Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 1

ପ୍ରଥମ ପୁସ୍ତକ

(ଗୀତସଂହିତା 1–41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

ଦ୍ୱିତୀୟ ବିବରଣ 29:2-21

ମୋଶା ସମସ୍ତ ଇସ୍ରାଏଲୀୟମାନଙ୍କୁ ଏକତ୍ରିତ କଲେ ଓ କହିଲେ, “ତୁମ୍ଭେମାନେ ଦେଖିଛ ଯେ ମିଶରରେ ସଦାପ୍ରଭୁ କିପରି କାର୍ଯ୍ୟମାନ କରିଛନ୍ତି। ତୁମ୍ଭେମାନେ ମଧ୍ୟ ଦେଖିଛ, ସଦାପ୍ରଭୁ ରାଜା ଫାରୋ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ। ତୁମ୍ଭେମାନେ ଦେଖିଛ ସଦାପ୍ରଭୁ ସେମାନଙ୍କୁ କିଭଳି ଭାବରେ କଷ୍ଟ ଦେଇଛନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ସେହି ଚମତ୍କାର ଆଶ୍ଚର୍ଯ୍ୟ କର୍ମମାନ ଦେଖିଛ। କିନ୍ତୁ ଏପରିକି ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମମାନ ବୁଝି ପାରିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ଆଜି ପର୍ଯ୍ୟନ୍ତ ଠିକ୍ ଭାବେ ବୁଝିପାରିଲ ନାହିଁ। ଯାହାସବୁ ଦେଖିଲ ଓ ଯାହାସବୁ ଶୁଣିଲ। ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ୍ ବର୍ଷ ମରୁ ଅଞ୍ଚଳରେ ଆଗେଇ ଆଣିଲେ ତୁମ୍ଭେମାନେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରି ନ ଥିଲା। ତୁମ୍ଭର ଜୋତା ମଧ୍ୟ ନଷ୍ଟ ହୋଇ ନ ଥିଲା। ତୁମ୍ଭେ ଆସିବା ସମୟରେ ସାଥୀରେ ଖାଦ୍ୟ ଆଣି ନ ଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନ ଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନେଇଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭେମାନେ ବୁଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ୱର।

“ତୁମ୍ଭେମାନେ ଏହି ସ୍ଥାନକୁ ଆସିଲାପରେ ହି‌ଷ୍‌ବୋନର ରାଜା ସୀହୋନ୍ ଓ ବାଶନର ରାଜା ଓଗ୍ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭେମାନେ ସେମାନଙ୍କୁ ପରାସ୍ତ କଲୁ। କିନ୍ତୁ ଆମ୍ଭେ ସେହି ଦେଶ ତାଙ୍କଠାରୁ ଛଡ଼ାଇ ଆଣି ରୁବେନ୍ ବଂଶ ଓ ଗାଦ୍ ବଂଶ ଏବଂ ମନଃଶିର ଅର୍ଦ୍ଧ ବଂଶଧରଙ୍କୁ ଦେଲୁ। ସେଥିପାଇଁ ତୁମ୍ଭେମାନେ ସମସ୍ତ ନିର୍ଦ୍ଦେଶ ଚୁକ୍ତି ଅନୁସାରେ ମାନିବା ଉଚିତ୍, ତେବେ ତୁମ୍ଭେମାନେ ଯେଉଁସବୁ କର୍ମ କରିବ ସେଥିରେ ତୁମ୍ଭେମାନେ ସମସ୍ତ କୁଶଳତା ପାଇବ।

10 “ଆଜି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସମ୍ମୁଖରେ ଛିଡ଼ା ହୋଇଅଛ। ତୁମ୍ଭର ପ୍ରଧାନଗଣ, ତୁମ୍ଭମାନଙ୍କ ବଂଶ ସମୂହ, ତୁମ୍ଭମାନଙ୍କର ପ୍ରାଚୀନବର୍ଗ, ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ ଓ ଇସ୍ରାଏଲର ସମସ୍ତ ପୁରୁଷ ଏହିଠାରେ ଉପସ୍ଥିତ ଅଛନ୍ତି। 11 ତୁମ୍ଭର ସ୍ତ୍ରୀ ଓ ପିଲାମାନେ ଏବଂ ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନେ ମଧ୍ୟ ଏହିଠାରେ ଉପସ୍ଥିତ ଅଛନ୍ତି। ଯେଉଁ ଲୋକମାନେ ତୁମ୍ଭକୁ କାଠ କାଟି ଦେଇଛନ୍ତି ଏବଂ ପାଣି ଯୋଗାଇଛନ୍ତି। 12 ତୁମ୍ଭେମାନେ ସମସ୍ତେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରେ ଚୁକ୍ତି କରିବା ପାଇଁ ଏଠାରେ ଛିଡ଼ା ହୋଇଛ। ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଆଜି ଏହି ଚୁକ୍ତି କରୁଛନ୍ତି। 13 ଏହି ଚୁକ୍ତି ସହିତ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସ୍ୱତନ୍ତ୍ର ପବିତ୍ର ଲୋକ ଭାବରେ ଗ୍ରହଣ କରୁଛନ୍ତି। ଏବଂ ସେ ନିଜେ ତୁମ୍ଭମାନଙ୍କର ପରମେଶ୍ୱର ହେବେ। ସେ ତୁମ୍ଭକୁ ଏହିକଥା କହିଥିଲେ। ସେ ତୁମ୍ଭର ପୂର୍ବପୁରୁଷଗଣଙ୍କ ସଙ୍ଗରେ ଏହି ଚୁକ୍ତି କରିଥିଲେ, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ସହିତ। 14 ସଦାପ୍ରଭୁ ଏହି ଚୁକ୍ତି କରିଛନ୍ତି ତାଙ୍କର ପ୍ରତିଜ୍ଞା ଅନୁଯାୟୀ କେବଳ ତୁମ୍ଭମାନଙ୍କ ସହିତ ନୁହେଁ। 15 ସଦାପ୍ରଭୁ ଏହି ଚୁକ୍ତି କରିଛନ୍ତି ତୁମ୍ଭ ସମସ୍ତଙ୍କ ସହିତ ଯେଉଁମାନେ ଆଜି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛ। କିନ୍ତୁ ଏହି ଚୁକ୍ତି ମଧ୍ୟ ଆମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ ମଧ୍ୟ ଯେଉଁମାନେ ଆମ୍ଭମାନଙ୍କ ସହିତ ନାହାନ୍ତି।

16 “ତୁମ୍ଭେ ଏକଥା ସ୍ମରଣ କର ଯେ ଆମ୍ଭେମାନେ ମିଶରରେ କିପରି ଥିଲୁ, ତୁମ୍ଭେ ଏକଥା ସ୍ମରଣ କର, ଆମ୍ଭେ କିପରି ଭାବରେ ବହୁ ଦେଶ ଅତିକ୍ରାନ୍ତ କରି ଆସିଲୁ। 17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ ଓ ସେମାନଙ୍କ କାଠ, ପଥର, ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ। 18 ଏଥିପାଇଁ ତୁମ୍ଭେ ସାବଧାନ ହେବ। ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚା‌ଦ୍‌ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, ପରିବାର କି ବଂଶ ଯେମନ୍ତ ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେମନ୍ତ ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ।

19 “ଆଉ ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ‘ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟରେ କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।’ 20-21 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତ‌‌‌‌ତ୍‌‌‌‌କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।

ମାଥିଉ ଲିଖିତ ସୁସମାଗ୍ଭର 10:34-42

ଯୀଶୁଙ୍କ ଅନୁସରଣ ତୁମ୍ଭ ପାଇଁ ବିପଦ ଆଣିପାରେ

(ଲୂକ 12:51-53; 14:26-27)

34 “ତୁମ୍ଭେ ଭାବ ନାହିଁ ଯେ ମୁଁ ପୃଥିବୀରେ ଶାନ୍ତି ଆଣିବା ପାଇଁ ଆସିଛି। କିନ୍ତୁ ଖ‌‌ଡ଼୍‌‌ଗ ଆଣିବା ପାଇଁ ଆସିଛି। 35 ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି:

‘ପୁଅ ତା’ ବାପା ବିରୁଦ୍ଧରେ,
    ଝିଅ ତା’ ମା ବିରୁଦ୍ଧରେ
ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।
36     ନିଜ ଘରର ଲୋକେ ହିଁ ନିଜ ଲୋକଙ୍କ ଶତ୍ରୁ ହେବେ।’(A)

37 “ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। 38 ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ। 39 ଯେଉଁ ଲୋକ ମୋ’ ଅପେକ୍ଷା ତା’ ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇବସିବ। କିନ୍ତୁ ଯେଉଁ ଲୋକ ମୋ’ ସକାଶେ ଜୀବନ ହରାଏ, ସେ ବାସ୍ତବଜୀବନ ପାଇ ପାରିବ।

ତୁମ୍ଭକୁ ଗ୍ରହଣ କରିଥିବା ଲୋକମାନଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ

(ମାର୍କ 9:41)

40 “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ। 41 ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ। 42 “ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center