Revised Common Lectionary (Complementary)
ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।
3 “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି।
ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
2 ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି।
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା
3 କିନ୍ତୁ ହେ ସଦାପ୍ରଭୁ,
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ।
ତୁମ୍ଭେ ମୋର ମହିମା।
ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।
4 ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି
ଏବଂ ସେ ତାହାଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। ସେଲା
5 ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି,
କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
6 ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା
ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।
7 ହେ ସଦାପ୍ରଭୁ, ତୁମ୍ଭେ ଉଠ!
ହେ ପରମେଶ୍ୱର, ତୁମ୍ଭେ ଆସ ଓ ମୋତେ ରକ୍ଷା କର।
ତୁମ୍ଭେ ଅତି ବଳଶାଳୀ ଅଟ।
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ,
ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।
8 ହେ ସଦାପ୍ରଭୁ, ଶେଷରେ ତୁମ୍ଭର ହିଁ ବିଜୟ ହେବ।
ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର। ସେଲା
ହବକ୍କୂକଙ୍କୁ ପରମେଶ୍ୱରଙ୍କ ଉତ୍ତର
5 ସଦାପ୍ରଭୁ ଉତ୍ତର ଦେଲେ, “ଅନ୍ୟ ଗୋଷ୍ଠୀଗୁଡ଼ିକୁ ଗ୍ଭହଁ। ସେମାନଙ୍କୁ ଲକ୍ଷ୍ୟ କର ଏବଂ ତୁମ୍ଭେ ଆଶ୍ଚର୍ଯ୍ୟାନ୍ୱିତ ହେବ। ତୁମ୍ଭର ଜୀବନ କାଳ ମଧ୍ୟରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ଯ୍ୟାନ୍ୱିତ କରିବ। ଯଦି କେହି ତୁମ୍ଭକୁ କହେ, କ’ଣ ହେବାକୁ ଯାଉଥିଲା, ତୁମ୍ଭେ କେବେ ବିଶ୍ୱାସ କରି ନ ଥା’ନ୍ତ। 6 ଆମ୍ଭେ ବାବିଲନୀୟମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀରେ ପରିଣତ କରିବା। ସେହି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର ଯୋଦ୍ଧା। ସେମାନେ ସମଗ୍ର ପୃଥିବୀରେ ମାଡ଼ିଯିବେ। ସେମାନେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡ଼ିକୁ ଅଧିକାର କରିବେ। 7 ବାବିଲୀୟମାନେ ଅନ୍ୟ ଲୋକମାନଙ୍କୁ ଭୟଭୀତ କରାଇବେ। ସେମାନେ ନିଜ ପାଇଁ ଆଇନ୍ ତିଆରି କରିବେ ଏବଂ ନିଜ ପାଇଁ ବ୍ୟବହାର କରିବେ। 8 ସେମାନଙ୍କର ଘୋଡ଼ାଗୁଡ଼ିକ ଚିତାବାଘଠାରୁ ଦ୍ରୁତଗାମୀ ହେବେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳରେ ହେବେ। ସେମାନଙ୍କର ସୈନ୍ୟମାନେ ଘୋଡ଼ା ଚଢ଼ି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପରେ ଝାମ୍ପ ମାରିଲା ପରି ସେମାନେ ଦ୍ରୁତ ବେଗରେ ଶତ୍ରୁଙ୍କୁ ଆକ୍ରମଣ କରିବେ। 9 ସେମାନେ କେବଳ ଯୁଦ୍ଧ କରିବାକୁ ଗ୍ଭହାନ୍ତି। ସେମାନଙ୍କର ସୈନ୍ୟମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି।
10 “ବାବିଲ ସୈନ୍ୟମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସେମାନଙ୍କ ପାଇଁ ଉପହାସର ପାତ୍ର ହେବେ। ସେମାନେ ସୁଦୃଢ଼ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସେମାନେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସେହିସବୁ ନଗରକୁ କରାୟତ କରିବେ। 11 ତା'ପରେ ସେମାନେ ପବନ ପରି ଗତିରେ ଯିବେ। ସେମାନେ ଦୋଷୀ ଅଟନ୍ତି ଯେ, ସେମାନେ ତାଙ୍କର ନିଜର ଶକ୍ତିକୁ ପୂଜା କରନ୍ତି।”
ହବକ୍କୂକର ଦ୍ୱିତୀୟ ଅଭିଯୋଗ
12 ତା'ପରେ ହବକ୍କୂକ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ।
ତୁମ୍ଭେ ଏକମାତ୍ର ପବିତ୍ର ଅଟ, ଯିଏ କେବେ ଅନ୍ତର୍ହିତ କରିବ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ବିଗ୍ଭର କରିବା ପାଇଁ ନିଯୁକ୍ତି କଲ କି?
ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦେବା ପାଇଁ ତୁମ୍ଭେ ସେମାନଙ୍କୁ ପଠାଇଲ କି?
13 ତୁମ୍ଭର ଚକ୍ଷୁଗୁଡ଼ିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖି ପାରିବ ନାହିଁ।
ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ୟ କରି ପାରିବ ନାହିଁ।
ତେଣୁ କିପରି ସେହି ମନ୍ଦ ଲୋକମାନେ ଜୟ କରିବାର ତୁମ୍ଭେ ଦେଖି ପାରିବ?
କାହିଁକି ତୁମ୍ଭେ ପ୍ରତିକ୍ରିୟା କରୁ ନାହଁ, ଯେତେବେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?
14 “ତୁମ୍ଭେ ସମୁଦ୍ରର ମାଛ ସଦୃଶ ଲୋକମାନଙ୍କୁ ତିଆରି କରିଛ
ସେମାନେ ବିନା ନେତାରେ ସମୁଦ୍ରର ଛୋଟ ପ୍ରାଣୀ ସଦୃଶ।
15 ଶତ୍ରୁ ଆଙ୍କୁଡ଼ି ଓ ଜାଲ ସାହାଯ୍ୟରେ ସେମାନଙ୍କୁ ଧରେ।
ସେମାନେ ସେମାନଙ୍କୁ ଜାଲରେ ଧରି
ଖୁସୀ ହୁଅନ୍ତି।
16 ତା'ର ଜାଲ ତାକୁ ଧନୀଲୋକ ପରି ଚଳିବାରେ ସାହାଯ୍ୟ କରେ
ଏବଂ ଉତ୍ତମ ଖାଦ୍ୟ ଯୋଗାଏ।
ତେଣୁ ଶତ୍ରୁ ତା'ର ଜାଲକୁ ପୂଜା କରେ।
ସେ ତା'ର ଜାଲକୁ ସମ୍ମାନ ଦେବାକୁ ବଳିଦାନ ଓ ଧୂପ ଦିଏ।
17 ଏ ନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ
ଓ ସେ କ’ଣ ରାଜ୍ୟକୁ ଦୟା ନ ଦେଖାଇ ଧ୍ୱଂସ ସାଧନ କରି ଗ୍ଭଲିଥିବ?
ବିଶ୍ୱାସ ଓ ଜ୍ଞାନ
2 ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍। 3 କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ। 4 ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ।
5 କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା'ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ। 6 କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି। 7-8 ସନ୍ଦେହୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟରେ ନିଷ୍ପତ୍ତି ନେଇପାରେ ନାହିଁ। ସେଭଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ୍ ନୁହେଁ।
ପ୍ରକୃତ ଧନ
9 ଯଦି ଜଣେ ବିଶ୍ୱାସୀ ଗରିବ ହୋଇଥାଏ, ତେବେ ପରମେଶ୍ୱର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ୍। 10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ। 11 ସୂର୍ଯ୍ୟ ଉଦୟ ହୋଇ ଅଧିକ ଉତ୍ତପ୍ତ କରେ। ସୂର୍ଯ୍ୟର ଉତ୍ତାପ ଗ୍ଭରା ଗଛଟିକୁ ଶୁଖେଇ ଦିଏ। ଫୁଲ ଝଡ଼ି ଯାଏ। ସେହି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ୟ ଠିକ୍ ସେହିଭଳି। ସେ ତାହାର ବ୍ୟବସାୟ ଲାଗି ଯୋଜନା କରୁଥିବା ବେଳେ ମରିଯିବ।
2010 by World Bible Translation Center