Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 55:16-23

16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
    ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
    ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
    ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
    ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ। ସେଲା

20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
    ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଙ୍ଗ କରେ।
    ତା'ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚି‌କ୍‌କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
    ତା'ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖ‌ଡ଼୍‌ଗ ତୁଲ୍ୟ କାଟନ୍ତି।

22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
    ତହିଁରେ ସେ ତୁମ୍ଭର ଯତ୍ନ ନେବେ।
    ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
    ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।

ଏଷ୍ଟର ବିବରଣ 5

ଏଷ୍ଟର ରାଜାଙ୍କୁ କହିଲେ

ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ। ତା'ପରେ ରାଜା, ରାଣୀ ଏଷ୍ଟର ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ। ଏବଂ ରାଜା ତାକୁ ଦେଖି ଖୁସୀ ହେଲେ, ତେଣୁ ସେ ତାଙ୍କ ହାତରେ ଥିବା ସୁବର୍ଣ୍ଣର ରାଜଦଣ୍ତ ରାଣୀ ଏଷ୍ଟର ଆଡ଼କୁ ବଢ଼ାଇଲେ। ତେଣୁ ଏଷ୍ଟର ନିକଟକୁ ଆସିଲେ ଏବଂ ଆସି ରାଜଦଣ୍ତର ଅଗ୍ର ଭାଗ ଛୁଇଁଲେ।

ରାଜା ତାଙ୍କୁ ପଗ୍ଭରିଲେ, “ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ’ଣ କରିପାରେ? ତୁମ୍ଭର କ’ଣ ପ୍ରାର୍ଥନା ଅଛି? ମୋର ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆଯିବ।”

ଏଷ୍ଟର କହିଲା, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜିକୁ ଆଗମନ କରନ୍ତୁ।”

ଏହା ପରେ ରାଜା କହିଲେ, “ହାମ‌ନ୍‌କୁ ଶୀଘ୍ର ଆଣ, ତାହାହେଲେ ଏଷ୍ଟର ଯାହା କହିଛନ୍ତି ଆମ୍ଭେ ତାହା କରି ପାରିବୁ।”

ଏହା ପରେ ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ନୈଶ ଭୋଜିକୁ ଆସିଲେ। ଏଥିରେ ରାଜା ଭୋଜିରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, “ତୁମ୍ଭର କ’ଣ ନିବେଦନ ଅଛି? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ପ୍ରାର୍ଥନା କ’ଣ? ମୋ’ ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ଦିଆଯିବ।”

ତହିଁରେ ଏଷ୍ଟର କହିଲା, “ମୋର ନିବେଦନ ଓ ପ୍ରାର୍ଥନା ଏହି କି, ମୁଁ ଯେବେ ମୋର ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯେବେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ୍ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସେହି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦେବି।”

ହାମନ୍ ମର୍ଦ୍ଦଖୟଙ୍କ ଉପରେ କ୍ରୋଧ କଲେ

ସେଦିନ ହାମନ୍ ଆନନ୍ଦିତ ହୋଇ ଗ୍ଭଲିଗଲା। ମାତ୍ର ହାମନ୍, ରାଜଦ୍ୱାରରେ ନିଜ ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା। 10 ତଥାପି ହାମନ୍ ନିଜର କ୍ରୋଧକୁ ନିୟନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତା'ପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶକୁ ଡକାଇ ଆଣିଲା। 11 ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା। 12 ହାମନ୍ ଆହୁରି କହିଲା, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମୋ’ ଛଡ଼ା ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି। 13 କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”

14 ତେଣୁ ତାହାର ସ୍ତ୍ରୀ ସେରଶ୍ ଓ ତା'ର ସମସ୍ତ ମିତ୍ରଗଣ ତାକୁ କହିଲେ, “ପଗ୍ଭଶ୍ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖୟକୁ ତହିଁରେ ଫାଶି ଦେବା ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହୋଇ ରାଜା ସହିତ ଭୋଜିକୁ ଯାଅ।”

ଏହା ହାମ‌ନ୍‌କୁ ଏକ ଭଲ ବୁଦ୍ଧି ପରି ଜଣାଗଲା, ତେଣୁ ସେ ଫାଶି କାଠ ପ୍ରସ୍ତୁତ କଲା।

କଲସୀୟଙ୍କ ପ୍ରତି ପତ୍ର 2:16-3:1

ମନୁଷ୍ୟନିର୍ମିତ ନିୟମଗୁଡ଼ିକୁ ମାନ ନାହିଁ

16 ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)[a] ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ। 17 ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ। 18 କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି। 19 ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ।

20 ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ୟ ଏପରି ବ୍ୟବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ’ଣ ପାଇଁ ପାଳନ କରୁଛ: 21 “ଏହା ଖାଅ ନାହିଁ।”, “ତାହା ଗ୍ଭଖ ନାହିଁ।”, “ସେ ଜିନିଷକୁ ଛୁଅଁ ନାହିଁ।” 22 ଏହି ଜାଗତିକ ନିୟମଗୁଡ଼ିକ ସେହିସବୁ ବିଷୟରେ ଅଟେ, ଯାହାକି ବ୍ୟବହାର ହେବା ପରେ ନଷ୍ଟ ହୋଇଯାଆନ୍ତି। ସେହି ଆଦେଶ ଓ ଶିକ୍ଷାଗୁଡ଼ିକ ମନୁଷ୍ୟମାନଙ୍କଠାରୁ, ପରମେଶ୍ୱରଙ୍କଠାରୁ ନୁହେଁ। 23 ଏହି ବ୍ୟବସ୍ଥାଗୁଡ଼ିକ ଜ୍ଞାନପୂର୍ଣ୍ଣ ଜଣା ପଡ଼ୁଥିଲେ ମଧ୍ୟ ମନୁଷ୍ୟ ଦ୍ୱାରା ଗଠନ କରାଯାଇଥିବା ଧର୍ମର ଗୋଟିଏ ଗୋଟିଏ ଅଂଶ, ଯାହାଦ୍ୱାରା ଲୋକେ ନମ୍ର ବୋଲି ଛଳନା କରନ୍ତି ଓ ନିଜର ଶରୀରକୁ ତାଡ଼ନା କରନ୍ତି। କିନ୍ତୁ ଏହି ନିୟମଗୁଡ଼ିକ ସେମାନଙ୍କୁ ସେମାନଙ୍କର ପାପ ସ୍ୱଭାବ ଓ ମନ୍ଦ କାର୍ଯ୍ୟରୁ ଦୂରରେ ରହିବା ପାଇଁ ସାହାଯ୍ୟ କରେ ନାହିଁ।

ଯୀଶୁ ଖ୍ରୀଷ୍ଟଙ୍କଠାରେ ନୂତନ ଜୀବନ

ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center