Revised Common Lectionary (Complementary)
ତୃତୀୟ ପୁସ୍ତକ
(ଗୀତସଂହିତା 73–89)
ଆସଫର ପ୍ରଶଂସା ଜନିତ ପ୍ରାର୍ଥନା।
73 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।
ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
2 କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା।
ମୋର ବିଶ୍ୱାସ ପ୍ରାୟ ହରାଇଲି।
3 ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି,
ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।
4 ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ
କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
5 ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ।
ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
6 ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି
ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
7 ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି।
ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।
8 ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି।
ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି।
ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
9 ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି।
ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,
ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
11 ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ।
ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”
12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
13 କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି?
କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?
14 ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି।
ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।
15 ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି।
କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।
16 ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି,
କିନ୍ତୁ ଏହା ବୁଝିବା ମୋ’ ପାଇଁ ଅତି କଷ୍ଟକର ଥିଲା।
17 ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି
ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।
18 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ।
ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।
19 ହଠାତ୍ ସେମାନେ ଧ୍ୱଂସରେ ପଡ଼ିଯା’ନ୍ତି।
ସେମାନେ ଭୟଙ୍କର ଘଟଣାରେ ଲୋପ ପାଇଲେ।
20 ହେ ସଦାପ୍ରଭୁ, ସେହି ଲୋକମାନେ ରାତ୍ରିର ସ୍ୱପ୍ନ ପରି,
ଯାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ।
ତୁମ୍ଭେ ଏପରି ଲୋକଙ୍କୁ ସ୍ୱପ୍ନରେ ଦେଖିଥିବା
ରାକ୍ଷସ ପରି ଅଦୃଶ୍ୟ କରିଦିଅ।
21-22 ମୁଁ ନିର୍ବୋଧ ଥିଲି,
ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି।
ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି
ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।
23 ମୁଁ ସର୍ବଦା ତୁମ୍ଭ ପାଖରେ ଅଛି।
ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।
24 ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ।
ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25 ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ।
ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।
26 ମୋର ମନ ଏବଂ ଶରୀର ଦୁର୍ବଳ ହୁଏ,
କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ
ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।
27 ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ।
ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
28 ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ।
ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ।
ହେ ପରମେଶ୍ୱର, ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।
ପରମେଶ୍ୱର କହିଲେ ଓ ଯୂନସ ପାଳନ କଲେ
3 ତା'ପରେ ସଦାପ୍ରଭୁ ଯୂନସଙ୍କୁ ପୁନର୍ବାର କହିଲେ। 2 ପ୍ରଭୁ କହିଲେ, “ବୃହତ୍ ନଗର ନୀନିବୀକୁ ଯାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କର।”
3 ଯୂନସ ସଦାପ୍ରଭୁଙ୍କ ବାକ୍ୟକୁ ପାଳନ କରି ନୀନିବୀକୁ ଗଲେ। ଏହା ଏକ ବିରାଟ ନଗର ଥିଲା। ଜଣେ ଲୋକକୁ ସମଗ୍ର ସହରରେ ବୁଲି ଆସିବାକୁ ତିନି ଦିନ ସମୟ ଲାଗୁଥିଲା।
4 ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।”
5 ନୀନିବୀର ଲୋକମାନେ ପରମେଶ୍ୱରଙ୍କର ଏହି ବାର୍ତ୍ତାକୁ ବିଶ୍ୱାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସେମାନେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ଼ ସମସ୍ତ ଲୋକେ ଏହି କାର୍ଯ୍ୟ କଲେ।
6 ନୀନିବୀର ରାଜା ଏ ବିଷୟରେ ଶୁଣିଲେ ଏବଂ ସେ ମଧ୍ୟ ମନ୍ଦକାର୍ଯ୍ୟ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡ଼ି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ଯାଇ ରାଜକୀୟ ପୋଷାକ ପରିତ୍ୟାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପରେ ବସି ପଡ଼ିଲେ। 7 ରାଜା ଏକ ସ୍ୱତନ୍ତ୍ର ବାର୍ତ୍ତା ଲେଖି ନଗରକୁ ପଠାଇଲେ।
ଏହି ବାର୍ତ୍ତା ରାଜା ଓ ତାଙ୍କର ମୁଖ୍ୟ ଶାସକମାନଙ୍କର ଥିଲା।
ସେହି ବାର୍ତ୍ତାରେ ଥିଲା କୌଣସି ମନୁଷ୍ୟ ବା ପ୍ରାଣୀ କିଛି ସମୟ ପାଇଁ କିଛି ଖାଇବେ ନାହିଁ। କୌଣସି ଗୋରୁପଲ କି ମେଷପଲ ପଡ଼ିଆରେ ଚରିବେ ନାହିଁ। ନୀନିବୀର କୌଣସି ଜୀବନ୍ତ ପ୍ରାଣୀ କିଛି ଖାଇବେ ନାହିଁ କି ପିଇବେ ନାହିଁ। 8 କିନ୍ତୁ ସମସ୍ତ ମନୁଷ୍ୟ ଓ ପ୍ରାଣୀ ମୋଟା ବସ୍ତ୍ର ପରିଧାନ କରିବେ ଏବଂ ସେମାନେ ଦୁଃଖ ପ୍ରକାଶ କରିବେ। ସେମାନେ ଉଚ୍ଚ ସ୍ୱରରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବେ। ପ୍ରତ୍ୟେକ ବ୍ୟକ୍ତି ସେମାନଙ୍କର ଜୀବନଧାରା ବଦଳାଇବେ ଓ ମନ୍ଦକାର୍ଯ୍ୟ କରିବା ବନ୍ଦ କରିବେ। 9 ତାହାହେଲେ ପରମେଶ୍ୱର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ଯ୍ୟ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କ୍ରୋଧ ହେବେ ନାହିଁ। ତା'ପରେ ସେ ହୁଏତ ଦଣ୍ତ ଦେବେ ନାହିଁ।
10 ଲୋକମାନେ ଯାହା କଲେ ପରମେଶ୍ୱର ସବୁ ଦେଖିଲେ। ସେମାନେ ମନ୍ଦକାର୍ଯ୍ୟ ବନ୍ଦ କରିବା ପରମେଶ୍ୱର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ।
8 ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ। 9 ଯଦିଓ କିଛି ଲୋକେ ଏହାକୁ ଡେରି ବୋଲି ଭାବୁଛନ୍ତି, ତଥାପି ପରମେଶ୍ୱର ନିଜ ପ୍ରତିଜ୍ଞା ପୂରଣ କରିବାରେ ଡେରି କରିବେ ନାହିଁ। ବରଂ ପରମେଶ୍ୱର ତୁମ୍ଭ ପ୍ରତି ଧୈର୍ଯ୍ୟବାନ ହେଉଛନ୍ତି। ପରମେଶ୍ୱର କୌଣସି ଲୋକ ନଷ୍ଟ ହେଉ ବୋଲି ଗ୍ଭହାନ୍ତି ନାହିଁ। ପରମେଶ୍ୱର ଗ୍ଭହାନ୍ତି ଯେ ପ୍ରତ୍ୟେକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।
10 କିନ୍ତୁ ଗ୍ଭେର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରତ୍ୟେକଙ୍କୁ ଆଶ୍ଚର୍ଯ୍ୟ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ୟ ହୋଇଯିବ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନିରେ ଧ୍ୱଂସ ହୋଇଯିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳିଯିବ। 11 ମୁଁ କହିଲା ଭଳି, ଏପରି ଭାବରେ ସବୁକିଛି ନଷ୍ଟ ହୋଇଯିବ। ଅତଏବ, ତୁମ୍ଭେ କିପରି ଲୋକ ହେବା ଉଚିତ୍? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ୱରଙ୍କ ସେବା କରିବା ଉଚିତ୍। 12 ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷାରେ ରହିବା ଉଚିତ୍। ସେହି ଦିନ ଆସିଲେ ଅଗ୍ନି ଦ୍ୱାରା ଆକାଶ ନଷ୍ଟ ହୋଇ ଯିବ ଓ ଆକାଶରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ଯିବ। 13 କିନ୍ତୁ ପରମେଶ୍ୱର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦେଇଛନ୍ତି। ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷାରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହେବ।
2010 by World Bible Translation Center