Revised Common Lectionary (Complementary)
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ।
ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ।
କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
22 ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ୟକ୍ତି ଅଟେ।
ମୁଁ ବାସ୍ତବରେ ଦୁଃଖିତ, ମୋର ହୃଦୟ ଭାଙ୍ଗିପଡ଼ିଛି।
23 ମୁଁ ଅନୁଭବ କରୁଛି, ଯେପରି ମୋର ଜୀବନ ଶେଷ ହୋଇ ଆସୁଛି।
ଯେପରି ଦିନ ବିରାଟ ଛାଇପରି ସରିସରି ଆସୁଛି।
ମୁଁ ଛାରପୋକ ନ୍ୟାୟ ଗ୍ଭଳିତ ହେଉଅଛି।
24 ମୋର ଆଣ୍ଠୁ ଦୁର୍ବଳ ହୋଇଛି।
କାରଣ ମୁଁ ଭୋକିଲା ଅଟେ।
ମୁଁ ମୋର ଓଜନ ହରାଉଛି ଓ ପତଳା ହୋଇ ଯାଉଛି।
25 ମନ୍ଦ ଲୋକମାନେ ମୋତେ ଅପମାନିତ କରୁଛନ୍ତି।
ସେମାନେ ମୋତେ ଦେଖି ମୁଣ୍ଡ ହଲାଉଛନ୍ତି।
26 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ସାହାଯ୍ୟ କର।
ତୁମ୍ଭର ପ୍ରକୃତ କରୁଣା ପ୍ରେମ ମୋତେ ଦେଖାଅ ଓ ମୋତେ ରକ୍ଷା କର।
27 ଏହା ପରେ ସେହି ଲୋକମାନେ ଜାଣିବେ, ଯେ ତୁମ୍ଭେ ମୋତେ ସାହାଯ୍ୟ କଲ।
ଏହା ପରେ ସେମାନେ ଜାଣିବେ ଯେ ଏହାଥିଲା ତୁମ୍ଭର ଶକ୍ତି ଯାହାକି ମୋତେ ସାହାଯ୍ୟ କଲା।
28 ସେହି ମନ୍ଦ ଲୋକମାନେ ମୋତେ ଅଭିଶାପ ଦିଅନ୍ତି।
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଶୀର୍ବାଦ କରିବ।
ଯେତେବେଳେ ସେମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରିବେ, ସେମାନେ ଅପମାନିତ ହେବେ।
ଏହା ପରେ ମୁଁ ତୁମ୍ଭର ଦାସ, ଖୁସୀ ହେବି।
29 ମୋର ଶତ୍ରୁମାନଙ୍କୁ ଲଜ୍ଜିତ କରାଅ।
ସେମାନେ ଉତ୍ତରୀୟ ବସ୍ତ୍ରତୁଲ୍ୟ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।
30 ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ୟବାଦ ଦେବି,
ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।
31 କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି,
ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।
18 ଏବଂ ମରୁଭୂମିରେ ସେମାନଙ୍କର ପୁତ୍ରଗଣଙ୍କୁ କହିଲି, “ତୁମ୍ଭେମାନେ ନିଜ ପିତୃଗଣଙ୍କ ବିଧି ଅନୁସାରେ ଗ୍ଭଲ ନାହିଁ। ସେମାନଙ୍କର ବ୍ୟବସ୍ଥା ସକଳ ମାନ ନାହିଁ, ସେମାନଙ୍କ ପ୍ରତିମାଗଣ ଦ୍ୱାରା ନିଜକୁ ଅଶୁଚି କର ନାହିଁ। 19 ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟେ; ମୋର ବିଧି ରୂପ ପଥରେ ଗ୍ଭଲ ଓ ମୋର ବିଧି ସକଳ ରକ୍ଷା କରି ପାଳନ କର। 20 ଏବଂ ମୋର ବିଶ୍ରାମ ଦିନଗୁଡ଼ିକୁ ପବିତ୍ର ରଖ। ଯାହା ଫଳରେ ସେମାନେ ମୋ’ ଓ ତୁମ୍ଭ ମଧ୍ୟରେ ଚୁକ୍ତିର ଚିହ୍ନ ଦେବେ। ତା'ପରେ ତୁମ୍ଭେମାନେ ଜାଣିବ ଯେ, ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।”
21 “‘କିନ୍ତୁ ଇସ୍ରାଏଲର ଲୋକମାନେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପାଳନ କଲେ ନାହିଁ କିମ୍ବା ମୋର ବ୍ୟବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କେହି ମୋର ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମୋର କ୍ରୋଧ ସେମାନଙ୍କ ଉପରେ ଢାଳି ଦେବି ଏବଂ ପୁରାମାତ୍ରାରେ ମୋର କୋପ ସେମାନଙ୍କ ବିରୁଦ୍ଧରେ ପ୍ରକାଶ କରିବି। 22 କିନ୍ତୁ ମୁଁ ନିଜକୁ କ୍ଷାନ୍ତ କଲି, କାରଣ ମୋର ନାମ ପାଖାପାଖି ଦେବତାମାନଙ୍କ ଦ୍ୱାରା ଉପହାସିତ ନ ହେଉ ବୋଲି ମୁଁ ଗ୍ଭହିଁଲି। ଯେଉଁମାନଙ୍କ ଦୃଷ୍ଟିରେ ମୁଁ ଇସ୍ରାଏଲୀୟମାନଙ୍କୁ ମିଶରରୁ ବାହାର କରି ଆଣିଲି। 23 ଏବଂ ସେମାନଙ୍କୁ ନାନା ଜାତି ଏବଂ ଦେଶ ମଧ୍ୟରେ ଛିନ୍ନଭିନ୍ନ କରିବା ସକାଶେ ମରୁଭୂମିରେ ମୁଁ ସେମାନଙ୍କ ବିରୁଦ୍ଧରେ ମୋର ହସ୍ତ ଉଠାଇଲି।
24 “‘କାରଣ ସେମାନେ ମୋର ଆଜ୍ଞା ସକଳ ପାଳନ କଲେ ନାହିଁ ଓ ମୋର ସକଳ ବିଧି ଅଗ୍ରାହ୍ୟ କଲେ ଓ ମୋର ସମସ୍ତ ବିଶ୍ରାମ ଦିନ କଳୁଷିତ କଲେ ଏବଂ ସେମାନଙ୍କର ପିତାମାନଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କଲେ। 25 ତେଣୁ ଯେଉଁ ବିଧି ମଙ୍ଗଳଜନକ ନୁହେଁ ସେହିସବୁ ବିଧି ଆମ୍ଭେ ସେମାନଙ୍କୁ ଦେଲୁ ଓ ଯେଉଁ ଶାସନରେ ସେମାନେ ବଞ୍ଚିବେ ନାହିଁ ସେହିପରି ଶାସନ ସେମାନଙ୍କୁ ଦେଲୁ। 26 ମୁଁ ସେମାନଙ୍କୁ ସେମାନଙ୍କର ଉପହାର ମାଧ୍ୟମରେ ପ୍ରଥମଜାତ ସନ୍ତାନର ବଳିଦାନ ମାଧ୍ୟମରେ ଅଶୁଚି କଲି। ତେଣୁ ମୁଁ ସେମାନଙ୍କୁ ବିନାଶ କରିପାରିଲି। ଫଳରେ ସେମାନେ ଶିକ୍ଷା ପାଇବେ ଯେ, ମୁଁ ହିଁ ସଦାପ୍ରଭୁ।’ 27 ଏଣୁ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ସେମାନଙ୍କର ଅବିଶ୍ୱସ୍ତତାରେ ମୋର ନିନ୍ଦା କରିଅଛନ୍ତି। 28 ତଥାପି ମୁଁ ଆଗରେ ଯେଉଁ ଦେଶ ସେମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଥିଲି, ସେହି ଦେଶକୁ ସେମାନଙ୍କୁ ଆଣିଲି। ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେମାନଙ୍କର ବଳିଦାନ କଲେ। ସେମାନେ ସେମାନଙ୍କର ବଳିଦାନ ଦ୍ୱାରା ମୋତେ ବିରକ୍ତ କଲେ। ସେମାନେ ନିଜର ସୁଗନ୍ଧି ଦ୍ରବ୍ୟ ରଖିଲେ ଓ ନିଜ ନିଜର ପେୟନୈବେଦ୍ୟ ଢାଳିଲେ। 29 ସେ ଉଚ୍ଚସ୍ଥଳୀକୁ ଯିବାର ଅଭିପ୍ରାୟ କ’ଣ ବୋଲି ଆମ୍ଭେ ସେମାନଙ୍କୁ ପଗ୍ଭରିଲୁ। ମାତ୍ର ଏବେସୁଦ୍ଧା ସେହି ସ୍ଥାନର ନାମ ବାମା ରହିଅଛି।’
30 ପରମେଶ୍ୱର କହିଲେ, “ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ପଗ୍ଭରନ୍ତି, ପିତୃପୁରୁଷମାନଙ୍କ ପରି କାର୍ଯ୍ୟ କରି ମୂର୍ତ୍ତିମାନଙ୍କ ସହିତ ବ୍ୟଭିଗ୍ଭରୀତା କରି ତୁମ୍ଭେମାନେ କ’ଣ ନିଜକୁ ଅଶୁଚି କରୁ ନାହଁ ଓ ସେମାନଙ୍କର ଘୃଣ୍ୟ ମୂର୍ତ୍ତିମାନଙ୍କ ଦ୍ୱାରା ବ୍ୟଭିଗ୍ଭରୀ ହେଉଅଛ? 31 ଯେତେବେଳେ ତୁମ୍ଭେମାନେ ଉପହାର ଆଣୁଛ, ନିଜ ନିଜ ସନ୍ତାନମାନଙ୍କୁ ଆଜି ପର୍ଯ୍ୟନ୍ତ ଅଗ୍ନିରେ ଉତ୍ସର୍ଗ କରୁଛ? ହେ ଇସ୍ରାଏଲର ଲୋକମାନେ, ମୋ'ଠାରୁ ଉପଦେଶ ନେବାକୁ ତୁମ୍ଭମାନଙ୍କୁ ଅନୁମତି ଦେବି କି? ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ମୁଁ ଜୀବିତ ଥିବାଯାଏ ତୁମ୍ଭମାନଙ୍କୁ ଉପଦେଶ କି ପରାମର୍ଶ ଦେବି ନାହିଁ। 32 ତୁମ୍ଭେମାନେ କହୁଛ, ଆସ ଆମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ପରି ହେବା, ଗୋଷ୍ଠୀୟମାନଙ୍କ ପରି ହେବା, ଯେଉଁମାନେ କାଠ ଓ ପଥରର ପୂଜା କରନ୍ତି। ତୁମ୍ଭମାନଙ୍କର ମନରେ ଉଠୁଥିବା ଏହି ଇଚ୍ଛା କେବେ ପୂରଣ ହେବ ନାହିଁ।’”
ଫିଲାଦେଲ୍ଫିଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
7 “ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।
8 “ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ। 9 ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି। 10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।
11 “ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ। 12 ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି। 13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
2010 by World Bible Translation Center