Revised Common Lectionary (Complementary)
ଦାଉଦଙ୍କର ମିକ୍ତାମ୍ ଗୀତ
16 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
2 ମୁଁ ସଦାପ୍ରଭୁଙ୍କୁ କହିଅଛି,
“ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ।
ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
3 ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି,
ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ।
ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।
4 କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି।
ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ।
ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
5 ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି।
ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ
ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
6 ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ,
ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
7 ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି।
ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।
8 ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି।
ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
9 ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ।
ଏପରିକି ମୋର ଶରୀର ନିରାପଦରେ ରହିବ।
10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ।
ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।
11 ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ।
ଯେହେତୁ ମୁଁ ତୁମ୍ଭ ସହିତ ଅଛି।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ।
ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ତାହା ମୋ’ ପାଇଁ ନିତ୍ୟ ସୁଖଭୋଗ ଆଣିଦେବ।
ଅହସିୟଙ୍କ ପାଇଁ ଏକବାର୍ତ୍ତା
1 ଅନନ୍ତର ଆହାବଙ୍କ ମୃତ୍ୟୁପରେ ମୋୟାବ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହାଚରଣ କଲେ।
2 ଏକଦା ଅହସିୟ ତାଙ୍କର ଶମରିୟାସ୍ଥିତ ଗୃହର ଛାତ ଉପରୁ ଝରକା ଦେଇ ପଡ଼ି ଆହତ ହେଲେ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, “ଯାଅ, ମୁଁ ଏହି ଆଘାତରୁ ଆରୋଗ୍ୟ ଲାଭ କରିବି କି ନାହିଁ, ଏହା ଇକ୍ରୋଣର ଯାଜକ ବାଲ୍-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।”
3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲିୟଙ୍କୁ କହିଲେ, “ଯାଅ, ଶମରିୟା ରାଜାଙ୍କର ଦୂତମାନଙ୍କୁ ଭେଟ ଓ ସେମାନଙ୍କୁ କୁହ, ‘ଇସ୍ରାଏଲରେ କ’ଣ ଇସ୍ରାଏଲର ପରମେଶ୍ୱର ନାହାନ୍ତି ଯେ, ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ? 4 ପୁଣି ଅହସିୟଙ୍କୁ କୁହ, ଯେହେତୁ ତୁମ୍ଭେ ବାଲ୍-ସବୂବଙ୍କ ପରାମର୍ଶ କରିବାକୁ ଆଦେଶ ଦେଲ, ଏଥିପାଇଁ ସଦାପ୍ରଭୁ ଏହା କୁହନ୍ତି, ତୁମ୍ଭେ ଆଉ ତୁମ୍ଭର ଶଯ୍ୟାରୁ ଉଠିବ ନାହିଁ। ତୁମ୍ଭେ ନିଶ୍ଚିତ ମୃତ୍ୟୁବରଣ କରିବ।’” ଏଲିୟ ଅହସିୟଙ୍କ ଦାସମାନଙ୍କୁ ଏହା କହି ପରିତ୍ୟାଗ କଲେ।
5 ବାର୍ତ୍ତାବହମାନେ ଅହସିୟଙ୍କ ନିକଟକୁ ଫେରି ଆସନ୍ତେ, ଅହସିୟ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଶୀଘ୍ର ଫେରି ଆସିଲ?”
6 ତହୁଁ ବାର୍ତ୍ତାବହମାନେ ଅହସିୟଙ୍କୁ କହିଲେ, “ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫେରିଯାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, ‘ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତେବେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶଯ୍ୟାରୁ ଉଠିବ ନାହିଁ, ସେହିଠାରେ ମରିବ।’”
7 ଅହସିୟ ବାର୍ତ୍ତାବହମାନଙ୍କୁ ପଗ୍ଭରିଲେ, “ଯେଉଁ ଲୋକ ତୁମ୍ଭଙ୍କୁ ସାକ୍ଷାତ କରି ଆସି ଏହିସବୁ କହିଲା, ସେ ଜଣେ କି ପ୍ରକାର ଲୋକ?”
8 ବାର୍ତ୍ତାବହମାନେ ଅହସିୟଙ୍କୁ ଉତ୍ତର କଲେ, “ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା[a] ଓ ତା'ର କଟିରେ ଏକ ଚମଡ଼ାର ପଟୁକା ବନ୍ଧା ଥିଲା।”
ତା'ପରେ ଅହସିୟ କହିଲେ, “ସେ ପ୍ରକୃତରେ ତିଶ୍ବୀୟ ଏଲିୟ।”
9 ଅନନ୍ତର ଅହସିୟ ଜଣେ ଅଧିନାୟକ ଓ ପଗ୍ଭଶ୍ ଲୋକଙ୍କୁ ଏଲିୟଙ୍କ ନିକଟକୁ ପଠାଇଲେ। ଅଧିନାୟକ ଉପରକୁ ଯାଇ ଏଲିୟଙ୍କୁ ମିଶିଲେ ଯିଏ ପର୍ବତ ଉପରେ ବସିଥିଲେ ଓ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ଦୟାକରି ‘ତଳକୁ ଆସ।’” କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି।
10 ଏଲିୟ ସେହି ପଗ୍ଭଶ୍ ଲୋକ ଅଧିନାୟକଙ୍କୁ କହିଲେ, “ଯଦି ମୁଁ ପରମେଶ୍ୱରଙ୍କ ଲୋକ ହୋଇଥାଏ, ତେବେ ସ୍ୱର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କରୁ।”
ତେଣୁ ସ୍ୱର୍ଗରୁ ଅଗ୍ନି ଆସି ଅଧିନାୟକଙ୍କ ସହିତ ତାଙ୍କର ପଗ୍ଭଶ୍ ଲୋକଙ୍କୁ ଦଗ୍ଧିଭୂତ କଲା।
11 ପୁନର୍ବାର ଅହସିୟ ଆଉ ଜଣେ ଅଧିନାୟକ ଓ ପଗ୍ଭଶ୍ ଲୋକଙ୍କୁ ଏଲିୟ ନିକଟକୁ ପଠାଇଲେ। ସେ ଅଧିନାୟକ ଏଲିୟଙ୍କୁ ପୂର୍ବପରି କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା ତୁମ୍ଭକୁ ଗ୍ଭହାନ୍ତି, ‘ଦୟାକରି ତଳକୁ ଆସ।’”
12 ଏଲିୟ ସେ ଅଧିନାୟକଙ୍କୁ କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସୁ ଏବଂ ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କରୁ।”
ତେଣୁ ଅଗ୍ନି ସ୍ୱର୍ଗରୁ ଆସି ଅଧିନାୟକ ସହିତ ତା'ର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କଲା।
13 ଏହା ପରେ ଅହସିୟ ତୃତୀୟ ଥର ଅଧିନାୟକ ସହିତ ପଗ୍ଭଶ୍ ଲୋକଙ୍କୁ ପୁଣି ପଠାଇଲେ। ତୃତୀୟ ଅଧିନାୟକ ଏଲିୟ ନିକଟକୁ ଯାଇ ଏଲିୟଙ୍କ ଆଗରେ ନମ୍ର ଭାବରେ ମଥାନତ କଲେ ଏବଂ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୁଁ ପ୍ରାର୍ଥନା କରୁଛି, ମୋର ଜୀବନ ସହିତ ମୋର ପଗ୍ଭଶ୍ ଲୋକଙ୍କ ଜୀବନ ଆପଣ ବଞ୍ଚାନ୍ତୁ ଓ ରକ୍ଷା କରନ୍ତୁ। 14 ଅଗ୍ନି ସ୍ୱର୍ଗରୁ ଆସି ପୂର୍ବ ଦୁଇ ଅଧିପତି ଓ ସେମାନଙ୍କର ପଗ୍ଭଶ୍ ଲୋକଙ୍କୁ ପୋଡ଼ି ପକାଇଲା। ମାତ୍ର ବର୍ତ୍ତମାନ ଆପଣ ଦୟାକରି ଆମ୍ଭମାନଙ୍କୁ ବଞ୍ଚାନ୍ତୁ।”
15 ତତ୍ପରେ ସଦାପ୍ରଭୁଙ୍କ ଦୂତ ଏଲିୟଙ୍କୁ କହିଲେ, “ଅଧିନାୟକଙ୍କ ସହିତ ଯାଅ, ତାଙ୍କୁ ଭୟ କର ନାହିଁ।”
ତେଣୁ ଏଲିୟ ଅହସିୟଙ୍କ ନିକଟକୁ ଗଲେ।
16 ତହୁଁ ଏଲିୟ ରାଜାଙ୍କୁ କହିଲେ, “ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତୁମ୍ଭେ ଇକ୍ରୋଣ ଦେବତା ବାଲ୍-ସବୂବଠାରୁ ପ୍ରଶ୍ନ ପଗ୍ଭରିବାକୁ, କାହିଁକି ଦୂତ ପଠାଇଲ? ତୁମ୍ଭର ଏହି କାର୍ଯ୍ୟ ଯୋଗୁଁ ତୁମ୍ଭେ ଶଯ୍ୟାରୁ ଆଉ ଉଠିବ ନାହିଁ, ସେହିଠାରେ ତୁମ୍ଭେ ମରିବ। ସଦାପ୍ରଭୁ ଏହିସବୁ ବାକ୍ୟଗୁଡ଼ିକ କହିଲେ।”
ଗାଲାତୀୟ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ
8 ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ। 9 କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର? 10 ତୁମ୍ଭେମାନେ ଏବେ ମଧ୍ୟ ବିଶେଷ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ। 11 ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି।
12 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭେମାନେ ବର୍ତ୍ତମାନ ମୋ’ ପରି ହୁଅ। 13 ତୁମ୍ଭେମାନେ ମୋ’ ପାଇଁ ଖୁବ୍ଭଲ ଥିଲ। ତୁମ୍ଭେମାନେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେହେତୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିଥିଲି। 14 ମୋର ଅସୁସ୍ଥତା ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ଥିଲା। କିନ୍ତୁ ତୁମ୍ଭେମାନେ ମୋତେ ଘୃଣା କରି ନ ଥିଲ। ତୁମ୍ଭେମାନେ ମୋତେ ଛାଡ଼ିଯିବାକୁ କହି ନ ଥିଲ। ପରମେଶ୍ୱରଙ୍କଠାରୁ ସ୍ୱର୍ଗଦୂତ ଆସିବା ଭଳି ମୋତେ ତୁମ୍ଭେମାନେ ସ୍ୱାଗତ ଜଣାଇ ଥିଲ। ତୁମ୍ଭେମାନେ ସ୍ୱୟଂ ଖ୍ରୀଷ୍ଟ ଯୀଶୁ ଭଳି ମୋତେ ଗ୍ରହଣ କରିଥିଲ। 15 ତୁମ୍ଭେମାନେ ସେତେବେଳେ ଅତ୍ୟଧିକ ଆନନ୍ଦିତ ଥିଲ। ଏବେ ସେ ଆନନ୍ଦ କୁଆଡ଼େ ଗଲା? ମୋର ମନେ ପଡ଼େ, ତୁମ୍ଭେମାନେ ତୁମ୍ଭମାନଙ୍କର ସାଧ୍ୟମତେ ମୋତେ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲ। ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜର ଆଖି ମଧ୍ୟ ତାଡ଼ି ମୋତେ ପ୍ରଦାନ କରି ଦେଇଥାଆନ୍ତ। 16 କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି?
17 ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦେଖାଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ୟରେ ନୁହେଁ। କାରଣ, ତାହାଦ୍ୱାରା ସେମାନେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂରେଇ ନେବାକୁ ଇଚ୍ଛା କରନ୍ତି ଓ ସେମାନଙ୍କ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି। 18 କିନ୍ତୁ ଉଦ୍ଦେଶ୍ୟ ଯଦି ଭଲ ହୋଇଥାଏ, ତେବେ କେବଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ବେଳେ ନୁହେଁ, ମାତ୍ର ସବୁବେଳେ ସେଥିରେ ଉଦ୍ଯୋଗୀ ହେବା ଉଚିତ୍। 19 ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି। 20 ମୋର ଇଚ୍ଛା ହେଉଛି ମୁଁ ବର୍ତ୍ତମାନ ସେଠାରେ ତୁମ୍ଭମାନଙ୍କ ପାଖରେ ଥା’ନ୍ତି କି, ଯଦ୍ଦ୍ୱାରା ମୁଁ ତୁମ୍ଭମାନଙ୍କ ସହିତ ଭିନ୍ନ ପ୍ରକାରେ କଥା ହୋଇପାରନ୍ତି। କାରଣ ତୁମ୍ଭମାନଙ୍କ ବିଷୟରେ କ’ଣ କରାଯିବ, ମୁଁ କିଛି ଜାଣିପାରୁ ନାହିଁ।
2010 by World Bible Translation Center