Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।” ସେଲା
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ। ସେଲା
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
ଯିହୁଦାରେ ମନଃଶିଙ୍କର କୁଶାସନର ଆରମ୍ଭ
21 ମନଃଶି ବାରବର୍ଷ ବୟସରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।
2 ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ତଡ଼ି ଦେଇଥିଲେ ସେହିମାନଙ୍କର ଘୃଣ୍ୟକର୍ମ ସେ କଲେ। 3 ତାଙ୍କର ପିତା ହିଜକିୟ ଯେଉଁ ଉଚ୍ଚସ୍ଥଳୀଗୁଡ଼ିକୁ ଧ୍ୱଂସ କରିଥିଲେ, ସେ ପୁନର୍ବାର ସେଗୁଡ଼ିକୁ ନିର୍ମାଣ କଲେ। ଇସ୍ରାଏଲର ଆହାବ ରାଜାଙ୍କ ପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ। ଆଉ ମଧ୍ୟ ସେ ସ୍ୱର୍ଗସ୍ଥ ସମସ୍ତ ନକ୍ଷତ୍ରଙ୍କୁ ପୂଜା କରି ସେମାନଙ୍କର ସେବା କଲେ। 4 ପୁଣି “ଆମ୍ଭେ ଯିରୁଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ମନ୍ଦିରରେ ସେ ଯଜ୍ଞବେଦି ନିର୍ମାଣ କଲେ। 5 ଆହୁରି ସେ ସଦାପ୍ରଭୁଙ୍କ ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ। 6 ମନଃଶି ଆପଣା ପୁତ୍ରକୁ ଅଗ୍ନିରେ ଉତ୍ସର୍ଗ କଲେ। ସେ ଶୁଭ ଶୁଭ କହିବାର ବିଦ୍ୟା, ଗଣକତା, ଯାଦୁବିଦ୍ୟା, ଭୂତ ପ୍ରେତ ଓ ଗୁଣୀ ଗାରେଡ଼ି କାର୍ଯ୍ୟରେ ଅଭ୍ୟସ୍ତ ହେଲେ।
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ, ଯଦ୍ଦ୍ୱାରା ସଦାପ୍ରଭୁ କ୍ରୋଧିତ ହେଲେ। 7 ପୁଣି ମନଃଶି ଆଶେରାର ଏକ ଖୋଦିତ ମୂର୍ତ୍ତି ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିରରେ ସ୍ଥାପନ କଲେ। କିନ୍ତୁ ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ମୁଁ ସମଗ୍ର ଇସ୍ରାଏଲର ସମସ୍ତ ନଗରଠାରୁ ଯିରୁଶାଲମକୁ ମନୋନୀତ କରିଛି। ଯିରୁଶାଲମର ଏହି ମନ୍ଦିରରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ। 8 ମୁଁ କେବେ ଇସ୍ରାଏଲୀୟମାନଙ୍କୁ ସେମାନଙ୍କ ଦେଶ ପରିତ୍ୟାଗ କରିବାର କାରଣ ହେବି ନାହିଁ, ଯାହା ମୁଁ ସେମାନଙ୍କର ପୂର୍ବପୁରୁଷଙ୍କୁ ଦେଇଅଛି। ମୁଁ ସେମାନଙ୍କୁ ସେଠାରେ ରହିବାକୁ ଦେବି, କେବଳ ଯଦି ସେମାନେ ମୋର ଆଜ୍ଞା ମାନନ୍ତି ଓ ମୋର ସେବକ ମୋଶା ସେମାନଙ୍କୁ କହିଥିବା ନିତି ନିୟମସବୁ ସେମାନେ ଅନୁସରଣ କରନ୍ତି।” 9 ମାତ୍ର ସେମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣିଲେ ନାହିଁ। କିଣାନ ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସେମାନଙ୍କୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କୁ ବିନଷ୍ଟ କରାଗଲା, ଯେତେବେଳେ ଇସ୍ରାଏଲୀୟମାନେ ଦେଶକୁ ଆସିଲେ।
10 ସଦାପ୍ରଭୁ ଆପଣା ସେବକ ଓ ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଏହିକଥା କହିଲେ। 11 “ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣାଯୋଗ୍ୟ କର୍ମ କରିଅଛି। ତାଙ୍କ ପୂର୍ବରୁ ଯେଉଁ ଇମୋରୀୟମାନେ ଥିଲେ ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିଅଛି। ତାଙ୍କର ପ୍ରତିମା ଆରାଧନା ଦ୍ୱାରା ସେ ଯିହୁଦାକୁ ପାପ କରାଇଛି। 12 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ ଆମ୍ଭେ ଯିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ଯିଏ ଏହି ବିଷୟରେ ଶୁଣିବ ଆଶ୍ଚର୍ଯ୍ୟ ହେବ।” 13 ପୁଣି ଆମ୍ଭେ ଯିରୁଶାଲମ ଉପରେ ଶମରିୟାର ମାପ କରି ରେଖା ଟାଣିବା ଓ ଆହାବ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସେହିପରି ମୁଁ ଯିରୁଶାଲମକୁ ପୋଛି ପକାଇବି। 14 ମୁଁ ମୋର ଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ୟାଗ କରିବି। ମୁଁ ସେମାନଙ୍କୁ ସେମାନଙ୍କର ଶତ୍ରୁ ହସ୍ତରେ ସମର୍ପଣ କରିବି। ସେମାନଙ୍କର ଶତ୍ରୁଗଣ ସେମାନଙ୍କୁ ଲୁଟ୍ କରିବେ ଏବଂ ସେମାନେ ସେମାନଙ୍କୁ ବନ୍ଦୀରୂପେ ନେଇଯିବେ। 15 କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି। ପୁଣି ସେମାନେ ସେମାନଙ୍କର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ କ୍ରୋଧ ଜନ୍ମାଇଛନ୍ତି।
ମଣିଷର ଦ୍ୱନ୍ଦ
14 ମୁଁ ଜାଣେ ଯେ ବ୍ୟବସ୍ଥା ହେଉଛି ଆତ୍ମିକ। କିନ୍ତୁ ମୁଁ ଆତ୍ମିକ ନୁହେଁ। ପାପର ଦାସ ଭଳି ମୁଁ ତା’ ପାଖରେ ବିକ୍ରି ହୋଇ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ। 15 ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସେହି କାମ କରେ। 16 ଯେଉଁ କାମ କରିବାକୁ ମୁଁ ଗ୍ଭହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ୟବସ୍ଥା ଭଲ ବୋଲି ସମର୍ଥନ ମୁଁ କରେ। 17 କିନ୍ତୁ ମୁଁ, ପ୍ରକୃତରେ ଏହି ମନ୍ଦ କର୍ମ କରି ନ ଥାଏ। ମୋ’ ଭିତରେ ଥିବା ପାପର ସ୍ୱଭାବ ଏହିସବୁ କାମ କରେ। 18 ମୁଁ ଏହା ଜାଣେ ଯେ ମୋ’ ଭିତରେ କିଛି ଭଲ ନାହିଁ। ମୋ’ କହିବା ଅର୍ଥ ଯେ, ମୋର ଶରୀରରେ କୌଣସି ଭଲ ବିଷୟ ନାହିଁ। 19 ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ। 20 ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଗ୍ଭହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତରେ ଏସବୁ କରେ ନାହିଁ। ମୋ’ ଭିତରେ ଥିବା ପାପ ଏହିସବୁ କାମ କରେ।
21 ସେହିଭଳି ମୁଁ ଏହି ବ୍ୟବସ୍ଥାଟି ଶିଖିଛି: ଯେତେବେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମୋ’ ପାଖେ ଉପସ୍ଥିତ ଥାଏ। 22 ମୋ’ ମନରେ, ମୁଁ ପରମେଶ୍ୱରଙ୍କର ବ୍ୟବସ୍ଥାରେ ସୁଖୀ। 23 କିନ୍ତୁ ମୋ’ ଶରୀରରେ ମୁଁ ଆଉ ଗୋଟିଏ ବ୍ୟବସ୍ଥା କାମ କରୁଥିବାର ଦେଖୁଛି। ସେମାନେ ଗ୍ରହଣ କରୁଥିବା ବ୍ୟବସ୍ଥା ସହିତ ମୋ’ ଶରୀରର ବ୍ୟବସ୍ଥା ସଂଘର୍ଷ କରୁଛି। ମୋ’ ଶରୀରରେ କାମ କରୁଥିବା ଏହି ବ୍ୟବସ୍ଥାଟି ପାପର ବ୍ୟବସ୍ଥା ଅଟେ, ଓ ସୋହି ବ୍ୟବସ୍ଥା ମୋତେ ବନ୍ଦୀ କରି ପକାଏ। 24 ଏହା ଭୟଙ୍କର ଅଟେ! ମୋତେ ଏହି ଶରୀରରୁ, ଯାହା ମୋ’ ପାଇଁ ମୃତ୍ୟୁ ଆଣେ, କିଏ ରକ୍ଷା କରିବ? ପରମେଶ୍ୱର ମୋତେ ରକ୍ଷା କରିବେ। 25 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ଧନ୍ୟବାଦ ହେଉ।
ଅତଏବ-ମୋ’ ମନ ସହିତ ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାର ଦାସ। କିନ୍ତୁ ପାପପୂର୍ଣ୍ଣ ସ୍ୱଭାବରେ ମୁଁ ପାପଯୁକ୍ତ ନିୟମର ଦାସ।
2010 by World Bible Translation Center