Revised Common Lectionary (Complementary)
ନାମାନଙ୍କ ସମସ୍ୟା
5 ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।
2 ଅରାମୀୟମାନେ ସୈନ୍ୟଦଳ ଦ୍ୱାରା ଇସ୍ରାଏଲ ବିରୁଦ୍ଧରେ ଲଢ଼ୁଥିଲେ। ସେମାନେ ସେମାନଙ୍କର ଦାସ କରିବାକୁ ଇସ୍ରାଏଲରୁ ଘେନି ଆସୁଥିଲେ। ଏକ ସମୟରେ ସେମାନେ ଗୋଟିଏ ଛୋଟ ବାଳିକା ନେଇ ଆସିଥିଲେ। ସେହି ବାଳିକାଟି ନାମାନଙ୍କ ଭାର୍ଯ୍ୟାର ଦାସୀ ହେଲା। 3 ଅନନ୍ତର ସେହି ବାଳିକା ନିଜର କର୍ତ୍ତାଙ୍କୁ କହିଲା, “ମୁଁ ଆଶା କରୁଛି ମୋର ମହାଶୟ ନାମାନ୍ ଯଦି ଭବିଷ୍ୟଦ୍ବକ୍ତା ଇଲୀଶାୟଙ୍କୁ ସାକ୍ଷାତ୍ କରନ୍ତି, ଯେ ବର୍ତ୍ତମାନ ଶମରିୟାରେ ବାସ କରୁଛନ୍ତି। ସେ ନିଶ୍ଚୟ ତାଙ୍କୁ ଏହି କୁଷ୍ଠରୋଗରୁ ଆରୋଗ୍ୟ କରିବେ।”
7 ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”
8 ଏହା ପରେ ପରମେଶ୍ୱରଙ୍କ ଲୋକ ଇଲୀଶାୟ ଶୁଣିଲେ ଯେ ଇସ୍ରାଏଲର ରାଜା ନିଜର ବସ୍ତ୍ର ଚିରିଛନ୍ତି, ସେ ଗୋଟିଏ ବାର୍ତ୍ତା ରାଜାଙ୍କ ନିକଟକୁ ପଠାଇ କହିଲେ, “ତୁମ୍ଭେ କାହିଁକି ନିଜର ବସ୍ତ୍ର ଚିରିଲ। ନାମାନ୍ ମୋ’ ନିକଟକୁ ଆସୁ, ତାହାହେଲେ ଇସ୍ରାଏଲରେ ଭବିଷ୍ୟଦ୍ବକ୍ତା ଅଛନ୍ତି, ସେ ଜାଣିବ।”
9 ତେଣୁ ନାମାନ୍ ନିଜର ଅଶ୍ୱ ଓ ରଥାଦି ସହିତ ଇଲୀଶାୟଙ୍କ ଗୃହକୁ ଆସିଲେ। ସେ ଦ୍ୱାର ନିକଟରେ ଠିଆ ହେଲେ। 10 ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, “ଯାଅ, ଯର୍ଦ୍ଦନ ନଦୀରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
11 ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା। 12 ଇସ୍ରାଏଲର ସମସ୍ତ ଜଳ ଅପେକ୍ଷା ଦମ୍ମେଶକର ଅବାନା ଓ ପର୍ପର ନଦୀଗଣର ଜଳ ଅଧିକ ଭଲ ନୁହେଁ କି? ମୁଁ ଦମ୍ମେଶକର ସେ ନଦୀରେ ସ୍ନାନ କରି କାହିଁକି ଶୁଚି ନ ହେବି?” ତେଣୁ ସେ ରାଗି ଗ୍ଭଲିଗଲେ।
13 କିନ୍ତୁ ନାମାନ୍ର ଦାସମାନେ ତାଙ୍କ ନିକଟକୁ ଆସି କହିଲେ, “ହେ ପିତା, ଯଦି ଭବିଷ୍ୟଦ୍ବକ୍ତା କିଛି ବଡ଼ କରିବାକୁ ତୁମ୍ଭକୁ କହିଲେ, ତୁମ୍ଭେ କ’ଣ ତାହା କରି ନ ଥା’ନ୍ତ? ତେଣୁ ଦୟାକରି ତାଙ୍କ କଥାମାନ ଯଦିଓ ସେ ତୁମ୍ଭକୁ ଏକ ସହଜ ଜିନିଷ କରିବାକୁ କହୁଛି। ତାଙ୍କର ଉପଦେଶ ଅନୁସାରେ ‘ସ୍ନାନ କର ଏବଂ ଶୁଚି ହୁଅ।’”
14 ତେଣୁ ନାମାନ୍ ପରମେଶ୍ୱରଙ୍କ ଲୋକର ବାକ୍ୟାନୁସାରେ ଗଲେ ଓ ଯର୍ଦ୍ଦନ ନଦୀରେ ନିଜକୁ ସାତଥର ବୁଡ଼ାଇଲେ। ଏଥିରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ୟ କୋମଳ ହେଲା।
15 ଏହା ପରେ ନାମାନ୍ ଓ ତା'ର ସମସ୍ତ ସାଥୀ ଲୋକମାନେ ଫେରି ଆସି ପରମେଶ୍ୱରଙ୍କ ଲୋକ ଇଲୀଶାୟ ସମ୍ମୁଖରେ ଆସି ଛିଡ଼ା ହେଲେ ଓ କହିଲେ, “ଦେଖନ୍ତୁ, ମୁଁ ଏବେ ବୁଝିଲି ଇସ୍ରାଏଲର ପରମେଶ୍ୱରଙ୍କ ଛଡ଼ା ସମଗ୍ର ପୃଥିବୀରେ ଆଉ ପରମେଶ୍ୱର କେହି ନାହାନ୍ତି। ତେଣୁ ମୁଁ ବିନୟ କରି କହୁଛି, ଆପଣ ଏ ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
111 ସଦାପ୍ରଭୁଙ୍କର ପ୍ରଶଂସା କର।
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।
8 ଯୀଶୁ ଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦ[a]ଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ୟୁପରେ ପୁନଃ ଜୀବିତ ହୋଇଉଠିଲେ। 9 ଏହି ସୁସମାଗ୍ଭର ମୁଁ ଲୋକଙ୍କୁ ଶୁଣାଏ। ସେହି ସୁସମାଗ୍ଭର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳିରେ ବନ୍ଧା ମଧ୍ୟ ହୋଇଛି। 10 ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ।
11 ଏହି ଶିକ୍ଷା ସତ୍ୟ ଅଟେ:
ଯଦି ଆମ୍ଭେ ତାହାଙ୍କ ସହିତ ମରୁ,
ତା'ହେଲେ ଆମ୍ଭେ ତାହାଙ୍କ ସହିତ ବଞ୍ଚିବା।
12 ଯଦି ଆମ୍ଭେ ଯାତନା ସହିବା,
ତା'ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା।
ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା,
ତା'ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।
13 ଯଦି ଆମ୍ଭେ ବିଶ୍ୱସ୍ତ ନ ହେଉ,
ତଥାପି ସେ ବିଶ୍ୱସ୍ତ ହୋଇ ରହିବେ।
କାରଣ ସେ ନିଜ ପାଇଁ ଅସତ୍ ହୋଇପାରିବେ ନାହିଁ।
ଜଣେ ଅନୁମୋଦିତ କାର୍ଯ୍ୟକାରୀ
14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ। 15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସତ୍ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।
କୃତଜ୍ଞ ହୁଅ
11 ଯୀଶୁ ଯିରୁଶାଲମ ଯାତ୍ରା କରୁଥିଲେ। ସେ ଗାଲିଲୀରୁ ଶମିରୋଣକୁ ଗଲେ। 12 ସେ ଗୋଟିଏ ଛୋଟ ନଗରକୁ ଆସିଲେ। ସେଠାରେ ତାହାଙ୍କୁ ଦଶ ଜଣ ଲୋକ ଭେଟିଲେ। ସେହି ସମସ୍ତଙ୍କର କୁଷ୍ଠରୋଗ ହୋଇଥିବାରୁ ସେମାନେ କେହି ଯୀଶୁଙ୍କର ଅତି ପାଖକୁ ଆସି ପାରିଲେ ନାହିଁ। 13 କିନ୍ତୁ ସେମାନେ ଯୀଶୁଙ୍କୁ ପାଟି କରି ଡାକିଲେ, “ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାଯ୍ୟ କର।”
14 ଯୀଶୁ ଲୋକମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ଦେହକୁ ଯାଜକମାନଙ୍କୁ ଦେଖାଅ।”
ସେହି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲାବେଳେ ସୁସ୍ଥ ହୋଇଗଲେ। 15 ଜଣେ ଲୋକ ନିଜକୁ ସୁସ୍ଥ ହୋଇ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫେରି ଆସିଲା। ସେ ବଡ଼ ପାଟିକରି ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା 16 ସେ ଯୀଶୁଙ୍କ ପାଦତଳେ ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନ ଥିଲା, 17 ଯୀଶୁ ଉତ୍ତର ଦେଲେ, “ଦଶ ଜଣ ଲୋକ ସୁସ୍ଥ ହେଲେ, ତେବେ ଅନ୍ୟ ନଅ ଜଣ କାହାନ୍ତି? 18 ସୁସ୍ଥ ହୋଇ ସାରିବା ପରେ ପୁଣି ଫେରି ଆସି ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଇବା ପାଇଁ କ’ଣ ଏହି ଶମିରୋଣୀୟ ଜଣକ କେବଳ ଥିଲା?” 19 ତା'ପରେ ଯୀଶୁ ତାହାକୁ କହିଲେ, “ଠିଆ ହୁଅ। ତୁମ୍ଭେ ଏବେ ଯାଅ। ତୁମ୍ଭର ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଭଲ ହୋଇଗଲ।”
2010 by World Bible Translation Center