Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 22:19-28

19 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ।
    ତୁମ୍ଭେ ହିଁ ମୋର ଶକ୍ତି, ଶୀଘ୍ର ମୋତେ ସାହାଯ୍ୟ କର।
20 ହେ ସଦାପ୍ରଭୁ, ମୋର ପ୍ରାଣକୁ ସେହି ଖ‌ଡ଼୍‌ଗରୁ ରକ୍ଷା କର।
    ସେହି କୁକୁରମାନଙ୍କ କବଳରୁ ମୋର ମୂଲ୍ୟବାନ ଆତ୍ମାକୁ ରକ୍ଷା କର।
21 ମୋତେ ସିଂହ ମୁଖରୁ ଉଦ୍ଧାର କର।
    ମୋତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।

22 ହେ ସଦାପ୍ରଭୁ, ମୁଁ ମୋର ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି।
    ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର।
    ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର।
    ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।
24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି।
    ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ।
    ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ।

25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ।
    ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ।
    ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର।
    ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ।
    ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
28 କାରଣ ସେ ହେଉଛନ୍ତି ରାଜା।
    ସେ ସବୁ ରାଜ୍ୟକୁ ଶାସନ କରନ୍ତି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 59:1-8

ଦୁଷ୍ଟାଗ୍ଭରୀଗଣ ସେମାନଙ୍କ ଜୀବନ ପରିବର୍ତ୍ତନ କରିବା ଉଚିତ୍

59 ମୁଁ ଏଠାରେ ଦେଖୁଛି, ଦେଖ! ସଦାପ୍ରଭୁଙ୍କର ହସ୍ତ ଏତେ ଛୋଟ ହୋଇଯାଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହୋଇ ନାହିଁ। ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଗ୍ଭଇଅଛି, ଏଣୁ ସେ ଶୁଣିବେ ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ରଞ୍ଜିତ ଓ ତୁମ୍ଭମାନଙ୍କର ଅଙ୍ଗୁଳିଗୁଡ଼ିକ ଅପରାଧରେ ଅଶୁଚି ହୋଇଅଛି, ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି ଓ ଜିହ୍ୱା ଦୁଷ୍ଟତା ବକି ଅଛି। କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ। ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କୁହନ୍ତି। ସେମାନେ ଅନିଷ୍ଟକୁ ଗର୍ଭରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି। ସେମାନେ ବିଷଧର କାଳସର୍ପର ଅଣ୍ଡା ଫୁଟାନ୍ତି ଓ ବୁଢ଼ିଆଣୀର ଜାଲ ବୁଣନ୍ତି। ଯେକେହି ସେହି ଅଣ୍ଡା ଖାଏ ସେ ମୃତ୍ୟୁକୁ ଆମନ୍ତ୍ରଣ କରେ ଏବଂ ଯଦି ସେ ସେମାନଙ୍କୁ ଫୁଟାଏ, ସେଥିରୁ କାଳସର୍ପ ବାହାରେ।

ସେହି ଜାଲ ବସ୍ତ୍ରରୂପେ ବ୍ୟବହୃତ ହେବ ନାହିଁ କିମ୍ବା ସେମାନେ ନିଜ କର୍ମରେ ନିଜକୁ ଆବୃତ୍ତ କରି ପାରିବେ ନାହିଁ।

ସେମାନଙ୍କର କର୍ମ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ହିଂସାତ୍ମକ କାର୍ଯ୍ୟ ଥାଏ। ସେମାନଙ୍କର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସେମାନେ ନିର୍ଦ୍ଦୋଷରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା। ସେମାନଙ୍କ ପଥରେ ଧ୍ୱଂସ ଓ ବିନାଶ ଥାଏ। ସେମାନେ ଶାନ୍ତିର ପଥ ଜାଣନ୍ତି ନାହିଁ ଓ ସେମାନଙ୍କର ମାର୍ଗରେ ନ୍ୟାୟ ବିଗ୍ଭର ନ ଥାଏ। ସେମାନେ ନିଜ ପାଇଁ କୁଟିଳ ପଥ ସୃଷ୍ଟି କରିଛନ୍ତି, ଯେକେହି ସେହି ପଥରେ ଗମନ କରେ, ସେ ଶାନ୍ତି ପାଏ ନାହିଁ।

ମାଥିଉ ଲିଖିତ ସୁସମାଗ୍ଭର 9:27-34

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି

27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର,[a] ଆମ୍ଭମାନଙ୍କୁ ଦୟା କର।”

28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।

29 ତା'ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” 30 ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।” 31 କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।

32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା’ ଦେହରେ ଭୂତ ପ୍ରବେଶ କରି ରହିଥିଲା। 33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”

34 କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center