Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 32

ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ

32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
    ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
    ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
    ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
    ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
    ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
    ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
    ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା

ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
    ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
    ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
    ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା

ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
    ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
    କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”

10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
    କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 23:30-40

30 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” 31 ପୁଣି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ, ନିଜେ ମିଥ୍ୟା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସେମାନଙ୍କର ବିପକ୍ଷ ଅଟେ।” 32 ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”

ସଦାପ୍ରଭୁଙ୍କଠାରୁ ଶୋକବାର୍ତ୍ତା

33 “ତା'ପରେ ଯେତେବେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ୟ‌ଦ୍‌ବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଗ୍ଭରନ୍ତି, ‘ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ’ଣ?’ ସେତେବେଳେ ତୁମ୍ଭେ ନିଶ୍ଚିତ ଭାବରେ ସେମାନଙ୍କୁ ଉତ୍ତର କରିବ, ‘ତୁମ୍ଭେମାନେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ୟାଗ କରିବି।’ ଏହା ସଦାପ୍ରଭୁ କହନ୍ତି।

34 “ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା କିଅବା ଯାଜକ କିଅବା ଲୋକମାନଙ୍କ ମଧ୍ୟରୁ ଯେକେହି କହେ, ‘ସଦାପ୍ରଭୁଙ୍କର ବାର୍ତ୍ତା ଏକ ଭାରୀ’, ମୁଁ ସେ ଲୋକକୁ ଓ ତାହାର ପରିବାରକୁ ଶାସ୍ତି ଦେବି। 35 ତୁମ୍ଭେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ପଗ୍ଭରିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ‘ସଦାପ୍ରଭୁ କି କଥା କହିଅଛନ୍ତି?’ 36 ତୁମ୍ଭେମାନେ ପୁଣି ଉଲ୍ଲେଖ କରିବା ଉଚିତ୍ ନୁହଁ ଯେ, ‘ସଦାପ୍ରଭୁଙ୍କର ବାର୍ତ୍ତା’ ବୋଝ ବୋଲି। କାରଣ ତୁମ୍ଭେମାନେ ପ୍ରତ୍ୟେକ ନିଜକୁ ଯାହା କହୁଛ ତାହା ବୋଝ। ତୁମ୍ଭେ ଜୀବିତ ପରମେଶ୍ୱରଙ୍କ ବାକ୍ୟକୁ କଦର୍ଥ କରିଅଛ।

37 “ତୁମ୍ଭେ ଯଦି ପରମେଶ୍ୱରଙ୍କ ବାର୍ତ୍ତା ଜାଣିବାକୁ ଗ୍ଭହୁଁଛ, ତେବେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏହିକଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ କିମ୍ବା ‘ସଦାପ୍ରଭୁ କି କଥା କହିଛନ୍ତି?’ 38 ମାତ୍ର ‘ତୁମ୍ଭେମାନେ ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କୁହ ନାହିଁ। ତୁମ୍ଭେମାନେ ଯଦି ଏହିକଥା କୁହ, ତେବେ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କର ଭାରୋକ୍ତି ନ କହିବାକୁ କହିଥିଲୁ, ତଥାପି ତୁମ୍ଭେମାନେ ସେହି ଉଚ୍ଚ ଶବ୍ଦ ବ୍ୟବହାର କଲ?’ 39 ମାତ୍ର ତୁମ୍ଭେମାନେ ଆମ୍ଭର ବାକ୍ୟକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦେଇଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା। 40 ଆମ୍ଭେ ଏପରି ଦୁର୍ନାମ ଓ ଲଜ୍ଜା ତୁମ୍ଭମାନଙ୍କୁ ଚିରକାଳ ଭୋଗକରାଇବା, ଯାହାକୁ ତୁମ୍ଭେମାନେ କେବେ ଭୁଲିପାରିବ ନାହିଁ।”’

ଯୋହନଙ୍କ ପ୍ରଥମ ପତ୍ର 4:1-6

ଭଣ୍ଡ ଶିକ୍ଷକଙ୍କ ପ୍ରତି ସାବଧାନ

ପ୍ରିୟ ବନ୍ଧୁମାନେ, ଏ ଜଗତର ଗ୍ଭରିଆଡ଼େ ବହୁତ ଭଣ୍ଡ ଭାବବାଦୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରତ୍ୟେକ ଆତ୍ମାକୁ ବିଶ୍ୱାସ କର ନାହିଁ, ବରଂ ସେମାନେ ପରମେଶ୍ୱରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ। ଏହି ପ୍ରକାରେ ତୁମ୍ଭେମାନେ ପରମେଶ୍ୱରଙ୍କର ଆତ୍ମାକୁ ଚିହ୍ନି ପାରିବ: ଏକ ଆତ୍ମା କହିବ ଯେ, “ମୁଁ ବିଶ୍ୱାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ୟ ରୂପ ଧାରଣ କରି ଆସିଥିଲେ,” ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆଗତ। ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟରେ ଏପରି ସାକ୍ଷ୍ୟ ଦିଅନ୍ତି ନାହିଁ, ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆସି ନାହିଁ, ସେମାନେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧରେ ତୁମ୍ଭେମାନେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତରେ ରହିଛି।

ପିଲାମାନେ! ତୁମ୍ଭେମାନେ ପରମେଶ୍ୱରଙ୍କର ଅଟ। ସେଥିପାଇଁ ତୁମ୍ଭେମାନେ ସେମାନଙ୍କୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧ୍ୟରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠାରେ ଥିବା ଶୟତାନଠାରୁ ମଧ୍ୟ ମହାନ୍। ସେହି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସେମାନଙ୍କର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସେମାନଙ୍କ କଥା ଶୁଣେ। କିନ୍ତୁ ଆମ୍ଭେ ସବୁ ପରମେଶ୍ୱରଙ୍କର। ତେଣୁ ପରମେଶ୍ୱରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ୱରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ୟମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center