Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 15

ଦାଉଦଙ୍କର ଗୀତ

15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
    କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
    ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
    ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
    ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
    କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
    ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
    ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
    ଆଘାତ କରି ମୁଦ୍ରା ନିଏ ନାହିଁ।

ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

ଆଦିପୁସ୍ତକ 13

ଅବ୍ରାମଙ୍କର କିଣାନକୁ ପ୍ରତ୍ୟାବର୍ତ୍ତନ

13 ତେଣୁ ଅବ୍ରାମ ମିଶର ପରିତ୍ୟାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷ ଧରି ଲୋଟ ସହିତ ନେଗେଭକୁ ଯାତ୍ରା କଲେ। ଅବ୍ରାମ ପଶୁ ଓ ସୁନାରୂପାରେ ଅତି ଧନବାନ ଥିଲେ।

ଅବ୍ରାମ ତାଙ୍କର ଯାତ୍ରା ଗ୍ଭଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥେଲ୍ ଆଡ଼କୁ ଗଲେ। ସେ ବୈଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହୋଇଥିଲା ସେହିଠାକୁ ଗଲେ। ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।

ଅବ୍ରାମ ଓ ଲୋଟଙ୍କର ବିଛିନ୍ନ

ସେହି ସମୟରେ ଲୋଟ ମଧ୍ୟ ଅବ୍ରାମଙ୍କ ସହିତ ଯାତ୍ରା କରୁଥିଲେ। ଲୋଟଙ୍କର ମଧ୍ୟ ମେଷ, ପଶୁପଲ ଓ ତମ୍ବୁ ଥିଲା। ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ। ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।

ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, “ତୁମ୍ଭ ଆମ୍ଭ ମଧ୍ୟରେ କଳହ ହେବା ଉଚିତ୍ ନୁହେଁ। ତୁମ୍ଭର ଲୋକ ଓ ମୋ’ ଲୋକ ମଧ୍ୟରେ କଳହ ହେବା ଠିକ୍ ନୁହେଁ କାରଣ ଆମ୍ଭେମାନେ ପରସ୍ପର ଭାଇ। ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚିତ୍। ତୁମ୍ଭର ଇଚ୍ଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ଯିବ ତେବେ ମୁଁ ଦକ୍ଷିଣକୁ ଯିବି। ତୁମ୍ଭେ ଯଦି ଦକ୍ଷିଣକୁ ଯିବ ତେବେ ମୁଁ ଉତ୍ତରକୁ ଯିବି।”

10 ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା। 11 ତେଣୁ ଲୋଟ ଯର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇ ଲୋକ ଅଲଗା ହୋଇଗଲେ ଓ ଲୋଟ ପୂର୍ବଦିଗକୁ ଯାତ୍ରା କଲେ। 12 ଅବ୍ରାମ କିଣାନୀୟଙ୍କ ଦେଶରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣିକୁ ନେଇଗଲେ। 13 ସଦୋମର ଲୋକମାନେ ମନ୍ଦ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଅତି ପାପିଷ୍ଠ ଥିଲେ।

14 ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ। 15 ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି। 16 ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ। 17 ତେଣୁ ତୁମ୍ଭେମାନେ ଯାଅ ଏବଂ ସମସ୍ତ ଦେଶରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦେଲି।”

18 ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନବୃକ୍ଷମୂଳକୁ ଯାଇ ସେଠାରେ ବାସ କଲେ। ସେହି ସ୍ଥାନରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ଯଜ୍ଞବେଦି ସ୍ଥାପନ କଲେ।

ଏଫିସୀୟଙ୍କ ପ୍ରତି ପତ୍ର 3:14-21

ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ

14 ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ। 15 ପରମେଶ୍ୱର ସ୍ୱର୍ଗ ଓ ପୃଥିବୀର ସମସ୍ତ ପରିବାରକୁ ପ୍ରକୃତ ନାମ କରଣ କରନ୍ତି। 16 ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ। 17 ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ। 18 ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର। 19 ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।

20 ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି। 21 ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center