Revised Common Lectionary (Complementary)
112 ସଦାପ୍ରଭୁଙ୍କର ପ୍ରଶଂସା କର।
ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
3 ସେହି ଲୋକର ପରିବାର ଧନଶାଳୀ ହେବେ
ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 ସେହି ଲୋକ କଦାପି ବିଚଳିତ ହେବ ନାହିଁ।
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
8 ସେହି ଲୋକ ସୁସ୍ଥିର ଥାଏ।
ସେ କେବେ ଭୟ କରେ ନାହିଁ।
ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
ତା'ର ଧର୍ମ ଏକ। ଚିରକାଳସ୍ଥାୟୀ।
ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
21 କୃଷକ ତା'ର ଜମିରେ ପାଣି ମଡ଼ାଇବା ପାଇଁ ଛୋଟ ନାଳ କରେ। ସେ ତା'ର ଜଳ ଯୁଆଡ଼େ ନେବାକୁ ଗ୍ଭହେଁ ସେଆଡ଼େ ତା'ର ନାଳ ବଙ୍କେଇ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ଯୁଆଡ଼େ ଇଚ୍ଛା ସେଆଡ଼େ ନେଇଯାଏ।
2 ମନୁଷ୍ୟ ଯାହା କର୍ମ କରେ ତାହା ତା'ର ଦୃଷ୍ଟିରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦୟ ସବୁ ତୌଲନ୍ତି।
3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଗ୍ଭର ସଦାପ୍ରଭୁଙ୍କ ପ୍ରିୟ ବିଷୟ।
4 ଦୁଷ୍ଟ ଲୋକମାନଙ୍କର ଗର୍ବ ଗ୍ଭହାଣି ଓ ଗର୍ବିତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦେଖାଯାଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।
24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ। ସେ ଆତ୍ମଗର୍ବ ଦେଖାଏ।
25 ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁ ଘଟାଏ। କାରଣ ତାହାର ହସ୍ତ କର୍ମ କରିବାକୁ ମନା କରେ।
26 କିଛି ଲୋଭୀ ଲୋକ ଦିନଯାକ କାଟନ୍ତି ବହୁ ଜିନିଷ ଗୁଡ଼ିକ ପାଇଁ ବାସନା କରି, ମାତ୍ର ଧାର୍ମିକ ଲୋକ ଉଦାର ସହିତ ଦିଅନ୍ତି।
ଏକ ମାତାଙ୍କର ବିଶେଷ ଅନୁରୋଧ
(ମାର୍କ 10:35-45)
20 ତା'ପରେ ଜେବଦୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ଏବଂ ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସେମାନଙ୍କର ମା ଯୀଶୁଙ୍କୁ ପ୍ରଣାମ କଲେ। ସେ ସେମାନଙ୍କ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।
21 ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?”
ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”
22 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କ’ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁ ନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ’ଣ ତୁମ୍ଭେ ଭୋଗ କରି ପାରିବ?”
ସେମାନେ ଉତ୍ତର ଦେଲେ, “ହଁ, ଆମ୍ଭେ ପାରିବୁ।”
23 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”
24 ଅନ୍ୟ ଦଶ ଜଣ ଶିଷ୍ୟ ଏ କଥା ଶୁଣି ସେହି ଦୁଇଭାଇଙ୍କ ଉପରେ ରାଗିଗଲେ। 25 ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। 26 କିନ୍ତୁ ତୁମ୍ଭମାନଙ୍କ କ୍ଷେତ୍ରରେ ସେହିଭଳି ହେବ ନାହିଁ। ତୁମ୍ଭ ଭିତରୁ ଯଦି କେହି ବଡ଼ ହେବାକୁ ଇଚ୍ଛା କରୁଛି, ତେବେ ସେ ଜଣେ ସେବକ ଭଳି ତୁମ୍ଭମାନଙ୍କର ସେବା କରିବ। 27 ଯଦି ତୁମ୍ଭ ଭିତରୁ କେହି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତେବେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସେବା କରିବାକୁ ହେବ। 28 ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”
2010 by World Bible Translation Center