Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 18:1-10

ତିନି ପରିଦର୍ଶକ

18 ଏହା ପରେ, ପୁନର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଅଲୋନବୃକ୍ଷ ନିକଟରେ ଦେଖାଦେଲେ। ମଧ୍ୟାହ୍ନ ସମୟରେ ଅବ୍ରହାମ ତାଙ୍କର ତମ୍ବୁର ଦ୍ୱାର ଦେଶରେ ବସିଥିଲେ। ଅବ୍ରହାମ ଦେଖିଲେ ତିନି ଜଣ ଲୋକ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ। ଅବ୍ରହାମ ଏହା ଦେଖିବାପରେ ସେମାନଙ୍କ ପାଖକୁ ଧାଇଁଗଲେ ଓ ଭୂମିଷ୍ଠ ହେଲେ। ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ। ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ। ମୁଁ ଆପଣମାନଙ୍କୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦେବି। ତା'ପରେ ଆପଣମାନେ ଯାତ୍ରା କରିବେ।”

ସେହି ତିନି ଜଣ କହିଲେ, “ତାହା ଉତ୍ତମ, ଯାହା କହିଲ ତାହା କର।”

ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।” ଏହା ପରେ ଅବ୍ରହାମ ଗୁହାଳକୁ ଦୌଡ଼ିଲେ। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ଓ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ଶୀଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର। ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁ‌ଗ୍‌ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ।

ଏହା ପରେ ସେହି ଲୋକମାନେ ପଗ୍ଭରିଲେ, “ତୁମ୍ଭର ସ୍ତ୍ରୀ ସାରା କେଉଁଠାରେ?”

ଅବ୍ରହାମ ଉତ୍ତର ଦେଲେ, “ସେ ଏହି ତମ୍ବୁରେ ଅଛି।”

10 ତହୁଁ ସେ କହିଲେ, “ବସନ୍ତ ସମୟରେ ଆମ୍ଭେ ପୁନରାୟ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।”

ସାରା ତମ୍ବୁରେ ରହି ଏହିକଥା ଶୁଣୁଥିଲେ।

ଗୀତସଂହିତା 15

ଦାଉଦଙ୍କର ଗୀତ

15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
    କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
    ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
    ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
    ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
    କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
    ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
    ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
    ଆଘାତ କରି ମୁଦ୍ରା ନିଏ ନାହିଁ।

ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

କଲସୀୟଙ୍କ ପ୍ରତି ପତ୍ର 1:15-28

ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ

15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
    କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି।
    ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି
    ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ,
ସମସ୍ତ ଆଧ୍ୟାତ୍ମିକ ଶକ୍ତି,
    ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।

17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ।
    ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି।
    ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ।
ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ।
    ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।

19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
20     ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ।
ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।

21 ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ୱରଙ୍କ ବିରୋଧୀ ଥିଲ। ତୁମ୍ଭେମାନେ ମନରେ ପରମେଶ୍ୱରଙ୍କ ଶତ୍ରୁ ଥିଲ। ସେଥିପାଇଁ ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଥିଲ। 22 କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ମିତ୍ର କରି ଦେଇଛନ୍ତି। ତାଙ୍କ ମାଂସମୟ ଶରୀରରେ, ନିଜ ମୃତ୍ୟୁ ଦ୍ୱାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ। 23 ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।

ମଣ୍ଡଳୀ ପାଇଁ ପାଉଲଙ୍କ କାମ

24 ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି। 25 ପରମେଶ୍ୱର ମୋତେ ମଣ୍ଡଳୀର ଜଣେ ସେବକ ହେବା ପାଇଁ ଏକ ବିଶେଷ କାମ ଦେଇଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାଯ୍ୟ କରୁଛି। ମୋ’ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ୱରଙ୍କ ଶିକ୍ଷା ପ୍ରଦାନ କରିବା। 26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ୟଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସେହି ଗୁପ୍ତ ସତ୍ୟ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା। 27 ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା। 28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟରେ ଲୋକଙ୍କୁ କହି ଗ୍ଭଲିଛୁ। ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଉଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆଧ୍ୟାତ୍ମିକ ଭାବରେ ପରିପୂର୍ଣ୍ଣ ହୋଇ ପରମେଶ୍ୱରଙ୍କ ଆଗରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।

ଲୂକ ଲିଖିତ ସୁସମାଗ୍ଭର 10:38-42

ମରିୟମ ଓ ମାର୍ଥା

38 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା। 39 ମାର୍ଥାର ମରିୟମ ନାମରେ ଗୋଟିଏ ଭଉଣୀ ଥିଲା। ମରିୟମ ଯୀଶୁଙ୍କ ପାଦ ପାଖରେ ବସି ତାହାଙ୍କ ଉପଦେଶ ଶୁଣୁଥିଲା, କିନ୍ତୁ ମାର୍ଥା ଘରର ସବୁ କାମ କରୁଥିଲା। 40 ମାର୍ଥାକୁ ବହୁତ ଗୁଡ଼ାଏ କାମ କରିବାକୁ ପଡ଼ୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, “ପ୍ରଭୁ! ମୋ’ ଭଉଣୀ ଘରର ଯେ ସବୁ କାମ ମୋ’ ଉପରେ ଛାଡ଼ି ଦେଇଛି, ଏ ବିଷୟରେ କ’ଣ ଆପଣଙ୍କର ମନୋଯୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମୋତେ ସାହାଯ୍ୟ କରୁ।”

41 ଯୀଶୁ ଉତ୍ତର ଦେଲେ, “ମାର୍ଥା, ହେ ମାର୍ଥା, ବହୁତ ଗୁଡ଼ାଏ କଥା ପାଇଁ ତୁମ୍ଭେ ବ୍ୟସ୍ତ ଓ ଚିନ୍ତିତ ଅଛ। 42 କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା'ଠାରୁ ଛଡ଼େଇ ନିଆଯିବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center