Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:73-80

ଇୟୂଦ୍

73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
    ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
    କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
    ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
    ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
    ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ'ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
    ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
    ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
    ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
    ତେବେ ମୁଁ ଲଜ୍ଜିତ ହେବି ନାହିଁ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 8:4-13

ପାପ ଓ ଶାସ୍ତି

“ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ୟ କୁହ,

“‘ମନୁଷ୍ୟ ପଡ଼ିଲେ
    କ’ଣ ଆଉ ଉଠେ ନାହିଁ?
ବିପଥରେ ଗଲେ
    କ’ଣ ଆଉ ଫେରେ ନାହିଁ?
ଯିହୁଦା ଓ ଯିରୁଶାଲମର ଲୋକମାନେ
    କାହିଁକି ଚିରକାଳ ବିପଥଗାମୀ ହୋଇଅଛନ୍ତି?
ସେମାନେ ମିଥ୍ୟା ଓ ପ୍ରବଞ୍ଚନାରେ ବିଶ୍ୱାସ ରଖନ୍ତି
    ଓ ସେମାନେ ଫେରିବାକୁ ଅସମ୍ମତ।
ଆମ୍ଭେ ସେମାନଙ୍କ କଥା ମନୋଯୋଗ ସହକାରେ ଶୁଣିଲେ ମଧ୍ୟ
    ସେମାନେ ନ୍ୟାୟକଥା କହିଲେ ନାହିଁ।
ସେମାନେ ସେମାନଙ୍କର ପାପଲାଗି
    ଅନୁତପ୍ତ ନୁହନ୍ତି।
ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ପୃଷ୍ଠରେ ଧାବମାନ ହୁଏ
    ସେମାନେ ସେହିପରି ଆପଣା ଆପଣା ପଥରେ ଦୌଡ଼ନ୍ତି।
ଏପରିକି ଆକାଶର ପକ୍ଷୀଗଣ
    ନିଜ ନିଜ ନିରୂପିତ ସମୟ ଜାଣନ୍ତି।
ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ
    ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି।
ମାତ୍ର ଆମ୍ଭର ଲୋକମାନେ
    ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।

“‘ତୁମ୍ଭେମାନେ କହୁଛ ଯେ, “ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି।”
    ମାତ୍ର ଏହା ସତ୍ୟ ନୁହେଁ।
    କାରଣ ଅଧ୍ୟାପକଗଣଙ୍କ ମିଥ୍ୟା ଲେଖନୀ ମିଥ୍ୟା ଲେଖିଅଛି।
ସେହି “ଜ୍ଞାନୀ ଲୋକମାନେ” ଲଜ୍ଜିତ ହେବେ,
    ସେମାନେ ଦ୍ୱନ୍ଦରେ ପଡ଼ିବେ ଓ ଫାନ୍ଦରେ ପଡ଼ିବା ପରି ଅନୁଭବ କରିବେ।
ଦେଖ, ସେମାନେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ୟାଖାନ କଲେ।
    ସେମାନଙ୍କୁ କିପରି “ଜ୍ଞାନୀ” ବୋଲି ବିବେଚନା କରାଯିବ?
10 ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା
    ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା।
କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ
    ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ
    ସମସ୍ତେ ମିଥ୍ୟାଚରଣ କରନ୍ତି।
11 ଯଦିଓ ମୋର ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହୋଇଛନ୍ତି।
    ଏଠାରେ “ଶାନ୍ତି” ଅଛି, ବୋଲି କହି ସେମାନେ ସହଜରେ
ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି।
    ସେତେବେଳେ ସେଠାରେ କୌଣସି ‘ଶାନ୍ତି’ ନ ଥାଏ।
12 ସେମାନେ ଘୃଣ୍ୟକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ,
    ସେମାନଙ୍କର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ।
ଏଣୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ
    ପତିତ ହେବେ।
ସେମାନଙ୍କ ପ୍ରତିଫଳ ପ୍ରାପ୍ତି ସମୟରେ ସେମାନେ ନିପାତିତ ହେବେ।’”
    ସଦାପ୍ରଭୁ ଏହିସବୁ କହନ୍ତି।

13 “‘ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ସମସ୍ତ ଶସ୍ୟ ଓ ଫଳ ନେଇଯିବା
    ଓ ସେମାନଙ୍କୁ ନିରିହ ରୂପେ ସଂହାର କରିବା।
ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ ଓ ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ।
    ପତ୍ରସବୁ ମ୍ଳାନ ହୋଇଯିବେ।
ଆମ୍ଭେ ସେମାନଙ୍କୁ ଯାହାସବୁ ଦେଇଅଛୁ, ସେସବୁ ସେମାନଙ୍କଠାରୁ ନେଇଯିବୁ।’”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 19:28-41

28 ସେମାନେ ଏହା ଶୁଣି ଭୀଷଣ ରାଗିଗଲେ ଓ ଚିତ୍କାର କରି କହିଲେ, “ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ମହାନ୍ ଅଟନ୍ତି।” 29 ସମ୍ପୂର୍ଣ୍ଣ ସହରରେ ଚହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀୟା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନେଇ ସେମାନେ ଖେଳ ପଡ଼ିଆ ଆଡ଼କୁ ଦୌଡ଼ିଲେ। 30 ପାଉଲ ଭିତରକୁ ଯିବା ପାଇଁ ଇଚ୍ଛା କଲେ କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ। 31 ସେହି ଦେଶର କେତେକ ନେତାମାନେ ପାଉଲଙ୍କର ବନ୍ଧୁ ଥିଲେ। ସେମାନେ ତାହାଙ୍କୁ ଖେଳପଡ଼ିଆ ପାଖକୁ ନ ଯିବା ପାଇଁ ଅନୁରୋଧ କରି ଖବର ପଠାଇଲେ।

32 ଏହି ସମୟ ଭିତରେ ନାନା ଲୋକ ନାନା କଥା କହିଲେ ଓ ପାଟିକଲେ। ଅଧିକାଂଶ ଲୋକମାନେ ସେମାନଙ୍କର ଏକାଠି ହେବାର କାରଣ ଜାଣି ନ ଥିଲେ। ଏହା ଫଳରେ ସଭାରେ ପାଟିତୁଣ୍ଡ ହେଉଥିଲା। 33 ସେତେବେଳେ ଯିହୂଦୀୟମାନେ ଆଲେ‌କ୍‌ଜାଣ୍ଡାରକୁ ଆଗକୁ ପଠାଇଥିଲେ ଓ ତାହାଙ୍କୁ କିଛି କହିବା ପାଇଁ ଉପଦେଶ ଦେଉଥିଲେ। ଆଲେ‌କ୍‌ଜାଣ୍ଡାର ଲୋକମାନଙ୍କ ଆଗରେ ହାତ ହଲେଇ ସେମାନଙ୍କୁ ବୁଝାଇବା ପାଇଁ ଚେଷ୍ଟା କରୁଥିଲେ। 34 କିନ୍ତୁ ଯେତେବେଳେ ଲୋକମାନେ ଆଲେ‌କ୍‌ଜାଣ୍ଡାରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତେବେଳେ ସେମାନେ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କଲେ ଓ କହିଲେ, “ଏଫିସୀୟମାନଙ୍କର ମହାଦେବୀ ଆର୍ତ୍ତେମୀ ମହାନ୍ ଅଟନ୍ତି!”

35 ଏହା ଶୁଣି ନଗରର ବେବର୍ତ୍ତା ଜନଗହଳିକୁ ଶାନ୍ତ କରେଇ କହିଲେ, “ହେ ଏଫିସୀୟ ବାସିନ୍ଦାମାନେ, ସାରା ପୃଥିବୀର କିଏ ନ ଜାଣେ ଯେ, ଏଫିସ ନଗର, ଆର୍ତ୍ତେମୀ ମହାଦେବୀ ଓ ସ୍ୱର୍ଗରୁ ପଡ଼ିଥିବା ପବିତ୍ର ଶିଳାର ମନ୍ଦିରର ରକ୍ଷକ ଅଟେ? 36 ଏ କଥା କେହି ଅସତ୍ୟ ବୋଲି କହିପାରିବେ ନାହିଁ। ତେଣୁ ତୁମ୍ଭେମାନେ ଶାନ୍ତ ରହିବା ଉଚିତ୍। ପ୍ରଥମେ କିଛି ନଭାବି ତୁମ୍ଭେମାନେ କିଛି କରିବା ଅନୁଚିତ୍।

37 “ତୁମ୍ଭେମାନେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସେମାନେ କୌଣସି ମନ୍ଦିର ଲୁଟ କରି ନାହାନ୍ତି ବା ଆମ୍ଭ ଦେବୀଙ୍କର ଅପମାନ କରି ନାହାନ୍ତି। 38 ସେ କହିଲେ, “ଆମ୍ଭର ବିଗ୍ଭରାଳୟ ଅଛି ଓ ବିଗ୍ଭରକମାନେ ମଧ୍ୟ ଅଛନ୍ତି। ଯଦି କାହାରି ବିରୁଦ୍ଧରେ ଦୀମୀତ୍ରିୟ ବା ତା'ର କାରିଗରମାନଙ୍କର କୌଣସି ଅଭିଯୋଗ ଥାଏ, ସେମାନେ ସେଠାକୁ ଯାଇ ପରସ୍ପର ବିରୁଦ୍ଧରେ ଅଭିଯୋଗ ଆଣି ପାରନ୍ତି।

39 “ମାତ୍ର ତୁମ୍ଭମାନଙ୍କର ଯଦି ଆଉ କିଛି ବିଷୟ ଅଛି, ତେବେ ତାହା ନିୟମିତ ଜନସଭାରେ ବିଗ୍ଭର କରାଯାଇ ପାରିବ। 40 ଆଜିର ଜନ ସଭାରେ ଆନ୍ଦୋଳନ ସକାଶେ ଆମ୍ଭେ ଦୋଷୀ ହୋଇପାରୁ, ଯେହେତୁ ଆମ୍ଭପାଖରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।” 41 ଏହା କହି ସେ ସଭା ଭାଙ୍ଗିଲେ। ତା'ପରେ ସେ ଲୋକମାନଙ୍କୁ ଘରକୁ ଯିବା ପାଇଁ କହିଲେ। ସମସ୍ତେ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center