Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 62

ପ୍ରଧାନ ବାଦ୍ୟକର ପାଇଁ ଯିଦୁଥୂନର ରୀତିନୁସାରେ ଦାଉଦଙ୍କର ଗୀତ।

62 ହଁ, ମୋର ହୃଦୟ ଶାନ୍ତ ଭାବରେ ପରମେଶ୍ୱରଙ୍କ ଅପେକ୍ଷା କରେ।
    ମୋର ପରିତ୍ରାଣ ତାଙ୍କଠାରୁ ଆସେ।
ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି।
    ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ।
    ମୁଁ ଧ୍ୱଂସରୁ ନିରାପଦ ରହିବି।

କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆକ୍ରମଣ କରିବ
    ଓ ହତ୍ୟା କରିବାକୁ ଚେଷ୍ଟା କରିବ?
ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ୟ।
    ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।
ମୋର ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ୟକ୍ତିମାନେ
    ମୋତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି।
ସେମାନେ ମୋ’ ବିଷୟରେ ମିଥ୍ୟା କଥା କହି ଆନନ୍ଦିତ ହୁଅନ୍ତି।
    ସେମାନେ ସର୍ବସାଧାରଣରେ ମୋର ବିଷୟରେ ଭଲ କହନ୍ତି,
    କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା

ହେ ମୋର ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ୱରଙ୍କୁ ଅପେକ୍ଷା କର।
    କାରଣ ତାଙ୍କଠାରୁ ମୋର ଆଶା ଆସେ।
ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି।
    ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ।
    ମୁଁ ଧ୍ୱଂସରୁ ନିରାପଦ ରହିବି।
ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ।
    ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।
ହେ ଲୋକମାନେ! ସବୁକାଳେ ପରମେଶ୍ୱରଙ୍କଠାରେ ନିର୍ଭର କର।
    ପରମେଶ୍ୱରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ।
    ପରମେଶ୍ୱର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରୟସ୍ଥଳ। ସେଲା

ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ।
    ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ।
ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି,
    ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
10 ଦୌରାତ୍ମ୍ୟରେ ଭରସା କର ନାହିଁ।
    ଗ୍ଭେରି କରି ଲାଭ କରିବାର ଚିନ୍ତା କର ନାହିଁ,
ଏବଂ ଯଦି ତୁମ୍ଭେ ଧନୀ ହେଲେ
    ତୁମ୍ଭର ଧନ ତୁମ୍ଭକୁ ସାହାଯ୍ୟ କରିବ ବୋଲି ଆଶା କର ନାହିଁ।

11 ପରମେଶ୍ୱର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି:
    “ପରମେଶ୍ୱର ବଳବାନ୍ ଅଟନ୍ତି।”
12 ହେ ମୋର ପ୍ରଭୁ, ତୁମ୍ଭର ପ୍ରେମ ହିଁ ପ୍ରକୃତ।
    ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।

ହୋଶେୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 12:2-14

ସଦାପ୍ରଭୁ କୁହନ୍ତି, “ଆମ୍ଭର ଯିହୁଦା ବିପକ୍ଷରେ ଏକ ଯୁକ୍ତି ଅଛି। ଯାକୁବ ତା'ର କୁପଥଗୁଡ଼ିକ ପାଇଁ ନିଶ୍ଚିତ ଭାବରେ ଦଣ୍ତ ପାଇବ। ସେ ମନ୍ଦକାର୍ଯ୍ୟ ପାଇଁ ସେ ନିଶ୍ଚିତ ଭାବରେ ଦଣ୍ତିତ ହେବ। ଯାକୁବ ମାତୃଗର୍ଭରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ଯୁବକ ଥିଲା ଏବଂ ସେତେବେଳେ ସେ ପରମେଶ୍ୱରଙ୍କ ସହିତ ଲଢ଼ୁଥିଲା। ଯାକୁବ ପରମେଶ୍ୱରଙ୍କ ଦୂତ ସହିତ ମଲ୍ଲଯୁଦ୍ଧ କରୁଥିଲା ଏବଂ ଜିତୁଥିଲା। ସେ ଚିତ୍କାର କରି ପ୍ରଭୁକୃପା ମାଗୁଥିଲା। ଏହା ବୈଥ‌‌ଲ୍‌‌‌‌ରେ ଘଟିଥିଲା। ସେହିସ୍ଥାନରେ ସେ ପରମେଶ୍ୱରଙ୍କୁ ପାଇଲା ଓ ତାଙ୍କ ସହିତ କଥା ହେଲା। ହଁ, ସଦାପ୍ରଭୁ ସୈନ୍ୟବାହିନୀର ପରମେଶ୍ୱର ଅଟନ୍ତି। ତାଙ୍କର ନାମ ସଦାପ୍ରଭୁ। ତେଣୁ ତୁମ୍ଭେମାନେ ସେହି ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ତାଙ୍କ ପ୍ରତି ବିଶ୍ୱସ୍ତ ହୁଅ। ଠିକ୍ କାର୍ଯ୍ୟ କର। ସର୍ବଦା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ।

“ଯାକୁବ ଜଣେ ପ୍ରକୃତ ବ୍ୟବସାୟୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ୟ ଠକେ। ଏପରିକି ତାଙ୍କ ନିକିତି ମଧ୍ୟ ମିଛ କହେ। ଇଫ୍ରୟିମ କହିଲେ, ‘ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ୟକ୍ତି ମୋର ଅପରାଧ ଜାଣିବ ନାହିଁ। କେହି ମଧ୍ୟ ମୋର ପାପ ଜାଣି ପାରିବ ନାହିଁ।’

“ମିଶରରେ ଥିବା ସମୟରୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ତୁମ୍ଭେମାନେ ଉତ୍ସବ ଦିନରେ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ତମ୍ବୁରେ ରଖିବା। 10 ଆମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭମାନଙ୍କୁ ଏବଂ ସେମାନଙ୍କୁ ବହୁ ଦର୍ଶନ ଦେଲୁ। ଆମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭକୁ ଦୃଷ୍ଟାନ୍ତ କଥା ଦେଲୁ। 11 ଯେହେତୁ ଗିଲିୟଦରେ ସେମାନେ ବହୁତ ଦୁଷ୍ଟ, ସେମାନେ କିଛି ହୋଇ ପାରିବେ ନାହିଁ। କାରଣ ଗି‌‌ଲ୍‌‌‌‌ଗ‌‌ଲ୍‌‌‌‌ରେ ସେମାନେ ଷଣ୍ଢକୁ ବଳିଦାନ ଦିଅନ୍ତି। ଖୋଲା ପଡ଼ିଆରେ ପଥର ଗଦା ପରି ସେମାନଙ୍କର ଯଜ୍ଞବେଦିଗୁଡ଼ିକ ହେବ।

12 “ଯାକୁବ ଅରାମ ରାଜ୍ୟକୁ ପଳାଇଲେ। ସେହି ସ୍ଥାନରେ ଇସ୍ରାଏଲ ଗୋଟିଏ ସ୍ତ୍ରୀ ପାଇଁ କାର୍ଯ୍ୟ କରୁଥିଲେ। ସେ ଅନ୍ୟ ସ୍ତ୍ରୀ ପାଇବାକୁ ମେଷ ରଖିଲେ। 13 କିନ୍ତୁ ସଦାପ୍ରଭୁ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ରଖିଲେ ଏବଂ ମିଶରରୁ ଇସ୍ରାଏଲକୁ ନେଇ ଆସିଲେ। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଲଗାଇ ଇସ୍ରାଏଲକୁ ନିରାପଦ ରଖିଲେ। 14 କିନ୍ତୁ ଇଫ୍ରୟିମ ସଦାପ୍ରଭୁଙ୍କୁ ରଗାଇବାର କାରଣ ହେଲା। ଇଫ୍ରୟିମ ବହୁ ଲୋକଙ୍କୁ ହତ୍ୟା କଲା। ତେଣୁ ସେ ତା'ର ଦୋଷ ପାଇଁ ଦଣ୍ତିତ ହେବ। ସେମାନଙ୍କର ମୁନିବ ପରମେଶ୍ୱର ସେହି ଅପମାନ ସେମାନଙ୍କୁ ସହ୍ୟ କରାଇବେ।”

ମାଥିଉ ଲିଖିତ ସୁସମାଗ୍ଭର 19:16-22

ଜଣେ ଧନୀଲୋକ ଯୀଶୁଙ୍କୁ ଅନୁସରଣ କରିବା ପାଇଁ ମନାକଲା

(ମାର୍କ 10:17-31; ଲୂକ 18:18-30)

16 ଜଣେ ଲୋକ ଆସି ଯୀଶୁଙ୍କୁ ପଗ୍ଭରିଲା, “ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ୍?”

17 ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”

18 ଲୋକ ଜଣକ ପଗ୍ଭରିଲା, “କେଉଁ ଆଦେଶ?”

ଯୀଶୁ ଉତ୍ତର ଦେଲେ, “‘ତୁମ୍ଭେ କାହାରିକୁ ହତ୍ୟା କରିବ ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ଅନ୍ୟ ଲୋକଙ୍କ ବିଷୟରେ ମିଛ କୁହ ନାହିଁ।’ 19 ନିଜ ପିତାମାତାଙ୍କୁ ସମ୍ମାନ ଦେବ(A) ଓ ‘ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସେହିପରି ଭଲ ପାଇବ।’(B)’’

20 ଯୁବକଟି କହିଲା, “ମୁଁ ଏ ସବୁକଥା ମାନିଛି। ଏବେ ମୋ’ ପାଖରେ ଆଉ କ’ଣ ଅଭାବ ରହିଛି?”

21 ଯୀଶୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଗ୍ଭହୁଁଛ, ତେବେ ଯାଅ ଏବଂ ତୁମ୍ଭ ପାଖରେ ଥିବା ସବୁକିଛି ବିକି ସେ ଧନ ଗରିବମାନଙ୍କୁ ବାଣ୍ଟିଦିଅ। ତା'ହେଲେ ସ୍ୱର୍ଗରେ ତୁମ୍ଭକୁ ଅପାର ଧନ ମିଳି ପାରିବ। ତା'ପରେ ଆସ ଓ ମୋର ଅନୁସରଣ କର।”

22 ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center