Revised Common Lectionary (Complementary)
20 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଅନେକ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରାର ଲୋକମାନଙ୍କ ବିରୁଦ୍ଧରେ, ସେମାନେ ବହୁତ ପାପ କରିଛନ୍ତି। 21 ତେଣୁ ମୁଁ ସେଠାକୁ ଯିବି ଏବଂ ଦେଖିବି, ଯଦି ସେମାନେ ସେପରି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଗ୍ଭହେଁ।”
22 ଦୁଇ ଜଣ ଲୋକ ସଦୋମ ଆଡ଼କୁ ଗଲେ, ଯେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ରହିଲେ। 23 ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?” 24 ଯଦି ପଗ୍ଭଶ୍ ଜଣ ଧାର୍ମିକ ଲୋକ ସେହି ନଗରରେ ଥା’ନ୍ତି, ଆପଣ କ’ଣ କରିବେ? ଆପଣ କ’ଣ ସମ୍ପୂର୍ଣ୍ଣ ରୂପେ ସେହି ଦେଶକୁ ଧ୍ୱଂସ କରିବେ? ପଗ୍ଭଶ୍ ଜଣ ଧାର୍ମିକଙ୍କ ସକାଶେ କ’ଣ ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? 25 ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?”
26 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଯଦି ପଗ୍ଭଶ୍ ଜଣ ଭଲ ବ୍ୟକ୍ତି ସଦୋମରେ ଦେଖିବି, ମୁଁ ସେହି ସହରକୁ ଧ୍ୱଂସ କରିବି ନାହିଁ।”
27 ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ଆପଣଙ୍କ ତୁଳନାରେ ମୁଁ କେବଳ ଧୂଳି ଓ ପାଉଁଶ। କିନ୍ତୁ ମୋତେ କ୍ଷମା କରନ୍ତୁ ମୁଁ ଏତେ ସାହସୀ ହୋଇ ଆଉ ଏକ ପ୍ରଶ୍ନ ପଗ୍ଭରୁଅଛି। 28 ହୋଇପାରେ ସେହି ପଗ୍ଭଶ୍ ଜଣଙ୍କ ମଧ୍ୟରୁ ପାଞ୍ଚ ଜଣ ଊଣା ହୋଇପାରନ୍ତି, ଆପଣ କ’ଣ ଏହି ପାଞ୍ଚ ଜଣଙ୍କ କାରଣରୁ ସେହି ସହରକୁ ଧ୍ୱଂସ କରିବେ କି?”
ସଦାପ୍ରଭୁ କହିଲେ, “ଯଦି ମୁଁ ସେଠାରେ ପଇଁଗ୍ଭଳିଶ ଜଣ ଧାର୍ମିକ ଲୋକ ଦେଖେ ତେବେ ସେ ନଗରକୁ ଧ୍ୱଂସ କରିବି ନାହିଁ।”
29 ଅବ୍ରହାମ ପୁଣି କହିଲେ, “ଆପଣ ଯଦି ସେଠାରେ ଗ୍ଭଳିଶ୍ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ନଗରଟିକୁ ଧ୍ୱଂସ କରିବେ?”
ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ସେଠାରେ ଗ୍ଭଳିଶ୍ ଜଣ ଧାର୍ମିକ ଲୋକ ଦେଖେ ଦେବେ ମୁଁ ସେହି ନଗରକୁ ଧ୍ୱଂସ କରିବି ନାହିଁ।”
30 ଏହା ପରେ ଅବ୍ରହାମ କହିଲେ, “ହେ ସଦାପ୍ରଭୁ, ମୋ’ ପ୍ରତି କ୍ରୋଧ କରନ୍ତୁ ନାହିଁ। ଆପଣଙ୍କୁ ଏହି କଥା ପଗ୍ଭରିବାକୁ ଦିଅନ୍ତୁ। ଯଦି ତିରିଶ୍ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ସେହି ନଗର ଧ୍ୱଂସ କରିବେ?”
ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ତିରିଶ୍ ଜଣ ଧାର୍ମିକ ଲୋକ ପାଏ, ତେବେ ମୁଁ ସେହି ନଗର ଧ୍ୱଂସ କରିବି ନାହିଁ।”
31 ଏହା ପରେ ଅବ୍ରହାମ କହିଲେ, “ମୁଁ ଆପଣଙ୍କୁ କଷ୍ଟ ଦେଇ ପୁନର୍ବାର ପଗ୍ଭରିବି କି? ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ଆପଣ ନଗରକୁ ଧ୍ୱଂସ କରିବେ?”
ସଦାପ୍ରଭୁ ଉତ୍ତର ଦେଲେ, “ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ ମୁଁ ନଗରକୁ ଧ୍ୱଂସ କରିବି ନାହିଁ।”
32 ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୋତେ ଶେଷ ଥର ପାଇଁ ଅନୁମତି ମିଳୁ। ଯଦି ଆପଣ ସେଠାରେ ଦଶ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ଏପରି କରିବେ?”
ସଦାପ୍ରଭୁ କହିଲେ, “ଯଦି ଦଶ ଜଣ ଉତ୍ତମ ଲୋକ ଥା’ନ୍ତି ତେବେ ସେହି ସହରକୁ ବିନଷ୍ଟ କରିବି ନାହିଁ।”
ଦାଉଦଙ୍କର ଗୀତ
138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
3 ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।
4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
5 ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
ଯଦି ମୋର ଶତ୍ରୁଗଣ କେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।
ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଥାଅ:
6 ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହୋଇ ତାହାଙ୍କୁ ଅନୁସରଣ କରିଗ୍ଭଲ। 7 ତୁମ୍ଭେ କେବଳ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆସେ। ତୁମ୍ଭକୁ ସତ୍ୟର ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ୱରଙ୍କୁ ସବୁବେଳେ ଧନ୍ୟବାଦ ଦେଉଥାଅ।
8 ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା। 9 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ପାର୍ଥିବ ଶରୀର ଧାରଣ କରି ବାସ କଲେ। 10 ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
11 ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଏକ ଭିନ୍ନ ପ୍ରକାରର ସୁନ୍ନତ ହୋଇଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି। 12 ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।
13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ। 14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ୱାରା, ଆମ୍ଭ ବିରୁଦ୍ଧରେ ଲେଖା ଯାଇଥିବା ଚିଠାଟିକୁ ପରମେଶ୍ୱର ବ୍ୟର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସେହି ଚିଠାକୁ ପରମେଶ୍ୱର ନେଇଗଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ। 15 ପରମେଶ୍ୱର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ୱାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜୟୀ ହେଲେ। ପରମେଶ୍ୱର ସଂସାରକୁ ଦେଖାଇ ଦେଲେ ଯେ ସେମାନେ ଶକ୍ତିହୀନ ଅଟନ୍ତି।
ମନୁଷ୍ୟନିର୍ମିତ ନିୟମଗୁଡ଼ିକୁ ମାନ ନାହିଁ
16 ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)[a] ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ। 17 ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ। 18 କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି। 19 ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ।
ଯୀଶୁ ପ୍ରାର୍ଥନା ବିଷୟରେ ଉପଦେଶ ଦେଲେ
(ମାଥିଉ 6:9-15)
11 ଥରେ ଯୀଶୁ ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ। ସେ ପ୍ରାର୍ଥନା କରି ସାରିବା ପରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲେ, “ପ୍ରାର୍ଥନା କିପରି କରିବାକୁ ହେବ ତାହା ଯୋହନ ତାହାଙ୍କ ଶିଷ୍ୟମାନଙ୍କୁ ଶିଖାଇ ଦେଇଥିଲେ। ପ୍ରଭୁ, ପ୍ରାର୍ଥନା କିପରି କରିବାକୁ ହୁଏ, ତାହା ଆପଣ ମଧ୍ୟ ଆମ୍ଭମାନଙ୍କୁ ବତେଇ ଦିଅନ୍ତୁ।
2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କଲାବେଳେ କୁହ:
‘ହେ ପରମପିତା, ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭ ନାମ ସର୍ବଦା ପବିତ୍ର ରହୁ।
ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭର ରାଜ୍ୟ ଆସୁ।
3 ଆମ୍ଭେମାନେ ଆବଶ୍ୟକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ।
4 ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ,
କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ।
ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’”
ତୁମ୍ଭର ଆବଶ୍ୟକ ପାଇଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର
(ମାଥିଉ 7:7-11)
5-6 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମନେକର ତୁମ୍ଭମାନଙ୍କ ଭିତରୁ ଜଣେ କେହି ନିଜ ସାଙ୍ଗ ପାଖକୁ ରାତିରେ ବହୁତ ଡେରିରେ ଯାଇ କହିବ, ‘ମୋର ଅନ୍ୟ ସହରରେ ଜଣେ ବନ୍ଧୁ ମୋତେ ଦେଖା କରିବାକୁ ଆସିଛନ୍ତି। ତାହାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ହେଲେ ନାହିଁ। ଦୟାକରି ମୋତେ ତିନିଖଣ୍ଡ ରୋଟୀ ଦିଅ।’ 7 ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେବ, ‘ତୁମ୍ଭେ ଗ୍ଭଲିଯାଅ। ମୋତେ ହଇରାଣ କର ନାହିଁ। ଦୁଆର ବନ୍ଦ ହୋଇ ଗଲାଣି। ମୁଁ ଓ ମୋ’ ପିଲାମାନେ ଶୋଇବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦେବାକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।’ 8 ମୁଁ ତୁମ୍ଭକୁ କହୁଛି। ସେ ଲୋକଟି ଶେଯ ଛାଡ଼ି ଉଠିବ, ଓ ତୁମ୍ଭକୁ ରୋଟୀ ଦେବା ପାଇଁ ହୁଏତ ତୁମ୍ଭର ବନ୍ଧୁତ୍ୱ ଯଥେଷ୍ଟ ହୋଇ ପାରି ନ ଥାଏ। କିନ୍ତୁ ତୁମ୍ଭେ ଯଦି ନିରନ୍ତର ମାଗି ଗ୍ଭଲିଥାଅ, ତେବେ ସେ ନିଶ୍ଚୟ ଉଠିବ, ଓ ତୁମ୍ଭର ଯାହା ଦରକାର, ତାହା ଦେବ। 9 ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା'ହେଲେ ପରମେଶ୍ୱର ତୁମ୍ଭମାନଙ୍କୁ ଦେବେ। ଖୋଜୁଥାଅ। ତୁମ୍ଭେମାନେ ପାଇବ। ଦୁଆର ଠକ୍ଠକ୍ କରି ଗ୍ଭଲି ଥାଅ। ତୁମ୍ଭ ପାଇଁ ଦୁଆର ଖୋଲିଯିବ। 10 କାରଣ ଯେଉଁ ଲୋକମାନେ ମାଗୁଥା’ନ୍ତି, ସେମାନେ ପ୍ରତ୍ୟେକେ ପାଇଥା’ନ୍ତି। ଯେଉଁମାନେ ଖୋଜୁଥା’ନ୍ତି, ସେମାନେ ପାଇଥା’ନ୍ତି। ଯେଉଁମାନେ ଦୁଆର ବାଡ଼େଇ ଥା’ନ୍ତି, ସେମାନଙ୍କ ପାଇଁ ଦୁଆର ଖୋଲିଯାଏ। 11 ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ’ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳରେ ସାପଟିଏ ଦିଏ କି? ନା, ତୁମ୍ଭେମାନେ ତାକୁ ମାଛ ଦେବ। 12 କିମ୍ବା ପୁଅ ଯଦି ଅଣ୍ଡାଟିଏ ମାଗେ, ତେବେ ତା’ ହାତରେ ତୁମ୍ଭେମାନେ କଙ୍କଡ଼ାବିଛାଟିଏ ଦେବ କି? ନା। 13 ତୁମ୍ଭେମାନେ ଖରାପ ଲୋକ ହୋଇଥିଲେ ମଧ୍ୟ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭେମାନେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦେବେ।”
2010 by World Bible Translation Center