Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:97-104

ମେମ୍

97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
    ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
    ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
    କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
    ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
    କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
    ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
    ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।

ଦ୍ୱିତୀୟ ବିବରଣ 12:1-12

ସଦାପ୍ରଭୁଙ୍କର ଉପାସନାସ୍ଥଳ

12 “ଏହି ନିୟମ ବିଧିସବୁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଏହି ନୂତନ ଦେଶରେ ମାନିବାକୁ ହେବ। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଅଧିକାର ନିମନ୍ତେ ଯେଉଁ ଦେଶ ଦେଇଛନ୍ତି, ସେହି ଦେଶରେ ଜୀବିତ ଥିବା ପର୍ଯ୍ୟନ୍ତ ତାଙ୍କର ଏହି ବିଧିସକଳ ମାନିବ। ତୁମ୍ଭେମାନେ ଯେଉଁ ଗୋଷ୍ଠୀୟମାନଙ୍କୁ ଅଧିକାର କରିବ, ସେମାନଙ୍କର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁସବୁ ସ୍ଥାନରେ ନିଜ ନିଜ ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ। ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭଗ୍ନ କରିବ ଓ ସେମାନଙ୍କର ସ୍ମରଣାର୍ଥକ ପ୍ରସ୍ଥର ସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି ସବୁକୁ ଅଗ୍ନିରେ ଦ‌‌ଗ୍‌‌ଧ କରିବ। ସେମାନଙ୍କର ଖୋଦିତ ଦେବ ପ୍ରତିମାଗଣକୁ ହାଣି ପକାଇବ। ସେ ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।

“ସେହି ଲୋକମାନେ ସେମାନଙ୍କର ଦେବଗଣଙ୍କୁ ସେମାନେ ପୂଜା କଲାପରି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ସେହି ଉପାସନା କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସମସ୍ତ ଗୋଷ୍ଠୀ ମଧ୍ୟରୁ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠାରେ ତାଙ୍କର ନାମ ଉପାସନା ହେବା ଉଚିତ୍। ତୁମ୍ଭର ସେଠାକୁ ଯିବା ଉଚିତ୍ ଏବଂ ତାଙ୍କୁ ଖୋଜିବା ଉଚିତ୍। ତୁମ୍ଭେମାନେ ସେହି ସ୍ଥାନକୁ ନିଜ ନିଜ ହୋମବଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀୟ ଉପହାର ନିଜ ନିଜ ମାନତ ଦ୍ରବ୍ୟ, ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଓ ନିଜ ନିଜ ପଶୁପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ। ସେହି ସ୍ଥାନରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପରିବାର ସଦସ୍ୟଗଣ ସଦାପ୍ରଭୁଙ୍କ ଉପସ୍ଥିତିରେ ଭୋଜନ କରିବ। ତୁମ୍ଭକୁ ଯାହା ପ୍ରାପ୍ତି ହୋଇଛି ସେଥିରେ ଆନନ୍ଦିତ ହୁଅ, ଯେହେତୁ ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି।

“ଏପରି ତୁମ୍ଭେମାନେ କର ନାହିଁ, ଯାହାର ଦୃଷ୍ଟିରେ ଯାହା ଭଲ, ସେହିପରି ଉପାସନା କର ନାହିଁ, ଯାହା ଆମ୍ଭେ ଏହି ସ୍ଥାନରେ କରୁଅଛୁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ। 10 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରାଇବେ, ସେଠାକୁ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ପାର ହୋଇଯିବ ଓ ସେଠାରେ ପହଞ୍ଚିବ। ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଗଣଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେବେ, ଏବଂ ତୁମ୍ଭେମାନେ ନିର୍ଭୟରେ ବାସ କରିବ। 11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସେହି ସ୍ଥାନକୁ ତୁମ୍ଭେମାନେ ମୋର ଆଜ୍ଞା ଅନୁସାରେ ନିଜ ନିଜ ହୋମ ନୈବେଦ୍ୟ ଓ ନିଜ ନିଜ ବଳିଦାନ, ନିଜ ଆୟର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ। 12 ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ହେତୁ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।

ଯୋହନ ଲିଖିତ ସୁସମାଗ୍ଭର 6:41-51

41 “ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ। 42 ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’”

43 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର। 44 ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉ‌ତ୍‌ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ। 45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’(A) ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। 46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ୟକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କେବଳ ସେହି ଜଣେ ଦେଖିଛନ୍ତି, ଯିଏ କି ପରମେଶ୍ୱରଙ୍କଠାରୁ ଆସିଛନ୍ତି। ସେହି ଲୋକ ପରମପିତାଙ୍କୁ ଦେଖିଛନ୍ତି।

47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ। 48 ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ। 49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି। 50 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ସେହି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତେବେ ସେ କଦାପି ମରିବ ନାହିଁ। 51 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center