Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ।
51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
ମୋର ସମସ୍ତ ପାପ କ୍ଷମା କର।
2 ମୋ’ ସବୁ ପାପ ଧୋଇ ଦିଅ,
ଏବଂ ପୁଣି ମୋତେ ପବିତ୍ର କର।
3 ମୁଁ ଜାଣେ ମୁଁ ପାପ କରିଛି।
ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
4 ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
ଓ ପାପରୁ ହିଁ ମୋର ମା’ ମୋତେ ଗର୍ଭରେ ଧାରଣ କଲା।
6 ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
7 ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
8 ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
9 ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
ଲୋକମାନେ ଦୁଷ୍ଟ ପ୍ରକୃତିର ହେଲେ
6 ପୃଥିବୀରେ ମନୁଷ୍ୟମାନଙ୍କର ସଂଖ୍ୟା ବଢ଼ିବାକୁ ଲାଗିଲା। ମନୁଷ୍ୟମାନଙ୍କର ଅନେକ କନ୍ୟାଜାତ ହେଲେ। 2-4 ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ।
ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”
5 ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି। 6 ମନୁଷ୍ୟମାନଙ୍କୁ ଜନ୍ମ ଦେଇଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦୟକୁ ଯନ୍ତ୍ରଣା ଦେଲା।
1 ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।
2 ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ।
ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।
ଅସତ୍ୟ ଉପଦେଶ ବିରୁଦ୍ଧରେ ସତର୍କତା
3 ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ। 4 ସେମାନଙ୍କୁ କୁହ ଯେ, ସେମାନେ ଅସତ୍ୟ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦେଇ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସେଗୁଡ଼ିକ ଦ୍ୱାରା କେବଳ ତର୍କବିତର୍କ ହୁଏ। ସେଗୁଡ଼ିକ ପରମେଶ୍ୱରଙ୍କ କାମ ପାଇଁ ସାହାଯ୍ୟ କରେ ନାହିଁ। କେବଳ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ କାମ ସାଧନ ହୋଇଥାଏ। ଏହି ଆଦେଶର ଲକ୍ଷ୍ୟ ଯେ, ଲୋକମାନେ ପ୍ରେମ ଗ୍ରହଣ କରନ୍ତୁ। 5 ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର। 6 କେତେ ଲୋକ ଏହି ବିଷୟ ଗୁଡ଼ିକ ପ୍ରତି ଧ୍ୟାନ ନ ଦେଇ, ପଥଭ୍ରଷ୍ଟ ହୋଇଛନ୍ତି। ସେମାନେ ଏବେ ମୂଲ୍ୟହୀନ କଥାଗୁଡ଼ିକ କୁହନ୍ତି। 7 ସେହି ଲୋକମାନେ ବ୍ୟବସ୍ଥାର[a] ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି।
8 ଆମ୍ଭେ ଜାଣୁ ଯେ, ବ୍ୟବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ୟବହାର କରନ୍ତି। 9 ଆମ୍ଭେ ଏହା ମଧ୍ୟ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ୟବସ୍ଥାର ଆବଶ୍ୟକତା ନାହିଁ। ଯେଉଁ ଲୋକମାନେ ବ୍ୟବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହନ୍ତି, ସେହିମାନଙ୍କ ଲାଗି ବ୍ୟବସ୍ଥା ନିର୍ମିତ ହୋଇଛି। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ପିତାମାତାଙ୍କ ହତ୍ୟାକାରୀ ତଥା ନରହତ୍ୟାକାରୀ, 10 ଯୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ଯୌନ ଅଭିଳାଷୀ, ଦାସମାନଙ୍କ ବିକ୍ରେତା, ମିଥ୍ୟାବାଦୀ, ମିଥ୍ୟା ଶପଥ ନେଉଥିବା ଲୋକେ ଓ ପରମେଶ୍ୱରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେକୌଣସି ବ୍ୟକ୍ତି ପାଇଁ ବ୍ୟବସ୍ଥା ଆବଶ୍ୟକ। 11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି।
2010 by World Bible Translation Center