Revised Common Lectionary (Complementary)
ଆସଫର ଗୀତ।
82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
2 ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?” ସେଲା
3 “ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
4 ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।
5 “ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
6 ମୁଁ (ପରମେଶ୍ୱର) କହିଲି,
“ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”
8 ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
ସମସ୍ତ ଜାତିଗଣ ତୁମ୍ଭର ଅଟେ।
ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକକୁ ନିଜ ଘରକୁ ପଠାଇ ଦିଆଗଲା
6 ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା। 2 ତା'ପରେ ସେମାନେ ସେମାନଙ୍କର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ସହ ଆମ୍ଭେ କ’ଣ କରିବାକୁ ହେବ?” ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକୁ ଫେରାଇବାକୁ ହେବ।
3 ତହିଁରେ ସେମାନେ କହିଲେ, “ଯଦି ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଫେରାଇ ଦେବ, ତେବେ ତାହା ଖାଲି ପଠାଅ ନାହିଁ। କିନ୍ତୁ ତୁମ୍ଭର ପାପରୁ ଦୂରେଇ ଯିବା ପାଇଁ ଏହା ସହିତ ଉପହାର ଓ ନୈବେଦ୍ୟ ପଠାଅ। ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ପବିତ୍ର ହେବ, ଏବଂ ତୁମ୍ଭେମାନେ କଳ୍ପନା କରିବ, କାହିଁକି ପରମେଶ୍ୱର ତୁମ୍ଭମାନଙ୍କୁ ଦଣ୍ତ ଦେବା ବନ୍ଦ କଲେ ନାହିଁ।”
4 ତା'ପରେ ସେମାନେ ପଗ୍ଭରିଲେ, “ଆମ୍ଭମାନଙ୍କୁ କ୍ଷମା ଦେବା ପାଇଁ ଆମ୍ଭେମାନେ କି ପ୍ରକାର ଉପହାର ଇସ୍ରାଏଲର ପରମେଶ୍ୱରଙ୍କୁ ପଠାଇବା ଉଚିତ୍?”
ସେମାନେ ଉତ୍ତର ଦେଲେ, “ପାଞ୍ଚୋଟି ସୁବର୍ଣ୍ଣର ଅର୍ଶ ଏବଂ ପାଞ୍ଚୋଟି ସୁବର୍ଣ୍ଣର ମୂଷା, ପଲେଷ୍ଟୀୟ ଶାସକମାନଙ୍କ ସଂଖ୍ୟାନୁସାରେ, କାରଣ ତୁମ୍ଭେମାନେ ସମସ୍ତେ ଏବଂ ତୁମ୍ଭମାନଙ୍କର ଶାସକଗଣ ଏକ ପ୍ରକାର ରୋଗରେ ଆକ୍ରାନ୍ତ ହେଲ। 5 ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ ପ୍ରତିମା ଓ ଦେଶନାଶକାରୀ ମୂଷିକ ପ୍ରତିମା ନିର୍ମାଣ କର। ଯେଉଁଗୁଡ଼ିକ ତୁମ୍ଭର ଭୂମିକୁ ଆକ୍ରମଣ କରନ୍ତି ଓ ଧ୍ୱଂସ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଦିଅ। ତାହାହେଲେ ସେ ହୁଏତ ତୁମ୍ଭମାନଙ୍କୁ, ତୁମ୍ଭର ଦେବତାଗଣଙ୍କୁ ଓ ତୁମ୍ଭର ଦେଶକୁ ଦଣ୍ତିତ କରିବା ବନ୍ଦ କରିବ। 6 ମିସ୍ରୀୟମାନେ ଓ ଫାରୋ କଲାପରି ତୁମ୍ଭମାନଙ୍କର ହୃଦୟକୁ କଠିନ କର ନାହିଁ। ଯେତେବେଳେ ପରମେଶ୍ୱର ସେମାନଙ୍କୁ ନିର୍ମମ ଭାବରେ ଦଣ୍ତ ଦେଲେ। ସେମାନେ ଇସ୍ରାଏଲୀୟମାନଙ୍କୁ ମିଶର ଛାଡ଼ିବା ପାଇଁ ଦେଲେ।
7 “ସେଥିପାଇଁ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର, ଦୁଇଟି ଯୁଆଳି ଯୋଗ୍ଭ ହୋଇ ନ ଥିବା ଦୁହାଳି ଗାଈ ଆଣ। ଏହିପରି ଦୁଇଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକି ଗୁହାଳରେ ଭର୍ତ୍ତି କର। 8 ସଦାପ୍ରଭୁଙ୍କ ସିନ୍ଦୁକକୁ ସେହି ଶଗଡ଼ ଉପରେ ରଖ ଓ ସୁବର୍ଣ୍ଣର ନକ୍ସାକୁ ଥଳି ଭିତରେ ସିନ୍ଦୁକ ପାର୍ଶ୍ୱରେ ରଖ। ଏହିସବୁ ନକ୍ସାଗୁଡ଼ିକ ତୁମ୍ଭକୁ କ୍ଷମା କରିବା ପାଇଁ ପରମେଶ୍ୱରଙ୍କୁ ଉପହାର। ତା'ପରେ ଶଗଡ଼କୁ ତା'ର ରାସ୍ତାରେ ପଠାଇ ଦିଅ। 9 ଏହାକୁ ଲକ୍ଷ୍ୟ ରଖ। ଯଦି ଏହା ଆମ୍ଭର ସୀମା ଦେଇ ବୈଥ୍ଶେମଶକୁ ଯାଏ, ଆମ୍ଭେମାନେ ହୃଦ୍ବୋଧ କରିବୁ ଯେ, ପରମେଶ୍ୱର ଆମ୍ଭମାନଙ୍କ ଉପରକୁ ଏହି ବିପତ୍ତି ଆଣିଛନ୍ତି। ଯଦି ଏହା ସିଧା ବୈଥ୍ଶେମଶକୁ ଯାଏ, ଆମ୍ଭେମାନେ ଜାଣିବୁ ଯେ, ଇସ୍ରାଏଲର ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ। ଏହା ଦୈବାତ୍ ଘଟିଯାଇଛି।”
10 ତା'ପରେ ସେମାନେ ଏହା କହିଲେ, ସେମାନେ ଯାହା ନିର୍ଦ୍ଦେଶ ଦେଲେ ଲୋକମାନେ ତାହା କଲେ, ଏବଂ ଦୁଇଟି ଦୁହାଁଳି ଗାଇକୁ ଶଗଡ଼ରେ ଯୋଚି ଦେଲେ ଓ ସେମାନଙ୍କ ବାଛୁରିଗୁଡ଼ିକ ଗୁହାଳରେ ବାନ୍ଧି ଦେଲେ। 11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଓ ସ୍ୱର୍ଣ୍ଣମୂଷିକ ଓ ସେମାନଙ୍କ ଅର୍ଶ ପ୍ରତିମାର ସିନ୍ଦୁକ ରଖିଲେ। 12 ସେତେବେଳେ ସେହି ଗାଭୀମାନେ ସଳଖ ପଥ ଧରି ବୈଥ୍-ଶେମଶକୁ ଗଲେ; ସେମାନେ ସେମାନଙ୍କର ବାମ କିମ୍ବା ଡାହାଣକୁ ବୁଲିଲେ ନାହିଁ। ସେମାନେ ରାସ୍ତାସାରା ହମ୍ବା ରବ କରୁଥିଲେ, ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବୈଥ୍ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
13 ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଗହମ ଅମଳ କରୁଥିଲେ, ଯେତେବେଳେ ସେମାନେ ଆଖି ଉଠାଇଲେ, ସେମାନେ ପବିତ୍ର ସିନ୍ଦୁକ ଦେଖିଲେ ଓ ଆନନ୍ଦିତ ହେଲେ। 14-15 ଏବଂ ବୈଥ୍-ଶେମଶରେ ଯିହୋଶୂୟ ନାମକ ଜଣେ ଲୋକର କ୍ଷେତ୍ରରେ ଶଗଡ଼ଟି ପହଞ୍ଚିଲାପରେ, ଏହା ଏକ ବିରାଟ ପଥର ନିକଟରେ ଅଟକି ଗଲା।
ଲେବୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଓ ଥଳି ଭିତରେ ଥିବା ସୁବର୍ଣ୍ଣର ନକ୍ସାକୁ ବିରାଟ ପଥର ଉପରେ ରଖିଲେ।
ତା'ପରେ ବୈଥ୍-ଶେମଶୀର ଲୋକମାନେ ଶଗଡ଼ଟିକୁ କାଟିଲେ ଏବଂ ଗାଈ ଦୁଇଟିକୁ ହତ୍ୟା କଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ନିକଟରେ ବଳି ଦେଲେ। ସେହି ଦିନ ସେମାନେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ।
16 ତହୁଁ ପଲେଷ୍ଟୀୟମାନଙ୍କର ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।
15 “ଭବିଷ୍ୟଦ୍ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’[a] ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।) 16 “ସେତେବେଳେ ଯିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳେଇଯିବା ଉଚିତ୍। 17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ। 18 ଜମିରେ ଥିବା ବ୍ୟକ୍ତି ନିଜର ଗ୍ଭଦର ଆଣିବାକୁ ଫେରି ନ ଯାଉ।
19 “ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ। 20 କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ[b]ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ। 21 କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।
22 “ପରମେଶ୍ୱର ଏହି ବିପଦପୂର୍ଣ୍ଣ ସମୟକୁ କମେଇ ଦେବାକୁ ସ୍ଥିର କରିଛନ୍ତି, ନ ହେଲେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟକୁ କମେଇ ଦେଇଛନ୍ତି।
23 “ସେହି ସମୟରେ କେତେକ ଲୋକ ତୁମ୍ଭକୁ କହିପାରନ୍ତି ‘ଦେଖ, ଖ୍ରୀଷ୍ଟ ଏଠାରେ ଅଛନ୍ତି’ କି ‘ଖ୍ରୀଷ୍ଟ ସେଠାରେ ଅଛନ୍ତି।’ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 24 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ୟଦ୍ବକ୍ତାମାନେ ବାହାରିବେ। ସେମାନେ ବହୁତ ବଡ଼ ବଡ଼ ଆଶ୍ଚର୍ଯ୍ୟଜନକ କାମ କରିବେ ଓ ଚମତ୍କାର ପ୍ରଦର୍ଶନ କରିବେ, ଯଦି ସମ୍ଭବ ହୁଏ, ତେବେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନଙ୍କୁ ମଧ୍ୟ ସେମାନେ ବୋକା ବନେଇ ଦେବାକୁ ଚେଷ୍ଟା କରିବେ। 25 ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚେତାବନୀ ଦେଉଛି।
26 “କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ‘ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୂମି ଅଞ୍ଚଳରେ ଅଛନ୍ତି!’ କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖୋଜିବା ପାଇଁ ଜନବିହୀନ ମରୁଭୂମି ଅଞ୍ଚଳକୁ ଯିବ ନାହିଁ। ବା ସେମାନେ ତୁମ୍ଭକୁ କହି ପାରନ୍ତି: ‘ଖ୍ରୀଷ୍ଟ ସେହି କୋଠରୀରେ ଅଛନ୍ତି।’ କିନ୍ତୁ ତୁମ୍ଭେ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 27 ଆକାଶରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହୋଇ ପଶ୍ଚିମ ଆକାଶ ପର୍ଯ୍ୟନ୍ତ ବ୍ୟାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସେହିଭଳି ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।
2010 by World Bible Translation Center