Revised Common Lectionary (Complementary)
9 ସେତେବେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡାକିବ ଓ ସେ ଉତ୍ତର ଦେବେ। ତୁମ୍ଭେ ଆର୍ତ୍ତସ୍ୱରରେ କହିବ, ଆଉ ସେ ଉତ୍ତର ଦେବେ, “ଆମ୍ଭେ ଏଠାରେ ଉପସ୍ଥିତ ଅଛୁ।”
ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜନ ଓ ଅଧର୍ମ ବାକ୍ୟ ଦୂର କର 10 ପୁଣି ଯଦି ତୁମ୍ଭେ କ୍ଷୁଧିତକୁ ତୁମ୍ଭର ଖାଦ୍ୟ ଦେଇଥିବ ଓ ଦୁଃଖିତର ପ୍ରାଣକୁ ତୃପ୍ତ କରିଥିବ ତେବେ ତୁମ୍ଭେ ଅନ୍ଧକାରରେ ଦୀପ୍ତିମାନ ହେବ ଏବଂ ତୁମ୍ଭ ଗ୍ଭରିଦିଗରେ ଥିବା ଗାଢ଼ ଅନ୍ଧକାର ଦ୍ୱିପହରର ସୂର୍ଯ୍ୟ ପରି ଦେଖାଯିବ।
11 ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନେବେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ୟ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହେବ।
12 ପୁଣି ତୁମ୍ଭ ବଂଶୀୟ ଲୋକେ ପୁରାତନ ଧ୍ୱଂସ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପରେ ନିର୍ମାଣ କରିବ। “ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”
13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫେରାଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ, ଆଉ ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ; 14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; “ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା।” କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହୋଇଅଛି।
ଦାଉଦଙ୍କର ଏକ ଗୀତ।
103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
2 ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
3 ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
4 ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
5 ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
ଯୁବକ କରନ୍ତି।
6 ସଦାପ୍ରଭୁ ନ୍ୟାୟବାନ୍।
ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
7 ପରମେଶ୍ୱର ମୋଶାଙ୍କୁ ଆପଣା ପଥ
ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
18 ତୁମ୍ଭେମାନେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇସ୍ରାଏଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭେମାନେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭେମାନେ ଅନ୍ଧାରୁଆ, ଝାପ୍ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ। 19 ସେଠାରେ ତୂରୀର ଧ୍ୱନି, ଏବଂ ଶବ୍ଦ ଉଚ୍ଚାରଣ ଧ୍ୱନି ନାହିଁ। ଯେତେବେଳେ ଲୋକେ ସେ ଧ୍ୱନି ଶୁଣିଲେ, ସେମାନେ ପ୍ରାର୍ଥନା କଲେ ଯେ, ଅନ୍ୟ କୌଣସି ଶବ୍ଦ ଯେପରି ନ ଶୁଣନ୍ତି। 20 ସେମାନେ ଆଦେଶକୁ ସହି ପାରିଲେ ନାହିଁ: “ଯଦି କିଏ, କୌଣସି ପଶୁ ମଧ୍ୟ ପର୍ବତକୁ ଛୁଏଁ ତା'ହେଲେ ତାହାକୁ ପଥର ଆଘାତ ଦ୍ୱାରା ମାରି ଦେବାକୁହେବ।”(A) 21 ସେହି ଲୋକମାନେ ଯାହା ଦେଖିଲେ, ସେଗୁଡ଼ିକ ଏତେ ଭୟଙ୍କର ଥିଲା ଯେ, ମୋଶା କହିଥିଲେ: “ମୁଁ ଭୟରେ ଥରୁଛି।”(B)
22 କିନ୍ତୁ ତୁମ୍ଭେମାନେ ସେହିପରି ଜାଗାକୁ ଆସିନାହଁ। ତୁମ୍ଭେମାନେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସିୟୋନ ପର୍ବତ।[a] ତୁମ୍ଭେମାନେ ଜୀବନ୍ତ ପରମେଶ୍ୱରଙ୍କ ନଗରୀକୁ ଆସିଛ, ସ୍ୱର୍ଗୀୟ ଯିରୁଶାଲମକୁ ଆସିଛ। ତୁମ୍ଭେମାନେ ଏକତ୍ରିତ ହୋଇଥିବା ଓ ଆନନ୍ଦରେ ପରିପୂର୍ଣ୍ଣ ହଜାର ହଜାର ସ୍ୱର୍ଗଦୂତଙ୍କ ପାଖରେ ଆସି ପହଞ୍ଚିଛ। 23 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରଥମଜାତ[b] ସନ୍ତାନମାନଙ୍କ ମିଳନ ସ୍ଥଳରେ ଆସି ପହଞ୍ଚିଛି। ସେମାନଙ୍କ ନାମ ସ୍ୱର୍ଗରେ ଲେଖା ରହିଛି। ସବୁଲୋକଙ୍କର ବିଗ୍ଭରପତି ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହୋଇ ସାରିଛନ୍ତି, ସେହିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭେମାନେ ଆସିଛ। 24 ତୁମ୍ଭେମାନେ, ପରମେଶ୍ୱରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭେମାନେ ହେବଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ୟ କହି ପାରୁଥିବା ରକ୍ତ ସେଚନ[c] ନିକଟକୁ ଆସିଛ।
25 ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ। 26 ଆଗରୁ ଯେତେବେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, “ଆଉ ଥରେ ମୁଁ କମ୍ପାଇବି କେବଳ ପୃଥିବୀକୁ ନୁହେଁ ବରଂ ମୁଁ ସ୍ୱର୍ଗକୁ ମଧ୍ୟ କମ୍ପାଇବି।”(C) 27 “ଆଉ ଥରେ” କହିବା ଅର୍ଥ ଯେ ଯାହାକିଛି ନିର୍ମିତ ହୋଇଥିଲା, ସେ ସବୁ ନଷ୍ଟ ହୋଇ ଯିବ। ସେହିଗୁଡ଼ିକୁ ଟଳମଳ କରାଯାଇ ପାରିବ ଓ ଯେଉଁ ବିଷୟ ଗୁଡ଼ିକୁ ଟଳମଳ କରାଯାଇ ପାରିବ ନାହିଁ ସେଗୁଡ଼ିକ ରହିବେ।
28 ଅତଏବ, ଆମ୍ଭେ ଧନ୍ୟବାଦ ଦେବା କଥା ଯେ, ଯେଉଁ ସାମ୍ରାଜ୍ୟ ଆମ୍ଭକୁ ଦିଆଯାଇଛି, ତାହା ଟଳମଳ ହୋଇ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ୟବାଦ ଅର୍ପଣ କରିବା ଉଚିତ୍, ଓ ଏପରି ପଦ୍ଧତିରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ୱରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା। 29 କାରଣ ଆମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନିଭଳି ଅଟନ୍ତି।
ଯୀଶୁ ବିଶ୍ରାମବାରରେ ଜଣେ ସ୍ତ୍ରୀ ଲୋକକୁ ସୁସ୍ଥ କଲେ
10 ଥରେ ଯୀଶୁ ବିଶ୍ରାମବାରରେ ଗୋଟିଏ ଯିହୂଦୀ ସମାଜଗୃହରେ ଉପଦେଶ ଦେଉଥିଲେ। 11 ସେଠାରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦେହରେ ଗୋଟିଏ ଭୂତ ପ୍ରବେଶ କରି ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହୋଇ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହୋଇ ପାରୁ ନ ଥିଲା। 12 ଯୀଶୁ ତାକୁ ଡାକି ପାଖରେ ଦେଖି କହିଲେ, “ହେ ନାରୀ ତୁମ୍ଭର ପୀଡ଼ିତା ଅବସ୍ଥା ବର୍ତ୍ତମାନ ଗ୍ଭଲିଯାଇଛି।” 13 ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହେବାକୁ ସକ୍ଷମ ହେଲା। ସେ ପରମେଶ୍ୱରଙ୍କ ସ୍ତୁତି କଲା।
14 ଯୀଶୁ ବିଶ୍ରାମବାରରେ ସ୍ତ୍ରୀ ଲୋକଟିକୁ ସୁସ୍ଥ କରି ଦେବାରୁ ଯିହୂଦୀ ପ୍ରାର୍ଥନାଗୃହର ନେତା ରାଗିଗଲେ। ନେତା ଜଣକ ଲୋକମାନଙ୍କୁ କହିଲେ, “ସପ୍ତାହରେ କାମ କରିବାକୁ ଛଅ ଦିନ ରହିଛି। ତେଣୁ ତୁମ୍ଭେମାନେ ସୁସ୍ଥ ହେବା ପାଇଁ ସେ ଭିତରୁ କୌଣସି ଦିନ ଆସ। ବିଶ୍ରାମବାରରେ କେବେ ହେଲେ ସୁସ୍ଥ ହେବା ପାଇଁ ଆସ ନାହିଁ।”
15 ପ୍ରଭୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କପଟୀ। ତୁମ୍ଭେମାନେ ପ୍ରତିଦିନ ଏପରିକି ବିଶ୍ରାମବାରରେ ମଧ୍ୟ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖୋଲି ପାଣି ପିଆଇ ଥାଅ। 16 ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦେଲି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ[a] ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାରରେ ସେଥିରୁ ସେ ମୁକ୍ତ ହେବା କ’ଣ ଉଚିତ୍ ନୁହେଁ?” 17 ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ।
2010 by World Bible Translation Center