Revised Common Lectionary (Complementary)
ଦାଉଦଙ୍କର ଗୀତ
15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
ଆଘାତ କରି ମୁଦ୍ରା ନିଏ ନାହିଁ।
ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।
ଲୋଟ ବନ୍ଦୀ ହେଲେ
14 ଶିନିୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିୟୋକ ରାଜା ଥିଲେ। କଦର୍ଲାୟୋମର ଇଲାମର ରାଜା ଥିଲେ ଓ ଗୋୟିମର ତିଦିୟଲର ରାଜା ଥିଲେ। 2 ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହମୋରାର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ସୋୟରର ରାଜାଙ୍କ ସହିତ ଯୁଦ୍ଧ କଲେ।
3 ଏହି ସମସ୍ତ ରାଜାମାନେ ସେମାନଙ୍କର ସୈନ୍ୟମାନଙ୍କୁ ସୀଦ୍ଦୀମ ଉପତ୍ୟକାରେ ଉପସ୍ଥିତ କରାଇଲେ। ସେହି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର। 4 ଏହି ରାଜାମାନେ ବାରବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହି ହୋଇଥିଲେ। 5 ଏହିପରି ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ଯେଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋତ୍କର୍ଣ୍ଣୟିମରେ ରଫାୟୀମ ଲୋକମାନଙ୍କୁ ଏବଂ ହମରେ ସୁଷୀୟ ଲୋକମାନଙ୍କୁ ପରାସ୍ତ କଲେ। ଶବିକିରିୟାଥୟିମରେ ଏମୀୟ ଲୋକମାନଙ୍କୁ ପରାସ୍ତ କଲେ। 6 ପ୍ରାନ୍ତର ନିକଟସ୍ଥ ଏଲ୍ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ। 7 ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐଣ୍ମିସ୍ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
8 ସେହି ସମୟରେ ସଦୋମର ରାଜା, ହମୋରାର ରାଜା, ଅଦ୍ମାର ରାଜା, ସବୋୟିମର ରାଜା ଓ ବଲାର ଅର୍ଥାତ୍ ସୋୟର ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ୟଗଣ ଏକତ୍ରିତ ହେଲେ। ସେମାନେ ସୀଦ୍ଦୀମ ଉପତ୍ୟକାକୁ ଯୁଦ୍ଧ କରିବାକୁ ଗଲେ। 9 ସେମାନେ ଏଲମର ରାଜା କଦର୍ଲାୟୋମର ଓ ଗୋୟିମର ତିଦିୟଲର ରାଜା ଓ ଶିନିୟରର ଅମ୍ରାଫଲ୍ର ରାଜା ଓ ଇଲ୍ଲାସରର ରାଜା। ଏହି ଗ୍ଭରି ଜଣ ରାଜା ପାଞ୍ଚ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।
10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ।
11 ଏଥିପାଇଁ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ୍ୟ ଲୁଟିନେଇ ପଳାଇଗଲେ। 12 ଅବ୍ରାମଙ୍କର ଭାତୃ ପୁତ୍ର ଲୋଟ ସଦୋମରେ ବାସ କରୁଥିଲେ ଏବଂ ଶତ୍ରୁମାନେ ତାହାକୁ ବନ୍ଦୀ କଲେ। ଏବଂ ଶତ୍ରୁଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ। 13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଗ୍ଭର ଦେଲା। ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷମୂଳେ ବାସ କରୁଥିଲେ। ସେମାନେ ମଧ୍ୟ ଅବ୍ରାମଙ୍କର ସହାୟ ଥିଲେ।
ଅବ୍ରାମ ଲୋଟଙ୍କୁ ଉଦ୍ଧାର କଲେ
14 ଯେତେବେଳେ ଅବ୍ରାମ ନିଜର ଜ୍ଞାତି ଧରା ହୋଇ ଯିବାର ସମାଗ୍ଭର ଶୁଣିଲେ। ଅବ୍ରାମ ତାଙ୍କର ସମସ୍ତ ପରିବାରକୁ ଏକତ୍ରିତ କଲେ। ସେଠାରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତ୍ରୁମାନଙ୍କ ପଛେ ପଛେ ଗୋଡ଼େଇ ଗୋଡ଼େଇ ଦାନ୍ ନଗର ପର୍ଯ୍ୟନ୍ତ ଗଲେ। 15 ସେହି ରାତ୍ରିରେ ସିଏ ଓ ତାଙ୍କର ସୈନ୍ୟମାନେ ସମସ୍ତେ ମିଶି ତାଙ୍କର ଶତ୍ରୁମାନଙ୍କ ବିରୁଦ୍ଧରେ ଅତର୍କିତ ଆକ୍ରମଣ କଲେ। ସେମାନେ ତାଙ୍କୁ ପରାସ୍ତ କରି ଗୋଡ଼େଇ ଗୋଡ଼େଇ ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ଗୋଡ଼ାଇଲେ। 16 ଏହା ପରେ ସେ ତାଙ୍କର ଭାତୃପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ୟଗଣଙ୍କୁ ବାହୁଡ଼ାଇ ଆଣିଲେ।
ବିହନ ବୁଣା ଦୃଷ୍ଟାନ୍ତ
(ମାଥିଉ 13:1-17; ମାର୍କ 4:1-12)
4 ବହୁ ଲୋକ ଆସି ଜମା ହୋଇଗଲେ। ପ୍ରତ୍ୟେକ ନଗରରୁ ଲୋକେ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:
5 “ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ। 6 କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା। 7 କିଛି ବୀଜ କଣ୍ଟା ବୁଦାରେ ପଡ଼ିଲା। ବୀଜ ଗଜାହୋଇ ଗଛ ବଢ଼ିଲା। କିନ୍ତୁ କଣ୍ଟା ବୁଦା ମଧ୍ୟ ତା’ ସହିତ ବଢ଼ିଲା ଓ ଶେଷରେ ତାକୁ ଗ୍ଭପି ପକାଇଲା। 8 ଅନ୍ୟ ବୀଜତକ ଭଲ ମାଟିରେ ପଡ଼ିଲା। ତାହା ଗଛ ହୋଇ ବଢ଼ିଲା। ଏଥିରୁ ଶହେ ଗୁଣ ଅଧିକ ଶସ୍ୟ ମିଳିଲା।”
ଏହି ଦୃଷ୍ଟାନ୍ତ କରିସାରି ଯୀଶୁ ବଡ଼ ପାଟିରେ କହିଲେ, “ତୁମ୍ଭମାନଙ୍କର ଯଦି କାନ ଅଛି, ତେବେ ଶୁଣ।”
9 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ?”
10 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି
‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ
ଦେଖି ପାରିବେନି,
ଏବଂ ଶୁଣୁଥିଲେ ମଧ୍ୟ
ବୁଝି ପାରିବେ ନାହିଁ।’(A)
2010 by World Bible Translation Center