Revised Common Lectionary (Complementary)
ତୃତୀୟ ପୁସ୍ତକ
(ଗୀତସଂହିତା 73–89)
ଆସଫର ପ୍ରଶଂସା ଜନିତ ପ୍ରାର୍ଥନା।
73 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।
ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
2 କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା।
ମୋର ବିଶ୍ୱାସ ପ୍ରାୟ ହରାଇଲି।
3 ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି,
ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।
4 ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ
କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
5 ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ।
ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
6 ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି
ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
7 ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି।
ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।
8 ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି।
ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି।
ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
9 ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି।
ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,
ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
11 ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ।
ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”
12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
13 କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି?
କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?
14 ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି।
ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।
15 ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି।
କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।
16 ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି,
କିନ୍ତୁ ଏହା ବୁଝିବା ମୋ’ ପାଇଁ ଅତି କଷ୍ଟକର ଥିଲା।
17 ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି
ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।
18 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ।
ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।
19 ହଠାତ୍ ସେମାନେ ଧ୍ୱଂସରେ ପଡ଼ିଯା’ନ୍ତି।
ସେମାନେ ଭୟଙ୍କର ଘଟଣାରେ ଲୋପ ପାଇଲେ।
20 ହେ ସଦାପ୍ରଭୁ, ସେହି ଲୋକମାନେ ରାତ୍ରିର ସ୍ୱପ୍ନ ପରି,
ଯାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ।
ତୁମ୍ଭେ ଏପରି ଲୋକଙ୍କୁ ସ୍ୱପ୍ନରେ ଦେଖିଥିବା
ରାକ୍ଷସ ପରି ଅଦୃଶ୍ୟ କରିଦିଅ।
21-22 ମୁଁ ନିର୍ବୋଧ ଥିଲି,
ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି।
ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି
ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।
23 ମୁଁ ସର୍ବଦା ତୁମ୍ଭ ପାଖରେ ଅଛି।
ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।
24 ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ।
ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25 ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ।
ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।
26 ମୋର ମନ ଏବଂ ଶରୀର ଦୁର୍ବଳ ହୁଏ,
କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ
ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।
27 ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ।
ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
28 ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ।
ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ।
ହେ ପରମେଶ୍ୱର, ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।
6 ତା'ପରେ ସଦାପ୍ରଭୁ ଆୟୁବକୁ ସେହି ଝଡ଼ ଭିତରୁ ଉତ୍ତର ଦେଲେ।
ସଦାପ୍ରଭୁ କହିଲେ,
7 “ଆୟୁବ, କଟିବନ୍ଧନ କରି ଜଣେ ମନୁଷ୍ୟ ପରି।
ଏବଂ ମୁଁ ଯାହା ପ୍ରଶ୍ନ କରିବି ତା'ର ଉତ୍ତର ଦେବାକୁ ପ୍ରସ୍ତୁତ ହୁଅ।
8 “ଆୟୁବ, ତୁମ୍ଭେ କ’ଣ ଭାବୁଛ ମୁଁ ନ୍ୟାୟୀ ନୁହେଁ?
ତୁମ୍ଭେ କହୁଛ ମୁଁ ଅପରାଧୀ ଭୁଲ୍ କାମ କରିଛି, ଯଦ୍ଦ୍ୱାରା ତୁମ୍ଭେ ନିରୀହ ପ୍ରମାଣିତ ହେବ।
9 ତୁମ୍ଭର ବାହୁ କ’ଣ ପରମେଶ୍ୱରଙ୍କ ବାହୁ ତୁଲ୍ୟ?
ତୁମ୍ଭର କ’ଣ ପରମେଶ୍ୱରଙ୍କ ଭଳି କଣ୍ଠସ୍ୱର ରହିଛି,
ଯାହାକି ଘଡ଼ଘଡ଼ି ପରି ଗର୍ଜନ କରିପାରେ?
10 ଯଦି ତୁମ୍ଭେ ପରମେଶ୍ୱରଙ୍କ ପରି, ତା'ହେଲେ ତୁମ୍ଭେ ଗର୍ବ କରିପାର।
ଯଦି ତୁମ୍ଭେ ପରମେଶ୍ୱରଙ୍କ ସହ ସମକକ୍ଷ, ତା'ହେଲେ ତୁମ୍ଭେ ପରମେଶ୍ୱରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।
11 ଯଦି ତୁମ୍ଭେ ପରମେଶ୍ୱରଙ୍କ ତୁଲ୍ୟ, ତା'ହେଲେ ତୁମ୍ଭେ ତୁମ୍ଭର କ୍ରୋଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦେଇପାର।
ସେହି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।
12 ହଁ ଆୟୁବ, ସେହି ଗର୍ବୀ ଲୋକମାନଙ୍କୁ ଦେଖ ଏବଂ ସେମାନଙ୍କୁ ନମ୍ର କର।
ଦୁଷ୍ଟମାନଙ୍କୁ ସେମାନେ ଛିଡ଼ା ହୋଇଥିବା ସ୍ଥାନରେ ହିଁ ଦଳି ଦିଅ।
13 ସବୁ ଗର୍ବୀ ଲୋକମାନଙ୍କୁ ମାଟିରେ ପୋତିଦିଅ।
ସେମାନଙ୍କର ଶରୀର ଗୁଡ଼ାଇ ଦିଅ ଏବଂ ସମୟ ଭିତରେ ରଖିଦିଅ।
14 ଆୟୁବ, ଯଦି ତୁମ୍ଭେ ଏସବୁ କରି ପାରିବ ତା'ହେଲେ ମୁଁ ତୁମ୍ଭକୁ ପ୍ରଶଂସା କରିବି
ଏବଂ ମୁଁ ସ୍ୱୀକାର କରେ ଯେ, ନିଜର ଦକ୍ଷିଣ ହସ୍ତ ଯୋଗୁଁ ତୁମ୍ଭେ ନିଜକୁ ରକ୍ଷା କରିବାକୁ ସମର୍ଥ।
ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଲା
42 ତା'ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
2 “ହେ ସଦାପ୍ରଭୁ, ମୁଁ ଜାଣେ ଆପଣ ସବୁକିଛି କରି ପାରନ୍ତି।
ତୁମ୍ଭେ ଯାହା କର ବା କରିବାକୁ ଗ୍ଭହଁ, କେହି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।
3 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପଗ୍ଭରିଲ, ‘କିଏ ଏହି ଜ୍ଞାନହୀନ ମଣିଷ, ଯିଏ ନିର୍ବୋଧ ଭଳି କଥା କହୁଛି?’
ହେ ସଦାପ୍ରଭୁ, ମୁଁ ସେହି ବିଷୟରେ କହିଥିଲି, ଯାହା ମୁଁ ବୁଝି ନ ଥିଲି।
ମୁଁ ସେହିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ଯ୍ୟଜନକ ଯେ ତାହା ମୋ’ ବୁଝିବା ଶକ୍ତିର ବାହାରେ।
4 “ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା।
ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଗ୍ଭରିବା ଓ ତୁମ୍ଭେ ତା'ର ଉତ୍ତର ଦେବ।’
5 ହେ ସଦାପ୍ରଭୁ, ଅତୀତରେ ମୁଁ ତୁମ୍ଭ ବିଷୟରେ ଶୁଣିଥିଲି।
କିନ୍ତୁ ଆଜି ମୁଁ ସ୍ୱଚକ୍ଷୁରେ ତୁମ୍ଭକୁ ଦେଖିଲି।
6 ହେ ସଦାପ୍ରଭୁ, ମୁଁ ଫେରେଇ ନେଉଛି ଯାହା ମୁଁ କହିଥିଲି।
ହେ ସଦାପ୍ରଭୁ, ମୁଁ ବଡ଼ ଖେଦିତ
ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି।
ମୁଁ ମୋର ମନ ପରିବର୍ତ୍ତନ କରିଛି।”
ତୁମ୍ଭର ବିଶ୍ୱାସ ହରାଅ ନାହିଁ
(ମାଥିଉ 26:31-35; ମାର୍କ 14:27-31; ଯୋହନ 13:36-38)
31 “କୃଷକ ତା'ର ଗହମକୁ ଗ୍ଭଲୁଣୀରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମୋନ! ହେ ଶିମୋନ, 32 ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ୱାସ ଲୋପ ନ ହେଉ। ତୁମ୍ଭେମାନେ ମୋ’ ପାଖକୁ ଫେରି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ୱାସରେ ଦୃଢ଼ ହେବା ପାଇଁ ସାହାଯ୍ୟ କର।”
33 କିନ୍ତୁ ପିତର ଯୀଶୁଙ୍କୁ କହିଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।”
ଯୀଶୁଙ୍କୁ ଜାଣିଛନ୍ତି ବୋଲି କହିବାକୁ ପିତରଙ୍କ ଭୟ
(ମାଥିଉ 26:57-58,69-75; ମାର୍କ 14:53-54,66-72; ଯୋହନ 18:12-18,25-27)
54 ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ। 55 ସୈନ୍ୟମାନେ ଅଗଣା ମଝିରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ୟ ସେମାନଙ୍କ ସହିତ ବସିଲେ। 56 ଜଣେ ଦାସୀ ପିତରଙ୍କୁ ସେଠାରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅରେ ଦେଖି ପାରିଲା। କନ୍ୟାଦାସୀଟି ମନ ଧ୍ୟାନ ଦେଇ ପିତରଙ୍କ ମୁହଁକୁ ଗ୍ଭହିଁଲା। ତା'ପରେ ସେ କହିଲା, “ଏ ଲୋକ ମଧ୍ୟ ତାହାଙ୍କ ସହିତ ଥିଲା।”
57 କିନ୍ତୁ ପିତର ଏ କଥା ଅସ୍ୱୀକାର କଲେ। ସେ କହିଲେ, “ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।” 58 ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ୟରୁ ତୁମ୍ଭେ ମଧ୍ୟ ଜଣେ।”
କିନ୍ତୁ ପିତର କହିଲେ, “ନା, ମୁଁ ନୁହେଁ।”
59 ପ୍ରାୟ ଘଣ୍ଟାଏ ପରେ ଆଉ ଜଣେ ଲୋକ ଦୃଢ଼ ଭାବରେ କହିଲା, “ଏହା ସତ୍ୟ। ଏ ଲୋକ ନିଶ୍ଚୟ ତାହାଙ୍କ ସହିତ ଥିଲା। କାରଣ ସେ ତ ଗାଲିଲୀୟ।” ସେହି ଲୋକ କହିଲା ଯେ ସେ ଏ ବିଷୟରେ ସମ୍ପୂର୍ଣ୍ଣ ନିଃସନ୍ଦେହ।
60 କିନ୍ତୁ ପିତର କହିଲେ, “ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ।
ପିତର ଏ କଥା କହିବା ବେଳେ ସେହିକ୍ଷଣି କୁକୁଡ଼ାଟିଏ ଡାକିଲା। 61 ତା'ପରେ ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକ ଲୟରେ ଗ୍ଭହିଁଲେ। ପିତରଙ୍କର ମନେ ପଡ଼ିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, “ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହିବ।” 62 ତା'ପରେ ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ଭାବରେ କାନ୍ଦିବାକୁ ଲାଗିଲେ।
2010 by World Bible Translation Center