Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।” ସେଲା
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ। ସେଲା
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ଆଉ ମଧ୍ୟ ସେହି ସମୟରେ, ସମସ୍ତ ଦେଶ ଯିରୁଶାଲମର ଦକ୍ଷିଣ ଗେବାଠାରୁ ରିମ୍ମୋନ ପର୍ଯ୍ୟନ୍ତ ଭୂମି ସମତଳ ଭୂମିରେ ପରିଣତ ହେବ। କିନ୍ତୁ ଯିରୁଶାଲମ ତା’ ସ୍ଥାନରୁ ଉଚ୍ଚରେ ଠିଆ ହେବ। ଏହା ବିନ୍ୟାମୀନ ଫାଟକଠାରୁ ପ୍ରଥମ ଫାଟକ ପର୍ଯ୍ୟନ୍ତ ହନ୍ନେଲର କୋଣ ଫାଟକଠାରୁ ରାଜାଙ୍କର ଦ୍ରାକ୍ଷାକ୍ଷେତ୍ର ପର୍ଯ୍ୟନ୍ତ ବିସ୍ତୁତ ହେବ। 11 ଲୋକମାନେ ଯିବେ ଓ ସେଠାରେ ବାସ କରିବେ। ପୁନର୍ବାର ଯିରୁଶାଲମ ସମ୍ପୂର୍ଣ୍ଣ ଧ୍ୱଂସ ହେବ ନାହିଁ। ଯିରୁଶାଲମ ନିରାପଦ ହେବ।
12 ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସେହିମାନଙ୍କ ବିରୁଦ୍ଧରେ ଯେଉଁମାନେ ଯିରୁଶାଲମ ବିରୁଦ୍ଧରେ ଲଢ଼ୁଥିଲେ। ଲୋକମାନେ ଛିଡ଼ା ହୋଇ ଥିବା ବେଳେ ସେମାନଙ୍କର ଚର୍ମ ପଚିଯିବ। ସେମାନଙ୍କର ଚକ୍ଷୁ କୋଟର ମଧ୍ୟରେ ପଶିଯିବ ଓ ଜିହ୍ୱା ପାଟି ମଧ୍ୟରେ ପଶିଯିବ। 13-15 ସେହି ଭୟଙ୍କର ବ୍ୟାଧି ସେହି ଶିବିରରେ ରହିବ। ଆଉ ମଧ୍ୟ ସେମାନଙ୍କର ଅଶ୍ୱ, ଖଚର, ଓଟ ଓ ଗର୍ଦ୍ଦଭ ସେହି ଭୟଙ୍କର ବ୍ୟାଧିରେ ଆକ୍ରାନ୍ତ ହେବେ।
ସେହି ଦିନ ସଦାପ୍ରଭୁଙ୍କ ଦ୍ୱାରା ପ୍ରେରିତ ଭୟଙ୍କର ଆତଙ୍କ ଆତଙ୍କିତ ରୂପେ ସେମାନଙ୍କୁ ଧରିବ। ପ୍ରତ୍ୟେକ ଲୋକ ତାଙ୍କର ପ୍ରତିବାସୀର ହସ୍ତକୁ ଧରିବେ ଓ ସେମାନେ ପରସ୍ପର ମଧ୍ୟରେ ଯୁଦ୍ଧରେ ବ୍ୟାପ୍ତ ହେବେ। ଏପରିକି ଯିହୁଦା ଯିରୁଶାଲମ ବିପକ୍ଷରେ ଲଢ଼ିବ। ସମଗ୍ର ଗୋଷ୍ଠୀର ଧନସମ୍ପଦ ନଗରୀର ଚତୁର୍ଦ୍ଦିଗରେ ଏକତ୍ର ଠୁଳ ହେବ। ସେଠାରେ ସୁବର୍ଣ୍ଣ, ରୌପ୍ୟ ଓ ବସ୍ତ୍ର ବହୁତ ପରିମାଣରେ ସଂଗୃହୀତ ହେବ। 16 ପ୍ରତ୍ୟେକ ବ୍ୟକ୍ତି ଯିଏ ଦେଶ ଛାଡ଼ି ଯିରୁଶାଲମ ବିରୁଦ୍ଧରେ ଆସିଛନ୍ତି, ପ୍ରତ୍ୟେକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତି ବର୍ଷ ସେମାନଙ୍କର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ। 17 ଯଦି କୌଣସି ଦେଶର ପରିବାର ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଆସିବେ ନାହିଁ, ବର୍ଷା ସେମାନଙ୍କ ଉପରେ ପଡ଼ିବ ନାହିଁ। 18 ଯଦି ମିଶରର ପରିବାର ନ ଆସନ୍ତି, ବର୍ଷା ସେମାନଙ୍କ ଉପରେ ଆସିବ ନାହିଁ। ତା’ ବଦଳରେ ସଦାପ୍ରଭୁ ମହାମାରୀ ପଠାଇବେ ଯାହା ସେ ଦେଶସବୁ ବିରୁଦ୍ଧରେ ପଠାଇଥିଲେ ଏବଂ ଯେଉଁମାନେ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଯାଇ ନ ଥିଲେ। 19 ତାହା ମିଶରର ପାପ ହେବ ଏବଂ ପ୍ରତ୍ୟେକ ଦେଶର ପାପ, ଯେଉଁମାନେ ଯାଆନ୍ତି ନାହିଁ ଓ ପତ୍ରକୂଟୀର ପର୍ବ ପାଳନ କରନ୍ତି ନାହିଁ।
20 ସେହି ଦିନ ‘ସଦାପ୍ରଭୁଙ୍କ ପବିତ୍ର’ ଏପରିକି ଅଶ୍ୱଗଣର ଘଣ୍ଟିରେ ମଧ୍ୟ ଲେଖାଯିବ। ଆଉ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ବ୍ୟବହୃତ ସମସ୍ତ ପାତ୍ର ଯଜ୍ଞବେଦିର ଜଳପାତ୍ର ତୁଲ୍ୟ ହେବ। 21 ସମସ୍ତ ଜଳପାତ୍ର ଯିରୁଶାଲମ ଓ ଯିହୁଦାରେ ‘ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହେବ।’ ନୈବେଦ୍ୟ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସେମାନଙ୍କଠାରୁ ଜଳପାତ୍ର ନେବେ ଏବଂ ବଳିଦାନର ମାଂସ ରନ୍ଧନ କରିବେ।
ସେହି ଦିନ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିରରେ ଆଉ ବ୍ୟବସାୟୀ ନ ଥିବେ।
ଯୀଶୁ ବାରଜଣ ପ୍ରେରିତଙ୍କୁ ପଠାଇଲେ
(ମାଥିଉ 10:5-15; ମାର୍କ 6:7-13)
9 ଯୀଶୁ ବାରଜଣ ପ୍ରେରିତଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ରେରିତମାନଙ୍କୁ ରୋଗ ଭଲ କରିଦେବା ପାଇଁ ମଧ୍ୟ ଶକ୍ତି ଦେଲେ। 2 ତା'ପରେ ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ। 3 ସେ ସେମାନଙ୍କୁ କହିଲେ, “ଯାତ୍ରା ସମୟରେ ସାଙ୍ଗରେ କୌଣସି ପଦାର୍ଥ ନେବ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନେବ ନାହିଁ। କେବଳ ପାନ୍ଧିଥିବା ଲୁଗା ଛଡ଼ା ଅନ୍ୟ କିଛି ନେବ ନାହିଁ। 4 ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ। 5 ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ ନ କରନ୍ତି, ତେବେ ନଗର ଛାଡ଼ି ବାହାରକୁ ଗ୍ଭଲିଯିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ୟ ସେଠାରେ ଝାଡ଼ିଦେବ। ତେବେ ଏହା ସେମାନଙ୍କ ପାଇଁ ଚେତାବନୀ ହେବ।”
6 ପ୍ରେରିତମାନେ ବାହାରିଗଲେ। ସେମାନେ ସମସ୍ତେ ନଗର ଦେଇ ଯାତ୍ରା କଲେ। ସେମାନେ ସୁସମାଗ୍ଭର ଶୁଣାଇଲେ ଓ ସବୁ ଜାଗାରେ ଲୋକମାନଙ୍କୁ ସୁସ୍ଥ କଲେ।
2010 by World Bible Translation Center