Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 111

111 ସଦାପ୍ରଭୁଙ୍କର ପ୍ରଶଂସା କର।

ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
    ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
    ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
    ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
    ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
    ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
    ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
    ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
    ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
    ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
    ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
    ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
    ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।

ଗଣନା ପୁସ୍ତକ 12:1-15

ମରିୟମ ଓ ହାରୋଣଙ୍କର ମୋଶାଙ୍କ ବିଷୟରେ ଅଭିଯୋଗ

12 ମୋଶା ଏକ କୁଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିୟମ ଓ ହାରୋଣ ସେହି କୁଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ। ସେମାନେ କହିଲେ, “ସଦାପ୍ରଭୁ କ’ଣ ମୋଶାଙ୍କ ସହିତ କେବଳ କଥା କହିଅଛନ୍ତି? ସେ କ’ଣ ଆମ୍ଭମାନଙ୍କ ସହିତ କଥା କହି ନାହାନ୍ତି?”

ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। ମୋଶା ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧ୍ୟରେ ଅତି ନମ୍ର ଥିଲେ। ହଠାତ୍ ସଦାପ୍ରଭୁ ମୋଶାଙ୍କୁ, ହାରୋଣଙ୍କୁ, ମରିୟମଙ୍କୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ।”

ତହୁଁ ସେ ତିନି ଜଣ ବାହାର ହୋଇ ଆସିଲେ। ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ-ତମ୍ବୁ ନିକଟରେ ଛିଡ଼ା ହେଲେ। ସେ ଡାକିଲେ, “ହାରୋଣ ଓ ମରିୟମ!” ତହୁଁ ସେମାନେ ବାହାର ହୋଇ ଆସିଲେ। ସଦାପ୍ରଭୁ କହିଲେ, “ମୋର ବାକ୍ୟ ଶୁଣ, ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟ‌ଦ୍‌ବକ୍ତା ଥାଏ, ତେବେ ମୁଁ ସଦାପ୍ରଭୁ ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ୱପ୍ନଦ୍ୱାରା ତାହା ସହିତ କଥା କହିବି। ମାତ୍ର ମୋଶା ମୋର ସେବକ, ସେପରି ନୁହେଁ। ସେ ହିଁ ମୋର ସମଗ୍ର ଗୃହରେ ଜଣେ ସବୁଠାରୁ ବିଶ୍ୱସ୍ତ ଅଟେ। ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?”

ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ। 10 ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।

11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ମହାଶୟ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ; ଏଣୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ। 12 ମାତାର ଗର୍ଭରୁ ନିର୍ଗତ ହେଲାବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।”

13 ତେଣୁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”

14 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତା'ର ପିତା ତା'ର ମୁହଁରେ ଛେପ ପକାଇଥା’ନ୍ତା, ସେ କ’ଣ ସାତ ଦିନ ଲଜ୍ଜିତା ହୋଇ ନ ଥା’ନ୍ତା? ତେଣୁ ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ, ଅନ୍ୟମାନଙ୍କଠାରୁ ରୁଦ୍ଧା ହୋଇ ରହୁ, ତା'ପରେ ସେ ଛାଉଣି ଭିତରକୁ ଆସି ପାରିବ।”

15 ତହୁଁ ମରିୟମ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ଯାଏ ଲୋକମାନେ ଯାତ୍ରା କଲେ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 5:12-16

ଯୀଶୁ ଗୋଟିଏ କୁଷ୍ଠ ରୋଗୀକୁ ସୁସ୍ଥ କଲେ

(ମାଥିଉ 8:1-4; ମାର୍କ 1:40-45)

12 ଥରେ ଯୀଶୁ ଗୋଟିଏ ନଗରରେ ଥିଲେ। ସେଠାରେ ଦେହସାରା କୁଷ୍ଠ ହୋଇ ଯାଇଥିବା ଲୋକଟିଏ ରହୁଥିଲା। ଯେତେବେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, “ହେ ପ୍ରଭୁ! ମୋତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛା କଲେ ମୋତେ ସୁସ୍ଥ କରିଦେଇ ପାରିବ।”

13 ଯୀଶୁ ହାତ ବଢ଼େଇ ସେହି ଲୋକଟିକୁ ଛୁଇଁ କରି କହିଲେ, “ମୁଁ ଇଚ୍ଛା କରୁଅଛି ତୁମ୍ଭେ ସୁସ୍ଥ ହୋଇ ଯାଅ।” ତ‌ତ୍‌କ୍ଷଣାତ୍ ତାହାଙ୍କଠାରୁ କୁଷ୍ଠରୋଗ ଦୂର ହୋଇଗଲା। 14 ଯୀଶୁ ତାହାକୁ ଆଦେଶ ଦେଲେ, “ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦେହ ତାହାଙ୍କୁ ଦେଖାଅ। ତୁମ୍ଭେ ସୁସ୍ଥ ହୋଇଯାଇଥିବା ଯୋଗୁଁ ମୋଶାଙ୍କ ଆଦେଶ ଅନୁସାରେ ପରମେଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖେଇଦେବ ଯେ ତୁମ୍ଭେ ସୁସ୍ଥ ହୋଇ ଯାଇଛ।”

15 କିନ୍ତୁ ଯୀଶୁଙ୍କ ବିଷୟରେ ଖବର ଆହୁରି ଅଧିକରୁ ଅଧିକ ବ୍ୟାପିଗଲା। ଅନେକ ଲୋକ ଉପଦେଶ ଶୁଣିବାକୁ ଓ ରୋଗରୁ ସୁସ୍ଥ ହେବାକୁ ତାହାଙ୍କ ପାଖକୁ ଆସୁଥିଲେ। 16 କିନ୍ତୁ ଯୀଶୁ ପ୍ରାର୍ଥନା କରିବା ପାଇଁ ଅଧିକାଂଶ ସମୟରେ କୌଣସି ନିର୍ଜନ ସ୍ଥାନକୁ ଗ୍ଭଲି ଯାଉଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center