Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 82

ଆସଫର ଗୀତ।

82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
    ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
    ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?” ସେଲା

“ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
    ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
    ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।

“ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
    କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
    ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
ମୁଁ (ପରମେଶ୍ୱର) କହିଲି,
    “ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
    ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”

ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
    ସମସ୍ତ ଜାତିଗଣ ତୁମ୍ଭର ଅଟେ।

ଯିହୋଶୂୟଙ୍କର ପୁସ୍ତକ 7:1

ଆଖ‌ନ୍‌ର ପାପ

କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।

ଯିହୋଶୂୟଙ୍କର ପୁସ୍ତକ 7:10-26

10 ତେଣୁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି ଅଧୋମୁଖ ହୋଇ ଭୂମିରେ ପଡ଼ିଅଛ? ଛିଡ଼ା ହୁଅ! 11 ଇସ୍ରାଏଲୀୟ ଲୋକମାନେ ମୋ’ ବିରୁଦ୍ଧରେ ପାପ କରିଛନ୍ତି। ମୁଁ ସେମାନଙ୍କୁ ଯେଉଁ ନିୟମ ମାନିବାକୁ ଦେଇଥିଲି, ସେମାନେ ତାହାକୁ ଅମାନ୍ୟ କରିଛନ୍ତି। ସେମାନେ କିଛି ଜିନିଷ ଆଣିଛନ୍ତି, ଯାହାକୁ ମୁଁ ଧ୍ୱଂସ କରିବାକୁ କହିଥିଲି। ସେମାନେ ମୋ'ଠାରୁ ଏହା ଗ୍ଭେରି କରିଛନ୍ତି। ତା'ପରେ ସେମାନେ ଏହାକୁ ଅସ୍ୱୀକାର କଲେ। ଆଉ ସେଗୁଡ଼ିକୁ ନିଜର ସାମଗ୍ରୀ ସହିତ ରଖିଲେ। 12 ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି।

13 “ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।

14 “‘ପ୍ରଭାତରେ ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବ। ସମସ୍ତ ପରିବାରବର୍ଗର ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବେ। ସଦାପ୍ରଭୁ ସେମାନଙ୍କ ମଧ୍ୟରୁ ଗୋଟିଏ ପରିବାରବର୍ଗରୁ ବାଛିବେ। ଏହା ପରେ ସେହି ପରିବାରବର୍ଗଟି ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ। ସଦାପ୍ରଭୁ ସେହି ପରିବାରବର୍ଗକୁ ଗୋଟିଏ ଗୋଷ୍ଠୀକୁ ବାଛିବେ ଏବଂ ସେମାନେ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେବେ। ତା'ପରେ ସେହି ଗୋଷ୍ଠୀରୁ ସେ ଗୋଟିଏ ପରିବାରକୁ ବାଛିବେ। ତା'ପରେ ସେ ସେହି ପରିବାରର ପ୍ରତ୍ୟେକ ଲୋକଙ୍କୁ ନିରୀକ୍ଷଣ କରିବେ। 15 ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା'ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’”

16 ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ଇସ୍ରାଏଲର ସମସ୍ତ ଇସ୍ରାଏଲୀୟ ଲୋକମାନଙ୍କ ପରିବାରବର୍ଗ ଅନୁଯାୟୀ ସଦାପ୍ରଭୁଙ୍କ ଆଗକୁ ଆଣିଲେ। ଏବଂ ସଦାପ୍ରଭୁ ସେଥିମଧ୍ୟରୁ ଯିହୁଦା ପରିବାରବର୍ଗକୁ ବାଛିଲେ। 17 ତା'ପରେ ସେ ଯିହୁଦାର ପରିବାରର ପରିବାରବର୍ଗକୁ ଉପସ୍ଥିତ କଲେ। ସେରହ ଗୋଷ୍ଠୀ ପରମେଶ୍ୱରଙ୍କ ଦ୍ୱାରା ନିର୍ଦ୍ଧାରିତ ହେଲା। ତା'ପରେ ସେରହ ପରିବାରର ସମସ୍ତ ସଭ୍ୟ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେଲେ। ଜିମିରିର ପରିବାର ବଛାଗଲା। 18 ଏହା ପରେ ଯିହୋଶୂୟ ସେ ପରିବାରର ସମସ୍ତ ମନୁଷ୍ୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବାକୁ କହିଲେ। ସଦାପ୍ରଭୁ କର୍ମିର ପୁତ୍ର ଆଖ‌ନ୍‌କୁ ମନୋନୀତ କଲେ। କାର୍ମି ଜିମିରର ପୁତ୍ର ଥିଲା ଏବଂ ଜିମିରି ସେରହର ପୁତ୍ର ଥିଲା।

19 ତା'ପରେ ଯିହୋଶୂୟ ଆଖ‌ନ୍‌କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର, ତୁମ୍ଭେ କ’ଣ କରିଛ ମୋତେ କୁହ ସେ କଥା ଲୁଗ୍ଭଅ ନାହିଁ।”

20 ଆଖନ୍ ଉତ୍ତରରେ କହିଲା, “ଏହା ସତ୍ୟ! ମୁଁ ପାପ କରିଛି ସଦାପ୍ରଭୁଙ୍କ ସମ୍ମୁଖରେ। ମୁଁ ଏହିପରି କରିଅଛି। 21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ 200 ଶେକଲ ରୂପା ଓ ଏକ ପାଉଣ୍ତ ଓଜନର ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି। ଏବଂ ସେଗୁଡ଼ିକୁ ମୋ’ ତମ୍ବୁ ମଧ୍ୟରେ ପୋତି ଅଛି। ଆଉ ରୂପା କୋଟ୍ ତଳେ ଅଛି।”

22 ଯିହୋଶୂୟ କିଛି ଲୋକଙ୍କୁ ଛାଉଣିକୁ ପଠାଇଲେ। ସେମାନେ ସେଠାକୁ ଦୌଡ଼ିଲେ ଓ ସେଗୁଡ଼ିକ ତମ୍ବୁ ତଳେ ପୋତା ହୋଇ ଥିବାର ଦେଖିଲେ। ରୂପାଗୁଡ଼ିକ କୋଟ୍ ତଳେ ଥିଲା। 23 ଲୋକମାନେ ସେ ସମସ୍ତ ଦ୍ରବ୍ୟକୁ ତମ୍ବୁର ବାହାରକୁ ଆଣିଲେ। ସେମାନେ ସେ ସମସ୍ତ ଦ୍ରବ୍ୟକୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ସମ୍ମୁଖକୁ ଆଣିଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ଉପସ୍ଥିତିରେ ଥୋଇ ଦେଲେ।

24 ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖ‌ନ୍‌କୁ ଓ ତା'ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ। 25 ତା'ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା'ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ। 26 ଆଖ‌ନ୍‌କୁ ପୋଡ଼ି ସାରିବା ପରେ ତାହାକୁ ପଥରରେ ପୋତି ଦେଲେ, ସେହି ପଥର ଗଦା ଆଜି ପର୍ଯ୍ୟନ୍ତ ସେଠାରେ ଅଛି। ଯେହେତୁ ସଦାପ୍ରଭୁ ଆଖ‌ନ୍‌କୁ ସେଠାରେ ଏପରି ଦୁଃଖ ଦେଲେ, ସେଥିପାଇଁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ଆଖୋର ଉପତ୍ୟକା[a] ନାମରେ ପରିଚିତ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କ ଉପରୁ କ୍ରୋଧରୁ ନିବୃତ୍ତ ହୋଇ ଶାନ୍ତ ହେଲେ।

ଏବ୍ରୀ 10:26-31

ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ

26 ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା'ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ। 27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା'ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି। 28 ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା। 29 ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା। 30 ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।”(A) ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।”(B) 31 ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center