Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 138

ଦାଉଦଙ୍କର ଗୀତ

138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
    ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
    ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
    ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
    ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।

ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
    ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
    କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
    କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
    ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
    ଯଦି ମୋର ଶତ୍ରୁଗଣ କେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
    ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
    ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
    ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।

ଏଷ୍ଟର ବିବରଣ 2:19-3:6

ମର୍ଦ୍ଦଖୟ ଏକ ମନ୍ଦ ଯୋଜନା ବିଷୟରେ ଜାଣିଲେ

19 କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ ମର୍ଦ୍ଦଖୟ ରାଜ ଦ୍ୱାରରେ ବସିଲା। 20 ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ। କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା ସେତେବେଳେ ହିଁ ସେପରି ତାହାର ଆଜ୍ଞା ପାଳନ କଲା।

21 ସେହି ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ ଦ୍ୱାରପାଳମାନଙ୍କ ମଧ୍ୟରେ ବି‌ଗ୍‌ଥନ୍ ଓ ତେରଶ୍ ନାମକ ରାଜାଙ୍କର ଦୁଇ ଜଣ ନପୁଂସକ କ୍ରୋଧିତ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଷଡ଼ଯନ୍ତ୍ର କଲେ। 22 ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀକୁ ଜଣାଇଲା। ପୁଣି ଏଷ୍ଟର ମର୍ଦ୍ଦଖୟ ନାମ ଦେଇ ରାଜାକୁ ତାହା ଜଣାଇଲା। 23 ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହେବାରୁ ସେହି ଦୁଇଜଣ ବୃକ୍ଷରେ ଫାଶି ପାଇଲେ। ଆଉ ସେହି କଥା ରାଜାର ସାକ୍ଷାତରେ କଚେରୀର ନକଲ ଖାତାରେ ଲେଖାଗଲା।

ଯିହୁଦୀମାନଙ୍କୁ ଧ୍ୱଂସ କରିବା ପାଇଁ ହାମ‌ନ୍‌ର ଯୋଜନା ଥିଲା

ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଉନ୍ନତ କରି ଉଚ୍ଚ ପଦାନ୍ୱିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା। ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମ‌ନ୍‌କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ। ଏଣୁ ରାଜଦ୍ୱାର-ବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”

ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମ‌ନ୍‌କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା। ଯେତେବେଳେ ହାମନ୍ ଦେଖିଲା ମର୍ଦ୍ଦଖୟ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲା ନାହିଁ। ସେତେବେଳେ ସେ ଅତି କ୍ରୋଧାନ୍ନିତ ହେଲା। ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ମଣିଲା। କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ ଅର୍ଥାତ୍ ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 1:15-20

15 ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, 16 “ଭାଇମାନେ, ଧର୍ମଶାସ୍ତ୍ରରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ୱାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ଯିହୂଦାଙ୍କ ବିଷୟରେ କହିଥିଲେ। 17 ଯିହୂଦା ଆମ୍ଭ ଦଳରେ ଥିଲା ଓ ଆମ୍ଭ ସହିତ ଏକତ୍ର ସେବା କାର୍ଯ୍ୟ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ଯିହୂଦା ସେମାନଙ୍କର ନେତା ହେବ।”

18 ଯିହୂଦାକୁ ଏହି ଘୃଣ୍ୟ କାମ କରିବା ପାଇଁ ଟଙ୍କା ଦିଆ ଯାଇଥିଲା। ସେଥିରେ ସେ ଗୋଟିଏ ଜମି କିମି ଦେଲା। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହୋଇ ପଡ଼ିଲା। ପରେ ତା'ର ପେଟ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା। 19 ଏହି କଥା ଯିରୁଶାଲମ ବାସିନ୍ଦାମାନେ ସମସ୍ତେ ଜାଣିଲେ। ଏଣୁ ସେମାନେ ତାହାଙ୍କ ନିଜ ଭାଷାରେ ଏହି ଜମିକୁ “ହକ‌ଲ୍‌ଦମା” ଅର୍ଥାତ୍ “ରକ୍ତ କ୍ଷେତ୍ର ବୋଲି କହିଲେ।”

20 ପିତର ପୁଣି କହିଲେ, “ଗୀତସଂହିତାରେ ଯିହୂଦା ସମ୍ପର୍କରେ ଲେଖା ଯାଇଅଛି:

‘ତା'ର ବାସଗୃହ ଜନ ଶୂନ୍ୟ ହେଉ,
    ସେଠାରେ କୌଣସି ବ୍ୟକ୍ତି ବାସ ନ କରନ୍ତୁ।’(A)

ଏବଂ ଆହୁରି ମଧ୍ୟ ଲେଖାଅଛି:

‘ତାହାଙ୍କୁ ଅର୍ପଣ କରାଯାଇଥିବା କାର୍ଯ୍ୟ ଅନ୍ୟ କେହି ବ୍ୟକ୍ତି କରନ୍ତୁ।’(B)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center