Revised Common Lectionary (Complementary)
2 ସମସ୍ତ ମୂଲ୍ୟହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ୟହୀନ, ସମସ୍ତ ମୂଲ୍ୟହୀନ ଅଟେ।
ଜ୍ଞାନ କ’ଣ ଆନନ୍ଦ ଦେଇପାରେ?
12 ମୁଁ ଉପଦେଶକ ଯିରୁଶାଲମରେ ଇସ୍ରାଏଲର ଉପରେ ରାଜା ଥିଲି। 13 ମୁଁ ମନୋଯୋଗ କଲି ଅଧ୍ୟୟନ ପାଇଁ ଏବଂ ଜ୍ଞାନ ଦ୍ୱାରା ସବୁକିଛି ବୁଝିବା ପାଇଁ ଯାହା ସ୍ୱର୍ଗତଳେ ହୁଏ। ଏହି କାର୍ଯ୍ୟ, ଯାହା ପରମେଶ୍ୱର ମନୁଷ୍ୟମାନଙ୍କୁ ଦେଇଛନ୍ତି ବ୍ୟସ୍ତ ରହିବାକୁ ଅତି ଅପ୍ରିତିକର ଅଟେ। 14 ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।
18 ସୂର୍ଯ୍ୟତଳେ ମୁଁ ଯହିଁରେ ପରିଶ୍ରାନ୍ତ ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମୋର ଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ଯିବାକୁ ହେବ। 19 କେହି ଜଣେ ସବୁକିଛି ନିୟନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନରେ ମୁଁ ଜ୍ଞାନ ବଳରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହେବ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ୟ ଅସାର ଅଟେ।
20 ତେଣୁ ସୂର୍ଯ୍ୟ ତଳେ ମୁଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେ ସବୁ ବିଷୟରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି। 21 କାରଣ ଜଣେ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ୟକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ଯିବ। ଏ ମଧ୍ୟ ଅସାର ଏବଂ ପବନକୁ ଧରିବା ପରି।
22 ସୂର୍ଯ୍ୟ ତଳେ ଜଣେ ମନୁଷ୍ୟ ପରିଶ୍ରମ କରି ଓ ହୃଦୟକୁ ଦୁଃଖ ଦେଇ କ’ଣ ପାଏ? 23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର ଆୟାସ ମନସ୍ତାପ ଜନକ ଅଟେ। ରାତ୍ରିରେ ହିଁ ତା'ର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।
49 ହେ ଜାତିଗଣ ସମୂହ ଶୁଣ,
ହେ ପୃଥିବୀବାସୀ ଲୋକମାନେ ଶୁଣ,
2 ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
3 ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
ଓ ବୁଦ୍ଧିମାନର କଥା କହିବି।
4 ମୁଁ ସେ ସବୁ ଯେ ଶୁଣି ଅଛି
ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।
5 ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
6 ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
7 ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
8 ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
ତା'ର ଜୀବନକୁ ପ୍ରାୟଶ୍ଚିତ କରି ପାରିବ।
9 କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରି ପାରିବ,
ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
ଯୀଶୁ ଖ୍ରୀଷ୍ଟଙ୍କଠାରେ ନୂତନ ଜୀବନ
3 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି। 2 ସବୁବେଳେ ସେହି ସ୍ୱର୍ଗର ବିଷୟ ଗୁଡ଼ିକ ଅନ୍ୱେଷଣ କର, ମର୍ତ୍ତ୍ୟର ବିଷୟ ଗୁଡ଼ିକ ପାଇଁ ନୁହେଁ। 3 ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ୱଭାବର ମୃତ୍ୟୁ ହୋଇଯାଇଛି ଓ ପରମେଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି। 4 ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତେବେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମାରେ ତୁମ୍ଭେମାନେ ଅଂଶ ପାଇବ।
5 ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି। 6 ଏହି ବିଷୟ ଗୁଡ଼ିକ ପରମେଶ୍ୱରଙ୍କୁ କ୍ରୋଧିତ କରେ। 7 ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ।
8 କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ: କ୍ରୋଧ, ଉତ୍ତେଜନା, ଅନ୍ୟ କାହାକୁ ବାଧିଲା ଭଳି କାର୍ଯ୍ୟ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ୟବହାର କରିବା। 9 ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭେମାନେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦେଇଛ। 10 ତୁମ୍ଭେମାନେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନରେ ତୁମ୍ଭେମାନେ ନୂଆ ହେଉଅଛ। ତୁମ୍ଭେମାନେ ତୁମ୍ଭମାନଙ୍କର ସେହି ସୃଷ୍ଟିକର୍ତ୍ତାଙ୍କ ଭଳି ହୋଇଯାଉଛ। ଏହି ନୂତନ ଜୀବନ ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ। 11 ଏହି ନୂତନ ଜୀବନରେ ଯିହୂଦୀ ଓ ଅଣଯିହୂଦୀମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍କୁଥୀୟମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ୱାଧୀନ ଭିତରେ ମଧ୍ୟ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠାରେ ଅଛନ୍ତି। ଯାହା ମହତ୍ତ୍ୱପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।
ସ୍ୱାର୍ଥପରତା ବିରୁଦ୍ଧରେ ଚେତାବନୀ
13 ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”
14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?” 15 ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”
16 ତା'ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା। 17 ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।
18 “ତା'ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି। 19 ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’
20 “କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’
21 “ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’
2010 by World Bible Translation Center