Revised Common Lectionary (Complementary)
ଟେଟ୍
65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ।
ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
66 ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର।
ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି।
ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
68 ହେ ପରମେଶ୍ୱର, ତୁମ୍ଭେ ମଙ୍ଗଳମୟ, ତୁମ୍ଭେ ମଙ୍ଗଳ କର।
ମୋତେ ତୁମ୍ଭର ନିୟମସବୁ ଶିଖାଅ।
69 ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
70 ସେହି ଲୋକମାନେ ବହୁତ ମୂର୍ଖ।
ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
71 ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା,
ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
72 ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ,
ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।
12 ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସେହି ଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦେବେ। ସେତେବେଳେ ସେହି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ। 13 ସେହି ଅହଙ୍କାର ଲୋକମାନେ ଲିବାନୋନ ଓ ବାଶନର ଦେବଦାରୁ ଓ ଅଲୋନଗଛ ପରି ଉଚ୍ଚ ଓ ମହାନ ହେବେ। ମାତ୍ର ସଦାପ୍ରଭୁ ସେମାନଙ୍କୁ ଦଣ୍ଡ ଦେବେ। 14 ସେହି ଅହଙ୍କାରୀ ମାନବ ପର୍ବତ ଓ ପାହାଡ଼ ସଦୃଶ ଉନ୍ନତ ଓ ଉଚ୍ଚ ହେବେ। 15 ଆଉମଧ୍ୟ ସେହି ଗର୍ବିତ ଲୋକମାନେ ଉଚ୍ଚ ସ୍ତମ୍ଭ ଓ ଶକ୍ତ କାନ୍ଥ ସଦୃଶ ହେବେ। ମାତ୍ର ପରମେଶ୍ୱର ସେମାନଙ୍କୁ ଶାସ୍ତି ଦେବେ। 16 ପୁଣି ସେହି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ ହେବେ। ମାତ୍ର ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ।
17 ସେତେବେଳେ ଲୋକମାନେ ଗର୍ବିତ ହେବାରୁ ନିବୃତ୍ତ ହେବେ। ସେହି ଗର୍ବିତ ମାନବ ନମ୍ର ହେବେ ଏବଂ କେବଳ ସେହି ଦିନରେ ସଦାପ୍ରଭୁ ଉଚ୍ଚରେ ରହିବେ।
1 ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ। 2 ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସେହି ବିଶ୍ୱାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହେବା ପୂର୍ବରୁ ପରମେଶ୍ୱର ସେହି ଅନନ୍ତ ଜୀବନର ପ୍ରତିଶୃତି ଦେଇଥିଲେ ଓ ପରମେଶ୍ୱର ମିଛ କହନ୍ତି ନାହିଁ। 3 ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି।
4 ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି।
ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ
5 ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ। 6 ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ। 7 ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ। 8 ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ। 9 ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି।
2010 by World Bible Translation Center