Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 12

ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।

12 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର,
    କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି।
    ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।
ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି।
    ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।
ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ।
    ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।
ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ।
ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ।
    ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”

କିନ୍ତୁ ସଦାପ୍ରଭୁ କହନ୍ତି,
    “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି।
ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି।
    କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”

ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ।
    ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।

ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ।
    ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି।
    ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।

ହିତୋପଦେଶ 21:10-16

10 ଦୁଷ୍ଟ ଲୋକର ମନ ସର୍ବଦା ଅନିଷ୍ଟ ପାଞ୍ଚେ। ପୁଣି ତା'ର ଦୃଷ୍ଟିରେ ତା'ର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।

11 ନିନ୍ଦକମାନଙ୍କୁ ଦଣ୍ଡ ଦେଲେ, ନିର୍ବୋଧଲୋକ ବୁଦ୍ଧିମାନ୍ ହୁଏ। ମାତ୍ର ବୁଦ୍ଧିମାନଙ୍କୁ ବୁଝାଇ ଦେଲେ ସେ ଆହୁରି ଜ୍ଞାନବାନ୍ ହୁଏ।

12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟରେ ବିବେଚନା କରେ। ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ କିପରି ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।

13 ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡାକ ଶୁଣେ ନାହିଁ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।

14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ। ପୁଣି ଅଣ୍ଟିରେ ଲାଞ୍ଚ ପ୍ରଦାନ ପ୍ରଚଣ୍ଡ କୋପ ଶାନ୍ତ କରେ।

15 ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ। ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।

16 ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ୟୁ ଲୋକ ମଧ୍ୟରେ ଶେଷ ହେବ।

ଲୂକ ଲିଖିତ ସୁସମାଗ୍ଭର 20:45-21:4

ଧର୍ମଶାସ୍ତ୍ରୀମାନଙ୍କ ବିରୁଦ୍ଧରେ ଚେତାବନୀ

(ମାଥିଉ 23:1-36; ମାର୍କ 12:38-40; ଲୂକ 11:37-54)

45 ସବୁଲୋକେ ଯୀଶୁଙ୍କ ଉପଦେଶ ଶୁଣୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, 46 “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ୟଗନ୍ୟ ବ୍ୟକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସେମାନେ ଗ୍ଭହାନ୍ତି। ହାଟବଜାରରେ ଲୋକେ ତାହାଙ୍କୁ ସମ୍ମାନ ଦେଖାନ୍ତୁ ବୋଲି ସେମାନେ ଭଲ ପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କରେ ସବୁଠାରୁ ଶ୍ରେଷ୍ଠ ଆସନଗୁଡ଼ିକ ପାଇବାକୁ ସେମାନେ ଭଲ ପାଆନ୍ତି। ଭୋଜିମାନଙ୍କରେ ସବୁଠାରୁ ପ୍ରଧାନ ଆସନରେ ବସିବାକୁ ସେମାନେ ଭଲ ପାଆନ୍ତି। 47 କିନ୍ତୁ ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ୍ଚ ମନୋଭାବ ଦେଖାନ୍ତି। ସେମାନେ ବିଧବାମାନଙ୍କର ଘରଦ୍ୱାର ଠକି କରି ନେଇ ଥା’ନ୍ତି। ସେମାନେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖେଇ ହେବାକୁ ଚେଷ୍ଟା କରନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦେବେ।”

ପ୍ରକୃତ ଦାନ

(ମାର୍କ 12:41-44)

21 ଯୀଶୁ ଦେଖିଲେ ଯେ କେତେକ ଧନୀଲୋକ ମନ୍ଦିରର ଦାନବାକ୍ସରେ ପରମେଶ୍ୱରଙ୍କ ପାଇଁ ଦାନ ଦେଉଛନ୍ତି। ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସେହି ବିଧବା ଲୋକଟି ଦାନବାକ୍ସରେ ଦୁଇଟି ତମ୍ବା ପଇସା ପକାଇଲା। ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏହି ଗରିବ ବିଧବାଟି କେବଳ ଦୁଇଟି ତମ୍ବା ପଇସା ଦାନ ଦେଲା। କିନ୍ତୁ ପ୍ରକୃତରେ ସେ ଏହି ଧନୀଲୋକମାନଙ୍କଠାରୁ ବହୁତ ଅଧିକ ଦେଲା। ଧନୀଲୋକମାନଙ୍କର ପ୍ରଚୁର ଅର୍ଥ ଅଛି। ସେମାନେ ସେମାନଙ୍କର ଦରକାର ନ ଥିବା ଅର୍ଥ ଦାନ କଲେ। ଏ ସ୍ତ୍ରୀଲୋକଟି ବହୁତ ଗରିବ। କିନ୍ତୁ ସେ ତା'ର ସର୍ବସ୍ୱ ଦାନ କରିଦେଲା। ସେହି ଅର୍ଥ ତା'ର ବଞ୍ଚିବା ପାଇଁ ଦରକାର ଥିଲା।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center