Revised Common Lectionary (Complementary)
16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ। ସେଲା
20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଙ୍ଗ କରେ।
ତା'ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚିକ୍କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
ତା'ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖଡ଼୍ଗ ତୁଲ୍ୟ କାଟନ୍ତି।
22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
ତହିଁରେ ସେ ତୁମ୍ଭର ଯତ୍ନ ନେବେ।
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।
ମର୍ଦ୍ଦଖୟକୁ ସମ୍ମାନ କରାଗଲା
6 ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ। ଏଣୁ ସେ କଚେରୀ ବୃତ୍ତାନ୍ତ ପୁସ୍ତକ ଆଣିବାକୁ ଆଜ୍ଞା କଲେ, ଏବଂ ତାହା ରାଜାଙ୍କ ସମ୍ମୁଖରେ ପାଠ କରାଗଲା। 2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କର ନପୁଂସକ ବିଗ୍ଥନ୍ ଓ ତେରଶ୍ ନାମରେ ଦୁଇଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲା।
3 ଏଣୁ ରାଜା ପଗ୍ଭରିଲେ, “ଏଥିପାଇଁ ମର୍ଦ୍ଦଖୟକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ଯାଇଅଛି?”
ରାଜାଙ୍କର ସେବାକାରୀ ଦାସମାନେ କହିଲେ, “ତାହା ପାଇଁ କିଛି କରାଯାଇ ନାହିଁ।”
4 ତେଣୁ ରାଜା ପଗ୍ଭରିଲେ, “ପ୍ରାଙ୍ଗଣରେ କିଏ ଅଛି?” ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠରେ ମର୍ଦ୍ଦଖୟକୁ ଫାଶି ଦେବା ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ୱାର ପ୍ରାଙ୍ଗଣକୁ ଆସିଲା। 5 ତେଣୁ ରାଜାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଛିଡ଼ା ହୋଇଅଛି।”
ତେଣୁ ରାଜା କହିଲେ, “ସେ ଭିତରକୁ ଆସୁ।”
6 ତହିଁରେ ହାମନ୍ ଭିତରକୁ ଆସିବାରୁ ରାଜା ତାହାକୁ କହିଲା, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କ’ଣ କରାଯିବ?”
ହାମନ୍ ମନେ ମନେ ଭାବିଲା, “ରାଜା ମୋ’ ବିନା ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?”
7 ଏଣୁ ହାମନ୍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, 8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ। 9 ଆଉ ସେହି ବସନ ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜ ବସନ ପିନ୍ଧାନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରାନ୍ତୁ। ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।’”
10 ଏଥିରେ ରାଜା ହାମନ୍କୁ କହିଲା, “ତୁମ୍ଭେ ଏହା ଶୀଘ୍ର କର,” ଯେପରି କହିଲ। “ସେପରି ବସନ ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର, ସେଥିରୁ କିଛି ଊଣା କର ନାହିଁ, ଯାହା ତୁମ୍ଭେ କହିଲ।”
11 ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା।
12 ଏହା ପରେ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲା। ମାତ୍ର ହାମନ୍ ଶୋକାକୁଳ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା। 13 ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”
14 ସେମାନେ ତାହା ସହିତ ଏହିପରି କଥାବାର୍ତ୍ତା କରୁ କରୁ ରାଜ-ନପୁଂସକମାନେ ଆସି ଏଷ୍ଟରର ପ୍ରସ୍ତୁତ ଭୋଜିକୁ ହାମନ୍କୁ ନେବା ପାଇଁ ଚଞ୍ଚଳ ହେଲେ।
ହାମନଙ୍କୁ ଫାଶି ଦିଆଗଲା
7 ତେଣୁ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଦ୍ରାକ୍ଷାରସ ପାନ କରିବାକୁ ଗଲେ। 2 ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।”
3 ଏହା ପରେ ରାଣୀ ଏଷ୍ଟର କହିଲେ, “ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ ଯେବେ ମହାରାଜ ସନ୍ତୁଷ୍ଟ ହୋଇଛନ୍ତି, ତେବେ ମୋହର ନିବେଦନ ଅନୁସାରେ ମୋ’ ପ୍ରାଣ ଓ ମୋର ପ୍ରାର୍ଥନାନୁସାରେ ମୋ’ ଲୋକମାନଙ୍କୁ ମୋତେ ଦିଆଯାଉ। 4 କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।”
5 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକି କହିଲା, “ଯେ ଏପର୍ଯ୍ୟନ୍ତ କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠାରେ ଅଛି?”
6 ଏଷ୍ଟର କହିଲା, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ।”
ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା।
30 ତା'ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ। 31 ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ। 32 କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ। 33 ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ:
“ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ।
ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ
କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ
ସେ ଲଜ୍ଜିତ ହେବ ନାହିଁ।”(A)
10 ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ। 2 ମୁଁ ବିଶ୍ୱାସ ପୂର୍ବକ ସେମାନଙ୍କ ବିଷୟରେ କହିପାରେ, ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଅନୁକରଣ କରିବା ପାଇଁ ଗ୍ଭହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ। 3 ସେମାନେ ଜାଣି ନ ଥିଲେ ଯେ, ପରମେଶ୍ୱର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କରନ୍ତି। ସେମାନେ ଧାର୍ମିକ ହେବା ପାଇଁ ନିଜର ଉପାୟ ଦ୍ୱାରା ଚେଷ୍ଟା କଲେ। ଅତଏବ ସେମାନେ ଧାର୍ମିକତା ବୋଲି ଗଣିତ ପରମେଶ୍ୱରଙ୍କ ମାର୍ଗର ଅନୁସରଣ କଲେ ନାହିଁ। 4 ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।
2010 by World Bible Translation Center