Revised Common Lectionary (Complementary)
ପରମେଶ୍ୱରଙ୍କର ଅବ୍ରାମଙ୍କ ସହିତ ଚୁକ୍ତି
15 ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି,
“ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ।
ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”
2 କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।” 3 ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”
4 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
5 ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”
6 ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
ଜଣେ ଶକ୍ତିଶାଳୀ ସୈନିକ କେବଳ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।
ବିଶ୍ୱାସ
11 ବିଶ୍ୱାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ୱାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ। 2 ପ୍ରାଚୀନ କାଳରେ, ଲୋକମାନଙ୍କର ଏହିଭଳି ବିଶ୍ୱାସ ଥିଲା ବୋଲି, ପରମେଶ୍ୱର ସେମାନଙ୍କ ଉପରେ ପ୍ରସନ୍ନ ଥିଲେ।
3 ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି।
8 ପରମେଶ୍ୱର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ଯିବା ପାଇଁ ଡାକିଲେ। ପରମେଶ୍ୱର ତାହାଙ୍କୁ ସେହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ୱାସ ଦ୍ୱାରା ମାନିଲେ, ଓ ସେହି ସ୍ଥାନ ପାଇଁ ପ୍ରସ୍ଥାନ କଲେ। 9 ପରମେଶ୍ୱର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସେହି ସ୍ଥାନରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ୱାସ ଥିବା ହେତୁ ସେ ଏପରି କଲେ। ଇସ୍ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁରେ ରହିଲେ। ଇସ୍ହାକ ଓ ଯାକୁବ ମଧ୍ୟ 10 ପରମେଶ୍ୱରଙ୍କଠାରୁ ସେହି ପ୍ରତିଜ୍ଞା ପାଇଥିଲେ। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ[a]ର ଅପେକ୍ଷାରେ ଥିଲେ। ପରମେଶ୍ୱର ସ୍ୱୟଂ ସେହି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।
11 ପିଲାପିଲି ହେବା ପାଇଁ ଅବ୍ରହାମଙ୍କର ବୟସ ଅଧିକ ହୋଇଯାଇଥିଲା। ଆହୁରି ମଧ୍ୟ ସାରାର ପିଲାପିଲି ହୋଇ ପାରି ନ ଥିଲା। କିନ୍ତୁ ପରମେଶ୍ୱରଙ୍କଠାରେ ଅବ୍ରହାମଙ୍କର ବିଶ୍ୱାସ ଥିଲା, ଅତଏବ ପରମେଶ୍ୱର ସେମାନଙ୍କୁ ସନ୍ତାନ ହେବା ପାଇଁ ସକ୍ଷମ କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ୱାସ ରଖିଥିଲେ। 12 ଏହି ଲୋକ ଜଣକ ଏତେ ବୃଦ୍ଧ ଥିଲେ ଯେ ସେ ମୃତବତ ଥିଲେ। କିନ୍ତୁ ସେହି ଜଣେ ଲୋକଙ୍କଠାରୁ ଆକାଶର ତାରାଗଣ ଓ ସମୁଦ୍ର କୂଳର ବାଲି ଭଳି ଅସଂଖ୍ୟ ସନ୍ତାନ ଜନ୍ମଗ୍ରହଣ କଲେ।
13 ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି। 14 ଯେଉଁ ଲୋକମାନେ ସେହିଭଳି କଥା ମାନି ନିଅନ୍ତି, ସେମାନେ ସେମାନଙ୍କର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି। 15 ଯଦି ସେମାନେ ପୂର୍ବରୁ ଛାଡ଼ି ଥିବା ଦେଶ ବିଷୟରେ ଭାବୁ ଥିଲେ, ସେମାନେ ସେହି ସ୍ଥାନକୁ ଫେରିବାକୁ ଗୋଟିଏ ସୁଯୋଗ ଖୋଜି ପାଇ ପାରି ଥା’ନ୍ତେ। 16 କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।
ଧନ ଉପରେ ଭରସା ରଖ ନାହିଁ
32 “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି। 33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ। 34 ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ।
ସର୍ବଦା ପ୍ରସ୍ତୁତ ରୁହ
(ମାଥିଉ 24:42-44)
35 “କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ। 36 ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ। 37 ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ। 38 ସେହି ଗ୍ଭକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା'ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। କିନ୍ତୁ ମାଲିକ ଯେତେବେଳେ ଫେରି ଆସି ସେମାନଙ୍କୁ ସେପର୍ଯ୍ୟନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତେବେଳେ ସେମାନେ ଖୁସୀ ହୋଇ ଯିବେ।
39 “ମନେରଖ, ଯଦି ଘରର ମାଲିକ ଆଗରୁ ଜାଣି ପାରନ୍ତି ଯେ, ଗ୍ଭେର କେତେବେଳେ ଆସିବ, ତେବେ ସେ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ। 40 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”
2010 by World Bible Translation Center