Revised Common Lectionary (Complementary)
ସମସ୍ତ ଲୋକ ପରମେଶ୍ୱରଙ୍କ ବିଷୟରେ ଶିକ୍ଷା କରିବେ
65 ସଦାପ୍ରଭୁ କହିଲେ, “ଯେଉଁମାନେ ଆମ୍ଭ ବିଷୟରେ ପଗ୍ଭରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଲୁ, ଯେଉଁମାନେ ଆମ୍ଭକୁ ଖୋଜିଲେ ନାହିଁ, ଆମ୍ଭେ ସେମାନଙ୍କୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀୟମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସେମାନଙ୍କୁ ‘ଆମ୍ଭକୁ ଦେଖ, ଆମ୍ଭକୁ ଦେଖ’ ବୋଲି କହିଲୁ।
2 “ଯେଉଁମାନେ ନିଜ ନିଜ ଚିନ୍ତାନୁସାରେ କୁପଥରେ ଗମନ କରନ୍ତି, ସେହି ବିଦ୍ରୋହାଗ୍ଭରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ। 3 ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଆମ୍ଭ ସମ୍ମୁଖରେ ଗୁଡ଼ିଏ ଇଟା ଉପରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି। 4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁମ୍ଫା ମଧ୍ୟରେ ରାତ୍ରି ଯାପନ କରନ୍ତି। ସେମାନେ ଶୂକର ମାଂସ ଭକ୍ଷ୍ୟଣ କରନ୍ତି ଓ ସେମାନଙ୍କ ପାତ୍ରରେ ଦୂଷିତ ମାଂସ ଝୋଳ ଥାଏ। 5 “ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।”
ଇସ୍ରାଏଲ ନିଶ୍ଚୟ ଦଣ୍ଡିତ ହେବ
6 “ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି, ଆମ୍ଭେ ନୀରବ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା।” 7 ସଦାପ୍ରଭୁ କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦେବା।” କାରଣ “ସେମାନେ ପର୍ବତଗୁଡ଼ିକ ଉପରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସେମାନଙ୍କ କାର୍ଯ୍ୟର ମାନ କଳନା କରି ପ୍ରତିଫଳ ସେମାନଙ୍କ କୋଳରେ ଦେବା।”
8 ସଦାପ୍ରଭୁ ଏହିକଥା କୁହନ୍ତି, “ଯେତେବେଳେ ଦ୍ରାକ୍ଷାଫଳରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥିରେ ଆଶୀର୍ବାଦ ଅଛି, ସେହିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। 9 ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି ସ୍ଥାପନ କରିବେ।
19 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ।
ତୁମ୍ଭେ ହିଁ ମୋର ଶକ୍ତି, ଶୀଘ୍ର ମୋତେ ସାହାଯ୍ୟ କର।
20 ହେ ସଦାପ୍ରଭୁ, ମୋର ପ୍ରାଣକୁ ସେହି ଖଡ଼୍ଗରୁ ରକ୍ଷା କର।
ସେହି କୁକୁରମାନଙ୍କ କବଳରୁ ମୋର ମୂଲ୍ୟବାନ ଆତ୍ମାକୁ ରକ୍ଷା କର।
21 ମୋତେ ସିଂହ ମୁଖରୁ ଉଦ୍ଧାର କର।
ମୋତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।
22 ହେ ସଦାପ୍ରଭୁ, ମୁଁ ମୋର ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି।
ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର।
ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର।
ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।
24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି।
ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ।
ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ।
25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ।
ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର।
ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ।
ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
28 କାରଣ ସେ ହେଉଛନ୍ତି ରାଜା।
ସେ ସବୁ ରାଜ୍ୟକୁ ଶାସନ କରନ୍ତି।
23 ଏହି ବିଶ୍ୱାସ ପ୍ରକାଶ ହେବା ପର୍ଯ୍ୟନ୍ତ ଆମ୍ଭେ ବ୍ୟବସ୍ଥା ଦ୍ୱାରା ବନ୍ଦୀ ଓ ପରିଗ୍ଭଳିତ ହୋଇଥିଲୁ। ଆମ୍ଭର ସେତେବେଳେ କୌଣସି ସ୍ୱାଧୀନତା ନ ଥିଲା। 24 ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା'ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ। 25 ଏବେ ବିଶ୍ୱାସର ରାସ୍ତା ଉପସ୍ଥିତ ହୋଇଅଛି ଓ ଆମ୍ଭେ ଏଣିକି ବ୍ୟବସ୍ଥାର ଅଧୀନ ନୋହୁଁ।
26 ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭେ ସମସ୍ତେ ପରମେଶ୍ୱରଙ୍କ ସନ୍ତାନଗଣ ଅଟ। 27 ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ। 28 ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ। 29 ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।
ଜଣେ ଲୋକ ଭୂତ କବଳରୁ ମୁକ୍ତି
(ମାଥିଉ 8:28-34; ମାର୍କ 5:1-20)
26 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗାଲିଲୀରୁ ହ୍ରଦର ଅପର ପାର୍ଶ୍ୱକୁ ଗଲେ। ସେମାନେ ଗରାଶୀୟମାନେ ରହୁଥିବା ଅଞ୍ଚଳରେ ପହଞ୍ଚିଲେ। 27 ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦେହରେ ଭୂତଟିଏ ପ୍ରବେଶ କରିଥିଲା। ଅନେକ ଦିନ ଧରି ସେ ଲୁଗା ପିନ୍ଧୁ ନ ଥିଲା କି ଘରେ ମଧ୍ୟ ରହୁ ନ ଥିଲା। ସେ କବର ସ୍ଥାନରେ ରହୁଥିଲା।
28-29 ଭୂତ ଅନେକ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା’ ହାତରେ ହାତକଡ଼ି ଓ ଗୋଡ଼ରେ ବେଡ଼ି ପକାଇ ପହରା ଭିତରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା’ ଦେହରେ ଥିବା ଭୂତ ତାହାକୁ ଲୋକେ ରହୁ ନ ଥିବା ନିଛାଟିଆ ଜାଗାକୁ ତଡ଼ି ନେଉଥିଲା। ଯୀଶୁ ଭୂତକୁ ସେହି ଲୋକଟି ଦେହରୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗରେ ପଡ଼ିଯାଇ ଉଚ୍ଚ ସ୍ୱରରେ ପାଟି କରି କହିଲା, “ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ମୁଁ ଅନୁରୋଧ କରୁଛି, ମୋତେ ଦଣ୍ଡ ଦିଅ ନାହିଁ।”
30 ଯୀଶୁ ତାକୁ ପଗ୍ଭରିଲେ, “ତୋର ନାମ କ’ଣ?”
ଲୋକଟି କହିଲା, “ବାହିନୀ”[a] ସେ ତା’ ନାମ “ବାହିନୀ” କହିବାର କାରଣ ହେଲା ବହୁତ ଭୂତ ତା’ ଦେହରେ ପ୍ରବେଶ କରିଥିଲେ। 31 ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ। 32 ସେତେବେଳେ ସେହି ପାହାଡ଼ ଉପରେ ଏକ ବଡ଼ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଘୁଷୁରିମାନଙ୍କ ଦେହକୁ ଯିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସେମାନଙ୍କୁ ତାହା କରିବାକୁ ଅନୁମତି ଦେଇଦେଲେ। 33 ତା'ପରେ ଭୂତମାନେ ଲୋକଟି ଦେହରୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ଦଳକଯାକ ଘୁଷୁରି ସେହି ପାହାଡ଼ ଉପରୁ ହ୍ରଦ ଭିତରକୁ ଦୌଡ଼ିଗଲେ ଓ ସମସ୍ତେ ବୁଡ଼ିଗଲେ।
34 ଏ ଘଟଣା ଦେଖି ଘୁଷୁରି ଜଗୁଆଳମାନେ ସେଠାରୁ ପଳାଇଲେ। ସେମାନେ ଯାଇ ନଗର ଓ ପଲ୍ଲୀରେ ଥିବା ଲୋକମାନଙ୍କୁ ଏହି କଥା କହିଲେ। 35 ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସେମାନେ ଯୀଶୁଙ୍କ ପାଦତଳେ ସେହି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା’ ଦେହରୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ। 36 ଯେଉଁମାନେ ଏହି ଘଟଣା ଦେଖିଥିଲେ, ସେମାନେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହୋଇଗଲା। 37 ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସେହି ସ୍ଥାନରୁ ଗ୍ଭଲିଯିବା ପାଇଁ ଅନୁରୋଧ କଲେ। କାରଣ ସେମାନେ ସମସ୍ତେ ବହୁତ ଡରି ଯାଇଥିଲେ।
ତେଣୁ ଯୀଶୁ ଡଙ୍ଗାରେ ବସି ଗାଲିଲୀ ଫେରିଗଲେ। 38 କିନ୍ତୁ ଯେଉଁ ଲୋକଠାରୁ ଦେହରୁ ଭୂତଗୁଡ଼ିକ ବାହାରି ସାରିଥିଲେ, ସେ ଯୀଶୁଙ୍କ ସହିତ ଯିବାକୁ ଅନୁରୋଧ କଲା। କିନ୍ତୁ ଯୀଶୁ ଲୋକଟିକୁ ଏହା କହି ଘରକୁ ପଠାଇଦେଲେ: 39 “ଘରକୁ ଫେରିଯାଅ। ପରମେଶ୍ୱର ତୁମ୍ଭ ପାଇଁ ଯାହା କରିଛନ୍ତି ତାହା ଲୋକମାନଙ୍କୁ କୁହ।”
ତେଣୁ ଲୋକଟି ଫେରିଗଲା ଓ ଯୀଶୁ ତା’ ପାଇଁ ଯାହା କରିଥିଲେ, ତାହା ନଗର ସାରା ସମସ୍ତଙ୍କୁ କହି ବୁଲିଲା।
2010 by World Bible Translation Center