Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 61

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ।

61 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ।
    ମୋର ପ୍ରାର୍ଥନାରେ ମନୋଯୋଗ କର।
ମୁଁ ଯେତେବେଳେ ଭୟଭୀତ ହୁଏ,
    ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ।
ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା
    ନିରାପଦ ସ୍ଥାନକୁ ନେଇଯାଅ।
ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ!
    ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।

ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ।
    ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି। ସେଲା

ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି।
    ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।

ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର।
    ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।
ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ।
    ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି
    ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।

ରାଜାବଳୀର ଦ୍ୱିତୀୟ ପୁସ୍ତକ 5:19-27

19 ତା'ପରେ ଇଲୀଶାୟ ନାମା‌ନଙ୍କୁ କହିଲେ, “ଶାନ୍ତିରେ ଯାଅ।”

ତେଣୁ ନାମାନ୍ ଇଲୀଶାୟଙ୍କୁ ଛାଡ଼ି ଅଳ୍ପଦୂର ଗଲେ। 20 କିନ୍ତୁ ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କ ଦାସ ଗିହେଜୀ କହିଲା, “ଦେଖ, ମୋର ପ୍ରଭୁ ଇଲୀଶାୟ ଏହି ଅରାମୀୟ ନାମା‌ନ୍‌ଠାରୁ କୌଣସି ଉପହାର ଗ୍ରହଣ କଲେ ନାହିଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଶପଥ କରୁଛି, ଏହା ପଛେ ପଛେ ଯାଇ ତାହାଠାରୁ କିଛି ନେବି।” 21 ତେଣୁ ଗିହେଜୀ ନାମାନଙ୍କୁ ଅନୁସରଣ କଲା।

ନାମାନ୍ ଦେଖିଲେ କେହି ଜଣେ ତାଙ୍କର ପଛରେ ଦୌଡ଼ୁଛି। ତେଣୁ ସେ ରଥରୁ ଓହ୍ଲାଇ ତାଙ୍କୁ ଅଭିନନ୍ଦନ କଲେ ଓ ପଗ୍ଭରିଲେ, “ସମସ୍ତ କୁଶଳତ?”

22 ଏହା ପରେ ଗିହେଜୀ କହିଲା, “ହଁ, ସବୁ କୁଶଳ। ମୋର ମହାଶୟ ଇଲୀଶାୟ ମୋତେ ତୁମ୍ଭକୁ କହିବାକୁ ପଠାଇଛନ୍ତି, ‘ଦେଖ ଏହିକ୍ଷଣି ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁତ୍ରଗଣ ମଧ୍ୟରୁ ଦୁଇଜଣ ଯୁବକ ଆସିଲେ, ମୁଁ ବିନୟ କରୁଛି ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”

23 ଏଥିରେ ନାମାନ୍ କହିଲେ, “ଅନୁଗ୍ରହପୂର୍ବକ ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ଗିହେଜୀକୁ ବହୁ ଅନୁରୋଧ କଲେ ରୂପା ନେବାକୁ। ସେ ଦୁଇ ତଳାନ୍ତ ରୂପା ରହିଥିବା ଦୁଇଟି ଥଳୀ ନେଲା ଏବଂ ଦୁଇ ଶହ ସାଜ ପୋଷାକ ନେଲା। ନାମାନ ଏସବୁ ଜିନିଷଗୁଡ଼ିକୁ ଗିହେଜୀର ଦୁଇ ଯୁବକ ସାହାଯ୍ୟକାରୀଗଣଙ୍କୁ ଦେଲା ଏବଂ ସେମାନେ ଏହିସବୁ ଗିହେଜୀ ଆଗରେ ବହନ କରି ନେଲେ। 24 ଗିହେଜୀ ଉପପର୍ବତ ନିକଟରେ ପହଞ୍ଚି ସେମାନଙ୍କଠାରୁ ସମସ୍ତ ଦ୍ରବ୍ୟ ନେଇ ଗୃହ ଭିତରେ ଲୁଗ୍ଭଇ ରଖିଲା ଓ ସେହି ଦୁଇଜଣ ଦାସଙ୍କୁ ବିଦାୟ ଦେବାରୁ ସେମାନେ ଗ୍ଭଲିଗଲେ।

25 ଏହା ପରେ ସେ ଭିତରକୁ ଯାଇ ଆପଣା ମହାଶୟ ସମ୍ମୁଖରେ ଛିଡ଼ା ହେଲା। ତହୁଁ ଇଲୀଶାୟ ଗିହେଜୀକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?”

ଗିହେଜୀ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”

26 ଏଥିରେ ଇଲୀଶାୟ ତାକୁ କହିଲେ, “ଏହା ସତ୍ୟ ନୁହେଁ କି? ସେ ଲୋକ ତୁମ୍ଭକୁ ଭେଟିବାକୁ ଯେତେବେଳେ ନିଜ ରଥରୁ ଫେରି ଆସିଲା, ସେତେବେଳେ ମୋର ଅନ୍ତଃକରଣ ତୁମ୍ଭ ସାଥୀରେ ଥିଲା? ଅର୍ଥ, ବସ୍ତ୍ର, ତୈଳ, ଦ୍ରାକ୍ଷା, ମେଷ, ଗୋରୁ ଓ ଦାସ-ଦାସୀ ଗ୍ରହଣ କରିବାର ତାହା କ’ଣ ସମୟ ନୁହେଁ? 27 ଏଣୁ ନାମା‌ନ୍‌ର ଚର୍ମ ରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶଠାରେ ଚିରକାଳ ପର୍ଯ୍ୟନ୍ତ ଲାଗି ରହିବ।”

ତୁରନ୍ତ ଗିହେଜୀର ଶରୀର ବରଫ ଚର୍ମ ରୋଗ ସହିତ ଧବଳ ପାଲଟିଗଲା ଓ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।

ଏଫିସୀୟଙ୍କ ପ୍ରତି ପତ୍ର 6:10-20

ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ

10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। 11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। 12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। 13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।

14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ। 15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ। 16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ। 17 ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖ‌‌ଡ଼୍‌ଗ ଗ୍ରହଣ କର, ସେହି ଖ‌‌ଡ଼୍‌ଗ ହେଉଛି ପରମେଶ୍ୱରଙ୍କ ଉପଦେଶ। 18 ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

19 ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ। 20 ମୋର କାମ ହେଉଛି, ସୁସମାଗ୍ଭର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘରେ ମଧ୍ୟ କରୁଅଛି। ମୋ’ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତେବେଳେ ସୁସମାଗ୍ଭର ପ୍ରଗ୍ଭର କରେ, ସେତେବେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପାରେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center