Revised Common Lectionary (Complementary)
ଇସ୍ରାଏଲର ବ୍ୟବସାୟୀଗଣ କେବଳ ଅର୍ଥ ଉପାର୍ଜନରେ ଆଗ୍ରହୀ
4 ମୋ’ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା
ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,
5 ତୁମ୍ଭେ ବ୍ୟବସାୟୀଗଣ କହୁଛ,
“କେତେବେଳେ ଅମାବାସ୍ୟା ଗତ ହେବ ଓ ଆମ୍ଭେମାନେ ଆମ୍ଭର ଶସ୍ୟ ବୀକ୍ରି କରିବୁ?
ପୁଣି କେତେବେଳେ ବିଶ୍ରାମ ଦିନ ଗତ ହେବ,
ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ?
ଆମ୍ଭେମାନେ ଓଜନର ମାପ କମାଇବୁ
ଏବଂ ଜିନିଷର ମୂଲ୍ୟ ବୃଦ୍ଧି କରିବୁ।
ଆମ୍ଭେମାନେ ତରାଜୁକୁ କମ୍ ବେଶୀକରି
ଲୋକମାନଙ୍କୁ ଠକିବୁ।
6 ଆଉ ଦରିଦ୍ର ଲୋକମାନେ ସେମାନଙ୍କର ଋଣ ପରିଶୋଧ କରି ପାରିବେ ନାହିଁ,
ତେଣୁ ଆମ୍ଭେ ସେମାନଙ୍କୁ କ୍ରୀତଦାସ ରୂପେ କିଣିବୁ।
ସେହି ଅସହାୟ ଲୋକମାନଙ୍କୁ
ଏକହଳ ପାଦୁକା ବଦଳରେ କିଣି ପାରିବୁ।
ହାୟ! ପରିତ୍ୟକ୍ତ ଗହମ ପରି
ସେହି ଦରିଦ୍ର ବ୍ୟକ୍ତିମାନଙ୍କୁ ବୀକ୍ରି କରିବୁ।”
7 ସଦାପ୍ରଭୁ ଯାକୁବର ଗର୍ବକୁ ନେଇ ଶପଥ କରି କହିଲେ,
“ସେହି ଲୋକମାନେ ଯାହା କଲେ ଆମ୍ଭେ କେବେ ତାହା ପାଶୋରି ପାରିବା ନାହିଁ।
113 ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 ଅଦ୍ୟାବଧି ଚିରକାଳ
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
ଦେଖିବାକୁ ତଳକୁ ଗ୍ଭହିଁଲେ।
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ।
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର!
ପରମେଶ୍ୱର ଗ୍ଭହାନ୍ତି ଆମେ ପ୍ରତେକଙ୍କ ପାଇଁ ପ୍ରାର୍ଥନା କରୁ
2 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ। 2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା। 3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ।
4 ପରମେଶ୍ୱର ଗ୍ଭହାନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ୟକୁ ଜାଣନ୍ତୁ। 5 କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ। 6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି। 7 ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହୋଇଥିଲି। ମୁଁ ପ୍ରେରିତ ରୂପେ ମଧ୍ୟ ସେଥିପାଇଁ ମନୋନୀତ ହୋଇଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ୟ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହେବା ପାଇଁ ମନୋନୀତ ହୋଇଥିଲି। ବିଶ୍ୱାସ କରିବା ଓ ସତ୍ୟକୁ ଜାଣିବା ପାଇଁ ମୁଁ ସେମାନଙ୍କୁ ଶିକ୍ଷା ଦିଏ।
ବାସ୍ତବ ଧନ
16 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା। 2 ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, “ମୁଁ ତୁମ୍ଭ ବିରୁଦ୍ଧରେ ଅନେକ କଥା ଶୁଣୁଛି। ତୁମ୍ଭେ ଯାହାସବୁ କରିଛ, ତା'ର ହିସାବ ମୋତେ ଦିଅ। ଏଣିକି ତୁମ୍ଭେ ଆଉ ମୋର ଗୁମାସ୍ତା ହୋଇ ପାରିବ ନାହିଁ।’
3 “ଗୁମାସ୍ତା ଜଣକ ମନେ ମନେ ଭାବିଲା, ‘ଏବେ ମୁଁ କ’ଣ କରିବି? ମୋ’ ମାଲିକ ମୋ’ ଗ୍ଭକିରି ନେଇ ଯାଉଛନ୍ତି। ଗାତ ଖୋଳିବା ପାଇଁ ମୋ’ ପାଖରେ ବଳ ନାହିଁ। ଭିକ ମାଗିଲେ ମୋତେ ଲାଜ ମାଡ଼ିବ।’ 4 ତେବେ ମୋତେ କ’ଣ କରିବାକୁ ହେବ ତା ମୁଁ ଜାଣିଛି। ଯେତେବେଳେ ମୁଁ ଗୁମାସ୍ତା ଗ୍ଭକିରି ହରାଇବି, ସେତେବେଳେ ଯେପରି ଲୋକେ ସେମାନଙ୍କ ଘରେ ମୋର ସ୍ୱାଗତ କରିବେ ସେଥିପାଇଁ ଗୋଟିଏ କାମ ମୁଁ କରିବି।
5 “ତେଣୁ ଗୁମାସ୍ତା ଜଣକ ମାଲିକଙ୍କଠାରୁ ଋଣ ନେଇଥିବା ପ୍ରତ୍ୟେକ ଖାତକଙ୍କୁ ଡାକିଲେ। ସେ ପ୍ରଥମେ ଖାତକଟିକୁ ପଗ୍ଭରିଲେ, ‘ମୋ’ ମାଲିକଙ୍କୁ ତୁମ୍ଭର କେତେ ଦେବାକୁ ଅଛି?’ 6 ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’
7 “ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’
8 “ପରେ ମାଲିକ ସେହି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲେଇ ଦେଲେ। ତାହାଙ୍କ ଭଳି, ଅନ୍ୟଲୋକମାନଙ୍କ ସହିତ ବ୍ୟବସାୟ କରିବାରେ ଏହି ସାଂସାରିକ ଲୋକମାନେ ଆଧ୍ୟାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।
9 “ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ। 10 ଛୋଟ ଛୋଟ ବିଷୟରେ ଯଦି ଜଣକୁ ବିଶ୍ୱାସ କରାଯାଇ ପାରିବ, ତେବେ ତାକୁ ବଡ଼ ବିଷୟ ଗୁଡ଼ିକ ପାଇଁ ମଧ୍ୟ ବିଶ୍ୱାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହୋଇଯାଏ ତେବେ ସେ ଅଧିକ ଜିନିଷ ପାଇଁ ମଧ୍ୟ ଆସାଧୁ ହୋଇଯିବା 11 ତୁମ୍ଭେମାନେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ପାରିବ ନାହିଁ, ତେବେ ତୁମ୍ଭମାନଙ୍କୁ ସତ୍ୟ ସମ୍ପତ୍ତି ପାଇଁ କିଏ ବିଶ୍ୱାସ କରିବ? 12 ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ।
13 “ଜଣେ ସେବକ ଏକା ସଙ୍ଗରେ ଦୁଇଜଣ ମାଲିକଙ୍କ ସେବା କରି ପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ୱସ୍ତ ରହିବ ଓ ଅନ୍ୟ ଜଣକୁ ବେଖାତିରି କରିବ। ତୁମ୍ଭେମାନେ ଏକା ବେଳେ ପରମେଶ୍ୱର ଓ ଧନ ଦୁହିଁଙ୍କ ସେବା କରି ପାରିବ ନାହିଁ।”
2010 by World Bible Translation Center