Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।[a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି[b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 31:7-14

କାରଣ ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର।
    ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର,
ପ୍ରାର୍ଥନା କର ଓ ପ୍ରଶଂସା କର,
    ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ
    ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’
ଆଉ ଦେଖ, ଆମ୍ଭେ ସେମାନଙ୍କୁ
    ଉତ୍ତର ଦେଶରୁ ଆଣିବା।
ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ
    ଓ ସେମାନଙ୍କ ସହିତ ଅନ୍ଧ, ଛୋଟା,
ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ
    ଏକତ୍ର ସଂଗ୍ରହ କରିବା।
    ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।
ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ
    ଆମ୍ଭେ ସେମାନଙ୍କୁ ଆଗେଇ ନେବା।
ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ
    ସଳଖ ପଥରେ ଗମନ କରାଇବା।
    ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ।
କାରଣ ଆମ୍ଭେ ଇସ୍ରାଏଲର ପିତା
    ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।

10 “ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
    ଆଉ ଦୂରସ୍ଥ ଦ୍ୱୀପ ସମୂହରେ ତାହା ପ୍ରଗ୍ଭର କରି କୁହ,
‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ,
    ସେ ତାହାକୁ ସଂଗ୍ରହ କରିବେ।
    ଆଉ ପାଳକ ଯେପରି ତାହାର ମେଷପଲକୁ ରକ୍ଷା କରେ, ସେପରି ସେ ତାହାକୁ ସୁରକ୍ଷା ଦେବେ।’
11 କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି
    ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
12 ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ
    ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ,
ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ
    ଓ ଗୋପଲର ଗୋବତ୍ସ ବହି ଆସିବ
ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ।
    ସେମାନେ ଆଉ ଦୁଃଖୀ ହେବେ ନାହିଁ।
13 ସେତେବେଳେ ଯୁବତୀ ନାରୀମାନେ ଆନନ୍ଦରେ ନୃତ୍ୟ କରିବେ
    ଓ ଯୁବା ଏବଂ ବୃଦ୍ଧମାନେ ସେମାନଙ୍କ ସହିତ ଯୋଗ ଦେବେ।
ଆମ୍ଭେ ସେମାନଙ୍କର ଶୋକକୁ ଆନନ୍ଦରେ ପରିଣତ କରିବା।
    ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା ଦେବା ଓ ସେମାନଙ୍କୁ ଦୁଃଖ ବଦଳରେ ସୁଖ ଦେବା।
14 ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା
    ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହେବେ।
ଏହା ସଦାପ୍ରଭୁ କହନ୍ତି।”

ଯୋହନ ଲିଖିତ ସୁସମାଗ୍ଭର 1:1-9

ଯୀଶୁ, ପରମେଶ୍ୱରଙ୍କର ସଦାକାଳସ୍ଥାୟୀ ବାକ୍ୟ

ଜଗତ ସୃଷ୍ଟିର ପୂର୍ବରୁ ବାକ୍ୟ[a] ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ। ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ। ତାହାଙ୍କ[b] ଦ୍ୱାରା ସବୁକିଛି ସୃଷ୍ଟି ହୋଇଅଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। ତାହାଙ୍କଠାରେ ଜୀବନ ଥିଲା। ସେହି ଜୀବନ ସଂସାରର ସମସ୍ତ ଲୋକମାନଙ୍କ ପାଇଁ ଆଲୋକ ଥିଲା। ସେହି ଆଲୋକ[c] ଅନ୍ଧକାରରେ ଆଲୋକିତ ହୁଏ, ଆଉ ଅନ୍ଧକାର ଆଲୋକକୁ ପରାଜିତ[d] କରି ପାରି ନାହିଁ।

ଯୋହନ[e] ନାମକ ଜଣେ ବ୍ୟକ୍ତି ଥିଲେ। ତାହାଙ୍କୁ ପରମେଶ୍ୱର ପଠାଇଥିଲେ। ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ଯେପରି ସମସ୍ତଲୋକ ଆଲୋକ ବିଷୟରେ ଶୁଣିପାରିବେ ଓ ବିଶ୍ୱାସ କରିବେ, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। ଯୋହନ ନିଜେ ଆଲୋକ ନ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟରେ ସାକ୍ଷୀ ହୋଇ କହିବା ପାଇଁ ଆସିଥିଲେ। ଏହି ସତ୍ୟ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି ଏବଂ ଏହି ସତ୍ୟ ଆଲୋକ ଜଗତକୁ ଆସୁଥିଲେ।

ଯୋହନ ଲିଖିତ ସୁସମାଗ୍ଭର 1:10-18

10 ସେହି ବାକ୍ୟ ଜଗତରେ ଥିଲେ। ତାହାଙ୍କ ଦ୍ୱାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଗ୍ରହଣ କରି ପାରିଲେ ନାହିଁ। 11 ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ, 12 କିନ୍ତୁ ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ ଏବଂ ତାହାଙ୍କ ଠାରେ ବିଶ୍ୱାସ କଲେ, ସେସମସ୍ତଙ୍କୁ ସେ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ। 13 ହଁ, ସେମାନେ ପରମେଶ୍ୱରଙ୍କ ସନ୍ତାନ ହେଲେ। ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଶାରୀରିକ ଭାବେ ଜନ୍ମ ହେଲେ ନାହିଁ କିମ୍ବା ପିତା-ମାତାଙ୍କର ଇଚ୍ଛା ଏବଂ ଯୋଜନା ଅନୁସାରେ ଜନ୍ମ ଗ୍ରହଣ କରି ନ ଥିଲେ, କିନ୍ତୁ ପରମେଶ୍ୱରଙ୍କ ନିଜେ ସେମାନଙ୍କୁ ଆପଣା ସନ୍ତାନ କଲେ।

14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। 15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହୁଥିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ ଠାରୁ ବହୁତ ଶ୍ରେଷ୍ଠ, କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’”

16 ବାକ୍ୟ (ଖ୍ରୀଷ୍ଟ) ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ଆଶୀର୍ବାଦ ଉପରେ ଆଶୀର୍ବାଦ ପାଇଅଛୁ।[a] 17 ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା। 18 ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର।[b] ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।”[c] ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।[d]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center