Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 55:16-23

16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
    ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
    ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
    ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
    ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ। ସେଲା

20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
    ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଙ୍ଗ କରେ।
    ତା'ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚି‌କ୍‌କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
    ତା'ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖ‌ଡ଼୍‌ଗ ତୁଲ୍ୟ କାଟନ୍ତି।

22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
    ତହିଁରେ ସେ ତୁମ୍ଭର ଯତ୍ନ ନେବେ।
    ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
    ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।

ଏଷ୍ଟର ବିବରଣ 7:7-8:17

ଆଉ ରାଜା କ୍ରୋଧରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା। ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସର ପାନଶାଳାକୁ ଲେଉଟି ଆସିଲା, ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲା ହାମନ୍ ତହିଁ ଉପରେ ବସି ପଡ଼ିଲା। ତେଣୁ ରାଜା କହିଲା, “ଏ କ’ଣ ଗୃହ ମଧ୍ୟରେ ମୋ’ ସାକ୍ଷାତରେ ରାଣୀକୁ ବଳାତ୍କାର କରିବ?”

ଏହିକଥା ରାଜା ମୁଖରୁ ବାହାରିବା ମାତ୍ରେ ଲୋକମାନେ ହାମ‌ନ୍‌ର ମୁଖ ଢାଙ୍କି ପକାଇଲେ। ଏହା ପରେ ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଗ୍ଭଶ୍ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମା‌ନ୍‌ର ଗୃହରେ ସ୍ଥାପିତ ହୋଇଅଛି।”

ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶି ଦିଅ।”

10 ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମ‌ନ୍‌କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।

ଯିହୁଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜା ଆଦେଶ ଦେଲେ

ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମ‌ନ୍‌ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା। ଏଥିରେ ରାଜା ହାମ‌ନ୍‌ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା ଏବଂ ଏଷ୍ଟର ହାମ‌ନ୍‌ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା।

ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମ‌ନ୍‌ର କୃତ ଅମଙ୍ଗଳ ଓ ତା'ର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା।

ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ ଏଷ୍ଟର ଉଠି ରାଜାଙ୍କ ଛାମୁରେ ଠିଆ ହେଲା। ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ। ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?”

ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, “ଦେଖ, ମୁଁ ଏଷ୍ଟରକୁ ହାମ‌ନ୍‌ର ଗୃହ ଦେଲି, ଲୋକମାନେ ହାମା‌ନଙ୍କୁ ଫାଶିକାଠରେ ଫାଶି ଦେଇଛନ୍ତି। କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା। ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।”

ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା। 10 ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

11 ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।

12 ସେଦିନ ଥିଲା ଅକ୍ଷଶ୍ୱେରଶ ରାଜାଙ୍କର ତ୍ରୟୋଦଶ ଦିନ ଦ୍ୱାଦଶ ମାସର ଅଦାର ମାସରେ। ଯିହୁଦୀୟମାନଙ୍କୁ ସବୁ ପ୍ରଦେଶରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦେଇଥିଲେ। 13 ସେହି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡ଼କୁ ପଠା ଯାଇଥିଲା। ଏହା ଏକ ବ୍ୟବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶରେ ନିୟମରେ ପରିଣତ କରାଗଲା। ସେହି ରାଜ୍ୟରେ ବାସ କରୁଥିବା ସବୁଜାତୀୟ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ଯିହୁଦୀୟମାନେ ସେହି ଦିନ ପାଇଁ ପ୍ରସ୍ତୁତ ହୋଇଥିଲେ। ଯିହୁଦୀୟମାନଙ୍କୁ ସୁଯୋଗ ଦିଆ ଯାଇଥିଲା ସେମାନଙ୍କର ଶତ୍ରୁମାନଙ୍କଠାରୁ ପ୍ରତିଶୋଧ ନେବା ପାଇଁ। 14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୁଢ଼ ଦୂତମାନେ ରାଜାଙ୍କ ଆଜ୍ଞାରେ ଶୀଘ୍ର ଗ୍ଭଲିଗଲେ, ଏବଂ ଏହା ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

15 ଏହା ପରେ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢ଼ଣୀ ଓ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା। 16 ଆଉ ଯିହୁଦୀୟମାନଙ୍କର ଦୀପ୍ତି, ଆନନ୍ଦ, ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।

17 ଏବଂ ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ, ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମ ପତ୍ର ଉପସ୍ଥିତ ହେଲା, ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ, ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୟ କଲେ।

ମାଥିଉ ଲିଖିତ ସୁସମାଗ୍ଭର 5:43-48

ସମସ୍ତଙ୍କୁ ପ୍ରେମ କର

(ଲୂକ 6:27-28,32-36)

43 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’(A) 44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର। 45 ତା'ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି। 46 ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀ[a]ମାନେ ମଧ୍ୟ ଏହା କରନ୍ତି। 47 ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି? 48 ଏଣୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center