Revised Common Lectionary (Complementary)
9 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ଓ ସମୃଦ୍ଧିଶାଳୀ କରିବେ। ସେ ତୁମ୍ଭକୁ ବହୁ ସନ୍ତାନ ଦେଇ ଆଶୀର୍ବାଦ କରିବେ। ସେ ତୁମ୍ଭର ଗାଈମାନଙ୍କୁ ଆଶୀର୍ବାଦ କରିବେ, ସେମାନଙ୍କ ବହୁସଂଖ୍ୟକ ବାଛୁରି ହେବ। ସେ ତୁମ୍ଭର କ୍ଷେତ୍ରକୁ ଆଶୀର୍ବାଦ କରିବେ, ତାହା ଉତ୍ତମ ଶସ୍ୟ ପ୍ରଦାନ କରିବ। ସଦାପ୍ରଭୁ ପୁଣି ଥରେ ତୁମ୍ଭଠାରେ ଆନନ୍ଦିତ ହେବେ ଓ ମଙ୍ଗଳ କରିବେ, ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଠାରେ ଆନନ୍ଦିତ ଥିଲେ। 10 କିନ୍ତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ପୁସ୍ତକର ସମସ୍ତ ନିୟମ ବିଧି ମାନି ଚଳିବାକୁ ପଡ଼ିବ। ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନିକଟକୁ ଯେବେ ଫେରି ଆସ।
ଜୀବନ ନା ମୃତ୍ୟୁ
11 “ଆଜି ମୁଁ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦେଲି ତାହା ତୁମ୍ଭମାନଙ୍କ ପାଇଁ ଅତି କଠୋର ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ। 12 ଏହା ସ୍ୱର୍ଗରେ ନାହିଁ, ସେଥିପାଇଁ ତୁମ୍ଭେମାନେ କହିବ ଯେ, ‘ଆମ୍ଭମାନଙ୍କ ପାଇଁ କିଏ ସ୍ୱର୍ଗକୁ ଯିବ ତାହା ଆଣିବା ପାଇଁ ଯେଉଁଥିରେ ଆମ୍ଭେ ପାଳନ କରି ପାରିବୁ।’ 13 ଏହି ନିର୍ଦ୍ଦେଶ ସମୁଦ୍ରର ଆର ପାରିରେ ନାହିଁ ଯେ, ତେଣୁ ତୁମ୍ଭେ କହିବ, ‘କିଏ ସମୁଦ୍ର ପାର ହୋଇ ଆମ୍ଭମାନଙ୍କ ପାଇଁ ତାହା ଆଣି ଶୁଣାଇବେ ଓ ଆମ୍ଭେ ଶୁଣିବୁ।’ 14 ନାଁ, ଏହି ବାଣୀ ତୁମ୍ଭମାନଙ୍କର ଖୁବ୍ ନିକଟରେ ଅଛି। ଏହା ତୁମ୍ଭମାନଙ୍କର ପାଟିରେ ଅଛି। ତୁମ୍ଭମାନଙ୍କର ହୃଦୟରେ ଅଛି। ତେଣୁ ତୁମ୍ଭେମାନେ ଏହା କରି ପାରିବ।
ଦାଉଦଙ୍କର ଗୀତ।
25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
ସେମାନେ କିଛି ପାଇବେ ନାହିଁ।
4 ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
6 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
7 ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।
8 ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
9 ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।
1 ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ ମୁଁ ପାଉଲ ଓ ଆମ୍ଭ ଭାଇ ତୀମଥିଙ୍କଠାରୁ
2 କଲସୀରେ ରହୁଥିବା ଖ୍ରୀଷ୍ଟଙ୍କଠାରେ ପବିତ୍ର ଓ ବିଶ୍ୱସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି:
ଆମର ପିତା ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।
3 ଆମ୍ଭ ପ୍ରାର୍ଥନାରେ ଆମ୍ଭେ ସବୁବେଳେ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। 4 ପରମେଶ୍ୱର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠାରେ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠାରେ ଥିବା ପ୍ରେମ ବିଷୟରେ ଶୁଣି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। 5 ତୁମ୍ଭମାନଙ୍କର ଭରସା ହେତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ ଓ ସାଧୁମାନଙ୍କୁ ପ୍ରେମ କରୁଛ। ତୁମ୍ଭେ ଯେଉଁ ବିଷୟ ଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭେମାନେ ଯେତେବେଳେ ସତ୍ଶିକ୍ଷା ବା ସୁସମାଗ୍ଭର ଶୁଣିଥିଲ, ସେତେବେଳେ ଏହି ଭରସା ବିଷୟରେ ଜାଣିଥିଲ। 6 ବିଶ୍ୱରେ ସର୍ବତ୍ର ସୁସମାଗ୍ଭର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭେମାନେ ସୁସମାଗ୍ଭର ଶୁଣିଲ ଓ ପରମେଶ୍ୱରଙ୍କ ଅନୁଗ୍ରହର ସତ୍ୟ ବୁଝିଲ, ସେହି ଦିନଠାରୁ ତୁମ୍ଭେମାନେ ମଧ୍ୟ ଆଶୀର୍ବାଦ ଲାଭ କରୁଛ। 7 ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହ ବିଷୟରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭେମାନେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱାସୀ ସେବକ। 8 ଏପାଫ୍ରା, ପବିତ୍ରଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଆମ୍ଭକୁ କହିଛନ୍ତି।
9 ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ:
ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ; 10 ଯେପରି ତୁମ୍ଭେମାନେ ପ୍ରଭୁଙ୍କୁ ଗୌରବ ଆଣିଲା ଭଳି ଓ ପ୍ରତ୍ୟେକ ଢଙ୍ଗରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟ ଗୁଡ଼ିକ ବ୍ୟବହାର କରି ଜୀବନ-ଯାପନ କରିବ; ଯେପରି ତୁମ୍ଭେମାନେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ୱର ବିଷୟକ ଜ୍ଞାନରେ ବିକାଶ ଲାଭ କରିବ; 11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।
ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ 12 ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି 13 ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି। 14 ସେହି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ୟ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ୱାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।
ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ
25 ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”
26 ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”
27 ସେ ଉତ୍ତର ଦେଲେ, “‘ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ୍ଭର ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର’(A) ଏବଂ, ‘ତୁମ୍ଭେ ନିଜକୁ ପ୍ରେମ କରିଲା ଭଳି ଅନ୍ୟମାନଙ୍କୁ ପ୍ରେମ କର।’”(B)
28 ତା'ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।”
29 ନିଜେ ଠିକ୍ ଜୀବନଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଗ୍ଭହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “ତେବେ ଯେଉଁମାନଙ୍କୁ ପ୍ରେମ କରିବି, ସେମାନେ କିଏ?”
30 ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଯୀଶୁ କହିଲେ, “ଜଣେ ଲୋକ ଯିରୁଶାଲମରୁ ଯିରୀହୋକୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତା’ ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ଼ ମାରି ଅର୍ଦ୍ଧମୃତ ଅବସ୍ଥାରେ ପକାଇଦେଇ ଗ୍ଭଲିଗଲେ।
31 “ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ। 32 ତା'ପରେ ଜଣେ ଲେବୀୟ[a] ସେହି ବାଟରେ ଆସିଲେ। ସେ ସେହି ଲୋକଟିକୁ ଦେଖିବା ସତ୍ତ୍ୱେ ତାକୁ ସାହାଯ୍ୟ କରିବାକୁ ନ ଅଟକି ଗ୍ଭଲିଗଲେ।
33 “ତା'ପରେ ଶମିରୋଣୀୟ ଦେଶର ଜଣେ ଲୋକ ସେହି ବାଟେ ଆସିଲେ। ଆହତ ଲୋକଟି ଯେଉଁଠାରେ ପଡ଼ିଥିଲା, ସେ ସେହି ସ୍ଥାନକୁ ଆସିଲେ। ସେ ସେହି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ। 34 ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତରେ ତେଲ ଓ ଅଙ୍ଗୁରରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନେଇଗଲେ। ଚଟିଘରେ ସେ ଆହତ ଲୋକଟିର ଯତ୍ନ ନେଲେ। 35 ତା’ ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପାନ୍ଥଶାଳାର ଦାୟିତ୍ୱରେ ଥିବା ଲୋକଟିକୁ ଦେଇ କହିଲେ, ‘ଏହି ଆହତ ଲୋକଟିର ଯତ୍ନ ନେବ। ତା’ ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫେରିଲା ବେଳେ ତୁମ୍ଭକୁ ସେତକ ପରିଶୋଧ କରିଦେବି।”
36 ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?”
37 ଶାସ୍ତ୍ରୀ ଜଣକ କହିଲେ, “ଯେଉଁ ଲୋକ ଆହତ ଲୋକଟିକୁ ସାହାଯ୍ୟ କଲା।”
ତା'ପରେ ଯୀଶୁ ତାହାଙ୍କୁ କହିଲେ, “ତେବେ ତୁମ୍ଭେ ଯାଅ, ଏବଂ ଲୋକମାନଙ୍କ ନିମନ୍ତେ ସେହିଭଳି କାମ କର।”
2010 by World Bible Translation Center