ୍‌ହାକଙ୍କର ବଂଶ

19 ଅବ୍ରହାମଙ୍କର ପୁତ୍ର ଇ‌ସ୍‌ହାକଙ୍କର ବଂଶାବଳୀ ଏହି। ଅବ୍ରହାମ ଇ‌ସ୍‌ହାକଙ୍କୁ ଜନ୍ମ କଲେ। 20 ଯେତେବେଳେ ଇ‌ସ୍‌ହାକ ରିବିକାକୁ ବିବାହ କଲେ, ସେତେବେଳେ ତାଙ୍କୁ ଗ୍ଭଳିଶ୍ ବର୍ଷ ହୋଇଥିଲା। ଯିଏ କି ବଥୂୟେଲର କନ୍ୟା, ଅରାମୀୟ ପଦ୍ଦନ୍-ଅରାମୀୟ ଏବଂ ଅରାମୀୟ ଲାବନର ଭଗିନୀ। 21 ଇ‌ସ୍‌ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।

22 ଯେତେବେଳେ ରିବିକା ଗର୍ଭବତୀ ହେଲେ, ନିଜ ନିଜ ଭିତରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୋ’ ପ୍ରତି ଏପରି କାହିଁକି ଘଟିଲା?” 23 ସଦାପ୍ରଭୁ ତାହାଙ୍କୁ କହିଲେ,

“ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି
    ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ।
ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ।
    ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”

24 ଉପଯୁକ୍ତ ସମୟରେ ରିବିକା ଯାଆଁଳା ପୁତ୍ର ଜନ୍ମ ଦେଲେ। 25 ଜ୍ୟେଷ୍ଠ ବାହାରି ଆସିଲା ରକ୍ତବର୍ଣ୍ଣ ଦେଖାଯାଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା। 26 ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇ‌ସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ।

27 ଏହା ପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗୟାରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ୟ ତମ୍ବୁରେ ବାସ କଲା। 28 ଇ‌ସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲେ।

କଲସୀୟଙ୍କ ପ୍ରତି ପତ୍ର 1:15-20

ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ

15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
    କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି।
    ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି
    ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ,
ସମସ୍ତ ଆଧ୍ୟାତ୍ମିକ ଶକ୍ତି,
    ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।

17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ।
    ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି।
    ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ।
ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ।
    ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।

19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
20     ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ।
ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center