Revised Common Lectionary (Complementary)
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ।
ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ।
କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
22 ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ୟକ୍ତି ଅଟେ।
ମୁଁ ବାସ୍ତବରେ ଦୁଃଖିତ, ମୋର ହୃଦୟ ଭାଙ୍ଗିପଡ଼ିଛି।
23 ମୁଁ ଅନୁଭବ କରୁଛି, ଯେପରି ମୋର ଜୀବନ ଶେଷ ହୋଇ ଆସୁଛି।
ଯେପରି ଦିନ ବିରାଟ ଛାଇପରି ସରିସରି ଆସୁଛି।
ମୁଁ ଛାରପୋକ ନ୍ୟାୟ ଗ୍ଭଳିତ ହେଉଅଛି।
24 ମୋର ଆଣ୍ଠୁ ଦୁର୍ବଳ ହୋଇଛି।
କାରଣ ମୁଁ ଭୋକିଲା ଅଟେ।
ମୁଁ ମୋର ଓଜନ ହରାଉଛି ଓ ପତଳା ହୋଇ ଯାଉଛି।
25 ମନ୍ଦ ଲୋକମାନେ ମୋତେ ଅପମାନିତ କରୁଛନ୍ତି।
ସେମାନେ ମୋତେ ଦେଖି ମୁଣ୍ଡ ହଲାଉଛନ୍ତି।
26 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ସାହାଯ୍ୟ କର।
ତୁମ୍ଭର ପ୍ରକୃତ କରୁଣା ପ୍ରେମ ମୋତେ ଦେଖାଅ ଓ ମୋତେ ରକ୍ଷା କର।
27 ଏହା ପରେ ସେହି ଲୋକମାନେ ଜାଣିବେ, ଯେ ତୁମ୍ଭେ ମୋତେ ସାହାଯ୍ୟ କଲ।
ଏହା ପରେ ସେମାନେ ଜାଣିବେ ଯେ ଏହାଥିଲା ତୁମ୍ଭର ଶକ୍ତି ଯାହାକି ମୋତେ ସାହାଯ୍ୟ କଲା।
28 ସେହି ମନ୍ଦ ଲୋକମାନେ ମୋତେ ଅଭିଶାପ ଦିଅନ୍ତି।
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଶୀର୍ବାଦ କରିବ।
ଯେତେବେଳେ ସେମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରିବେ, ସେମାନେ ଅପମାନିତ ହେବେ।
ଏହା ପରେ ମୁଁ ତୁମ୍ଭର ଦାସ, ଖୁସୀ ହେବି।
29 ମୋର ଶତ୍ରୁମାନଙ୍କୁ ଲଜ୍ଜିତ କରାଅ।
ସେମାନେ ଉତ୍ତରୀୟ ବସ୍ତ୍ରତୁଲ୍ୟ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।
30 ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ୟବାଦ ଦେବି,
ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।
31 କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି,
ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।
20 ଅନନ୍ତର ସପ୍ତମ ବାର୍ଷିକ ପଞ୍ଚମ ମାସର ଦଶମ ଦିନରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେ ଜଣ ସଦାପ୍ରଭୁଙ୍କ ପରାମର୍ଶ ନିମନ୍ତେ ଆସି ମୋ’ ସମ୍ମୁଖରେ ବସିଲେ।
2 ସେହି ସମୟରେ ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 3 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ପ୍ରାଚୀନବର୍ଗଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ତେଣୁ ତୁମ୍ଭେମାନେ ମୋ’ ବିଷୟରେ ତଦାରଖ କରିବାକୁ ଆସିଅଛ? ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କିଛି ପଗ୍ଭରିବାକୁ ଦେବି ନାହିଁ।’ 4 ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ସେମାନଙ୍କର ବିଗ୍ଭର କରିବ? ସେମାନଙ୍କର ପିତୃପୁରୁଷମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ। 5 ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ମୁଁ ଯେତେବେଳେ ଇସ୍ରାଏଲକୁ ମନୋନୀତ କଲି ଓ ଯାକୁବର ପୁତ୍ରମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କଲି ଏବଂ ମିଶରରେ ସେମାନଙ୍କ ନିକଟରେ ନିଜକୁ ପରିଚିତ କରାଇଲି, ମୁଁ ସେମାନଙ୍କ ଉପରେ ହସ୍ତ ବିସ୍ତାର କଲି ଏବଂ ସେମାନଙ୍କ ପକ୍ଷରେ କହିଲି, “ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।” 6 ସେହି ଦିନ ମୁଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି ଓ ସେମାନଙ୍କୁ ଏପରି ଏକ ଦେଶକୁ ନେଇଗଲି ଯେଉଁଠାରେ ଦୁଗ୍ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧ୍ୟରେ ଗୌରବମୟ ଥିଲା।
7 “‘ଏବଂ ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ଦେଖୁଥିବା ଘୃଣ୍ୟ ଛବିଗୁଡ଼ିକରୁ ମୁକ୍ତି ପାଅ ଏବଂ ମିଶରୀୟମାନଙ୍କ ମୂର୍ତ୍ତି ଦ୍ୱାରା ତୁମ୍ଭେମାନେ ନିଜକୁ ଅପବିତ୍ର କର ନାହିଁ। ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟେ।” 8 କିନ୍ତୁ ସେମାନେ ମୋର ବିରୁଦ୍ଧାଚରଣ କଲେ ଓ ମୋ’ କଥା ଶୁଣିଲେ ନାହିଁ। ସେମାନେ ପ୍ରତ୍ୟେକ ନିଜ ଦୃଷ୍ଟି ସମ୍ମୁଖରୁ ଘୃଣ୍ୟ ଛବିଗୁଡ଼ିକ ଦୂର କଲେ ନାହିଁ, ମିଶରୀୟ ପ୍ରତିମାମାନଙ୍କୁ ପରିତ୍ୟାଗ କଲେ ନାହିଁ। ତେଣୁ ମୁଁ ମିଶର ଦେଶ ମଧ୍ୟରେ ସେମାନଙ୍କୁ ଧ୍ୱଂସ କରିବାକୁ ସେମାନଙ୍କ ପ୍ରତିକୂଳରେ ଆପଣା କୋପ ଢାଳିଲି। 9 କିନ୍ତୁ ମୁଁ ସେମାନଙ୍କୁ ଧ୍ୱଂସ କଲି ନାହିଁ। କାରଣ ସେମାନଙ୍କ ସହିତ ଥିବା ଲୋକମାନଙ୍କ ମଧ୍ୟରେ ମୋର ନାମକୁ କଳୁଷିତ କରିବା ପାଇଁ ମୋତେ ଭଲ ଲାଗିଲା ନାହିଁ, କାରଣ ଯେତେବେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସେମାନଙ୍କୁ ମିଶରରୁ ବାହାର କରି ଆଣିବା ଦ୍ୱାରା ମୁଁ ଇସ୍ରାଏଲୀୟମାନଙ୍କଠାରେ ପରିଚିତ ହେଲି। 10 ମୁଁ ଇସ୍ରାଏଲକୁ ମିଶର ଦେଶରୁ ବାହାର କରି ଆଣି ମରୁଭୂମିରେ ରଖିଲି। 11 ତା'ପରେ ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ବ୍ୟବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ। 12 ଏବଂ ମୁଁ ସେମାନଙ୍କୁ ମୋର ବିଶ୍ରାମ ଦିନ ବିଷୟରେ ସବୁ କହିଲି। ଏହା ମୋର ଓ ସେମାନଙ୍କ ମଧ୍ୟରେ ଚୁକ୍ତିର ଚିହ୍ନ ସ୍ୱରୂପ ଯେଉଁଥିପାଇଁ ସେମାନେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସେମାନଙ୍କୁ ପବିତ୍ର କଲି।
13 “‘କିନ୍ତୁ ଇସ୍ରାଏଲର ପୁତ୍ରଗଣ ମରୁଭୂମିରେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପଥରେ ଗ୍ଭଲିଲେ ନାହିଁ ଓ ମୋର ବ୍ୟବସ୍ଥା ସକଳ ଅଗ୍ରାହ୍ୟ କଲେ। ଯାହାକୁ ଯଦି ଜଣେ ମନୁଷ୍ୟ ଅନୁସରଣ କରେ, ତେବେ ସେ ବଞ୍ଚିବ। ଏବଂ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ଏବଂ ସେଥିପାଇଁ ମୁଁ କହିଲି, ମରୁଭୂମିରେ ସେମାନଙ୍କ ବିରୁଦ୍ଧରେ ମୋର କ୍ରୋଧ ଢାଳି ଦେବି ଓ ସେମାନଙ୍କୁ ବିନାଶ କରିବି। 14 କିନ୍ତୁ ମୁଁ ମୋର ନାମକୁ ସେହି ଲୋକମାନଙ୍କ ସମ୍ମୁଖରେ ଭ୍ରଷ୍ଟ କରିବା ପାଇଁ ଗ୍ଭହିଁଲି ନାହିଁ। ଯେଉଁମାନଙ୍କ ଆଗରେ ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଥିଲି। 15 ଦୁଗ୍ଧମଧୁ ପ୍ରବାହିତ ସବୁଠାରୁ ସୁନ୍ଦର ଦେଶସବୁକୁ ସେମାନଙ୍କୁ ନ ଆଣିବା ପାଇଁ ମୁଁ ମରୁଭୂମିରେ ସେମାନଙ୍କ ବିରୁଦ୍ଧରେ ପ୍ରତିଜ୍ଞା କଲି, ଯାହା ମୁଁ ସେମାନଙ୍କୁ ଆଗରୁ ପ୍ରତିଜ୍ଞା କରିଥିଲି।
16 “‘କାରଣ ସେମାନେ ମୋର ବିଧି ସକଳ ମାନିବାକୁ ମନା କଲେ। ସେମାନେ ମୋର ନିୟମ ଅନୁସାରେ ଜୀବନଯାପନ କଲେ ନାହିଁ ଏବଂ ସେମାନେ ମୋର ବିଶ୍ରାମ ଦିନକୁ କଳୁଷିତ କଲେ। ସେମାନେ ଏହିପରି ବ୍ୟବହାର କଲେ, କାରଣ ସେମାନଙ୍କର ହୃଦୟ ସେମାନଙ୍କର ମୂର୍ତ୍ତିଗୁଡ଼ିକ ପ୍ରତି ଅନୁରକ୍ତ ଥିଲା। 17 ତଥାପି ମୁଁ ସେମାନଙ୍କ ପାଇଁ ଦୁଃଖିତ ହେଲି ଓ ସେମାନଙ୍କୁ ବିନାଶ କଲି ନାହିଁ। ସେହି ମରୁଭୂମି ମଧ୍ୟରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ହତ୍ୟା କଲି ନାହିଁ।
ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରି ଗ୍ଭଲିଥିବା
7 ଅତଏବ ପବିତ୍ରଆତ୍ମା କୁହନ୍ତି:
“ଯଦି ତୁମ୍ଭେମାନେ “ଆଜି’ ପରମେଶ୍ୱରଙ୍କ ବାକ୍ୟ ଶୁଣ,
8 ତେବେ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କରିବା ଦିନ
ଯେପ୍ରକାର ପରମେଶ୍ୱରଙ୍କ ବିରୁଦ୍ଧରେ ଥିଲେ,
ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।
9 ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ।
ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ।
10 ସେଥିପାଇଁ ମୁଁ ସେହି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି।
ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ୍ ଅଟେ।
ସେମାନେ ମୋର ମାର୍ଗ ବୁଝନ୍ତି ନାହିଁ।
11 ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି,
‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ[a] ପ୍ରବେଶ କରିବେ ନାହିଁ।’”(A)
12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ। 13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର। 14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ। 15 ଏହା ହିଁ ଶାସ୍ତ୍ର ମଧ୍ୟ କୁହେ:
“ତୁମ୍ଭେମାନେ ଯଦି ଆଜି ପରମେଶ୍ୱରଙ୍କ ବାକ୍ୟ ଶୁଣ,
ତା'ହେଲେ ଅତୀତରେ ଯେପରି ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଥିଲ, ସେହିପରି ଆପଣା ହୃଦୟ କଠିନ ନ କର।”(B)
16 ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି। 17 ପରମେଶ୍ୱର ଗ୍ଭଳିଶ୍ ବର୍ଷ ଧରି ତାହା ପ୍ରତି କ୍ରୋଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସେମାନଙ୍କ ପ୍ରତି ପରମେଶ୍ୱର କ୍ରୋଧ କରିଥିଲେ। ସେମାନେ ମରୁଭୂମିରେ ମଲେ। 18 ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ। 19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।
4 ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍। 2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ। 3 ଆମ୍ଭେ ବିଶ୍ୱାସୀ ଲୋକମାନେ ବିଶ୍ରାମ ସ୍ଥଳରେ ପ୍ରବେଶ କରିବାକୁ ସକ୍ଷମ ଅଟୁ। ଯେପରି ପରମେଶ୍ୱର କହିଅଛନ୍ତି:
“ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି;
ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”(C)
ପରମେଶ୍ୱର ଏହା କହିଲେ। କିନ୍ତୁ ଜଗତ ସୃଷ୍ଟି କରିବା ଦିନଠାରୁ ପରମେଶ୍ୱରଙ୍କ କାମ ସରିଯାଇଥିଲା। 4 ଶାସ୍ତ୍ରର କୌଣସି ସ୍ଥାନରେ ପରମେଶ୍ୱର ସପ୍ତାହର ସପ୍ତମ ଦିନ ବିଷୟରେ କହିଛନ୍ତି: “ସପ୍ତମ ଦିନରେ ପରମେଶ୍ୱର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।”(D) 5 ପରମେଶ୍ୱର ଆଉ ଏକ ଶାସ୍ତ୍ରରେ କହିଛନ୍ତି: “ସେହି ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”(E)
6 ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’[b] ନିରୂପଣ କଲେ। 7 ଏହି ଦିନଟି ବିଷୟରେ ପରମେଶ୍ୱର ବହୁତ ଦିନ ପରେ ଦାଉଦଙ୍କ ମାଧ୍ୟମରେ କହିଛନ୍ତି। ସେହି ଶାସ୍ତ୍ରରେ ଆମ୍ଭେ ପୂର୍ବରୁ କହିଛୁ:
“ଯଦି ତୁମ୍ଭେମାନେ ‘ଆଜି’ ପରମେଶ୍ୱରଙ୍କ ବାଣୀ ଶୁଣିଛ,
ତାହାହେଲେ ପୂର୍ବପରି ଆପଣା ହୃଦୟ କଠିନ ନ କର।”(F)
8 ଆମ୍ଭେ ଜାଣୁ ଯେ ଯିହୋଶୂୟ ଲୋକଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନେଇଯାଇ ନ ଥିଲେ। ଯଦି ସେ ନେଇଥା’ନ୍ତେ, ତେବେ ପରମେଶ୍ୱର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ ‘ଆଜି’ ବୋଲି ଘୋଷଣା କରି ନ ଥା’ନ୍ତେ। 9 ଏହା ପ୍ରମାଣିତ କରେ ଯେ, ପରମେଶ୍ୱରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି। 10 ପରମେଶ୍ୱର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ୱରଙ୍କ ପରି ମନୁଷ୍ୟ ଆପଣା କାର୍ଯ୍ୟ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ। 11 ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।
2010 by World Bible Translation Center