Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 140

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

140 ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
    ଦୌରାତ୍ମ୍ୟକାରୀ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଯେଉଁ ଦୁର୍ଜ୍ଜନମାନେ, ଦୁଷ୍ଟ ଯୋଜନା କରନ୍ତି।
    ସେମାନେ ପ୍ରତ୍ୟେକ ଦିନ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୁଅନ୍ତି।
ସେମାନଙ୍କର ଜିହ୍ୱା ବିଷଧର ସର୍ପପରି,
    ଯେପରି ସେମାନଙ୍କର ଜିହ୍ୱାତଳେ ନାଗର ଗରଳ ରହିଛି। ସେଲା

ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
    ଦୌରାତ୍ମ୍ୟକାରୀମାନଙ୍କଠାରୁ ମୋତେ ସୁରକ୍ଷା ଦିଅ।
    ଯେଉଁମାନେ ମୋ’ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦେବା ପାଇଁ ଯୋଜନା କରୁଛନ୍ତି।
ସେହି ଗର୍ବୀ ଲୋକମାନେ ମୋ’ ପାଇଁ ଫାନ୍ଦ ବିଛାଇଛନ୍ତି।
    ସେମାନେ ମୋତେ ଧରିବା ପାଇଁ ଜାଲ ବିଛାଇଛନ୍ତି।
    ସେମାନେ ମୋ’ ପଥରେ ଯନ୍ତା ବିଛାଇଛନ୍ତି। ସେଲା

ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର।
    ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।
ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ଯିଏକି ମୋତେ ରକ୍ଷା କରେ।
    ତୁମ୍ଭେ ମୋର ମସ୍ତକର ରକ୍ଷାକବଚ, ଯାହା ମୋର ଯୁଦ୍ଧ ସମୟରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
ହେ ସଦାପ୍ରଭୁ, ସେହି ଲୋକମାନେ ଦୁଷ୍ଟ ପ୍ରକୃତିର।
    ସେମାନଙ୍କର ଇଚ୍ଛା ପୂର୍ଣ୍ଣ ହେବାକୁ ଦିଅ ନାହିଁ।
    ସେମାନଙ୍କର ଯୋଜନାକୁ ସଫଳ ହେବାକୁ ଦିଅ ନାହିଁ। ସେଲା

ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ବିଜୟ କରାଅ ନାହିଁ।
    ସେହି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ।
    ସେମାନଙ୍କ ମନ୍ଦ ଯୋଜନା ତୁମ୍ଭେ ସେହିଠାରେ ଶେଷ କର।
10 ସେମାନଙ୍କ ମୁଣ୍ଡରେ ଜ୍ୱଳନ୍ତା କୋଇଲା ପଡ଼ୁ।
    ମୋର ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷେପ କର।
    ସେମାନେ ଯେପରି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷେପ କର।
11 ସଦାପ୍ରଭୁ, ସେହି ମିଥ୍ୟାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ।
    ସେମାନଙ୍କୁ ଆକସ୍ମିକ ବିପତ୍ତି ଶିକାର କରିନେଉ।

12 ମୁଁ ଜାଣେ ଯେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ୟାୟ ପ୍ରଦାନ କରିବେ
    ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
13 ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ।
    ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:15-18

15 ତା'ପରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ନୂତନ ପାଳକଗଣ ଦେବା, ଯେଉଁମାନେ କି ଆମ୍ଭ ପ୍ରତି ଅତ୍ୟନ୍ତ ବିଶ୍ୱସ୍ତ ହେବେ। ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚଲାଇବେ। 16 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତେବେଳେ ତୁମ୍ଭେମାନେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ।”

“ସେତେବେଳେ ଲୋକମାନେ ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବିଷୟରେ ଆଉ କହିବେ ନାହିଁ। କିଅବା ତାହା ମନରେ ପଡ଼ିବ ନାହିଁ।’ ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ। କି ତାହା ନିକଟକୁ ଯିବେ ନାହିଁ ଅଥବା ତାହା ଆଉ ନିର୍ମିତ ହେବ ନାହିଁ। 17 ଆଉ ସେ ସମୟରେ ଲୋକମାନେ ଯିରୁଶାଲମକୁ ‘ସଦାପ୍ରଭୁଙ୍କ ସିଂହାସନ’ ବୋଲି କହିବେ। ସମଗ୍ର ଦେଶୀୟମାନେ ସଦାପ୍ରଭୁଙ୍କ ନାମରେ ସମ୍ମାନ ଜଣାଇବାକୁ ଯିରୁଶାଲମରେ ଏକତ୍ରିତ ହେବେ। ପୁଣି ସେମାନେ ନିଜର ଅନ୍ତଃକରଣରେ ଦୁଷ୍ଟାଗ୍ଭର ଅବାଧ୍ୟତା ଆଉ ଅନୁସରଣ କରିବେ ନାହିଁ। 18 ସେ ସମୟରେ ଯିହୁଦା ବଂଶ ଇସ୍ରାଏଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।”

ଏଫିସୀୟଙ୍କ ପ୍ରତି ପତ୍ର 5:6-20

ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି। ଅତଏବ ତୁମ୍ଭେ ମଧ୍ୟ ଏଭଳି ମନ୍ଦ କର୍ମ ସେହି ଅବଜ୍ଞାକାରୀଙ୍କ ସହିତ କର ନାହିଁ। ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର। ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ। 10 କେଉଁ ବିଷୟ ଗୁଡ଼ିକ ଈଶ୍ୱରଙ୍କ ସନ୍ତୋଷ ଜନ୍ମାଏ, ସେଗୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାରରେ ଲୋକେ ଯେଭଳି କାମ କରନ୍ତି, ସେଗୁଡ଼ିକୁ କର ନାହିଁ। ସେଗୁଡ଼ିକ କରିବା ଦ୍ୱାରା କିଛି ଲାଭ ହୁଏ ନାହିଁ। 11 ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର। 12 ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ। 13 କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ। 14 ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ:

“ହେ! ଶୋଇଥିବା ଲୋକ, ଜାଗି ଉଠ
    ମୃତ୍ୟୁରୁ ଉଠି ଆସ,
ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”

15 ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର। 16 ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ। 17 ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ୱର ତୁମ୍ଭଠାରୁ କ’ଣ ଗ୍ଭହାନ୍ତି, ଏହା ଜାଣିବାକୁ ଚେଷ୍ଟା କର। 18 ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ। 19 ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ। 20 ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center