Revised Common Lectionary (Complementary)
112 ସଦାପ୍ରଭୁଙ୍କର ପ୍ରଶଂସା କର।
ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
3 ସେହି ଲୋକର ପରିବାର ଧନଶାଳୀ ହେବେ
ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 ସେହି ଲୋକ କଦାପି ବିଚଳିତ ହେବ ନାହିଁ।
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
8 ସେହି ଲୋକ ସୁସ୍ଥିର ଥାଏ।
ସେ କେବେ ଭୟ କରେ ନାହିଁ।
ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
ତା'ର ଧର୍ମ ଏକ। ଚିରକାଳସ୍ଥାୟୀ।
ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
13 ଗୋଟିଏ ଆନନ୍ଦିତ ହୃଦୟ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦୟର ଦୁଃଖ ସହିତ, ଆତ୍ମା ଦୁଃଖୀ ହେବ ଏବଂ ଭାଙ୍ଗି ଯାଏ।
14 ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।
15 ଗୋଟିଏ ମାତ୍ର ଜଣେ ହୃଷ୍ଟଚିତ୍ତ ପାଇଁ ପ୍ରତ୍ୟେକ ଦିନ ଗୋଟିଏ ଭୋଜି ଅଟେ।
16 ଅଶାନ୍ତି ଯୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପ ସମ୍ପତ୍ତି ଭଲ।
17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ରେମଥିବା ସ୍ଥାନରେ ଶାକାନ୍ନ ଭଲ।
ସତ୍କର୍ମ ପାଇଁ ଦୁଃଖ ଭୋଗ
8 ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ। 9 ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର। 10 ଶାସ୍ତ୍ର କୁହେ:
“ଯେଉଁ ଲୋକ ଜୀବନକୁ ଭଲ ପାଇବାକୁ ଗ୍ଭହେଁ
ଓ ଭଲ ଦିନଗୁଡ଼ିକୁ ଉପଭୋଗ କରିବାକୁ ଗ୍ଭହେଁ
ସେ ମନ୍ଦକଥା କହିବା
ଓ ମିଛ କଥା କହିବା ବନ୍ଦ କରିବା ଉଚିତ୍।
11 ସେ ମନ୍ଦ କାର୍ଯ୍ୟ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ।
ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ୟ ରଖି ଚେଷ୍ଟା କରିବା ଉଚିତ୍।
12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି,
ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି।
କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।”(A)
2010 by World Bible Translation Center