Revised Common Lectionary (Complementary)
ଏକ ଆରୋହଣ ଗୀତ।
121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
3 ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
4 ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
କି କେବେ ଶୋଇବେ ନାହିଁ।
5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
6 ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ଯାକୁବ ଏବଂ ଲାବନର ଚୁକ୍ତି
43 ଲାବନ ଯାକୁବକୁ କହିଲେ, “ତୁମ୍ଭ ସ୍ତ୍ରୀମାନେ ମୋର କନ୍ୟା ଏବଂ ଏହି ପିଲାମାନେ ମଧ୍ୟ ମୋର। ଏବଂ ଏସମସ୍ତ ପଶୁମାନେ ମଧ୍ୟ ମୋର। ଏଠାରେ ଯେତେ ସବୁ ଦେଖୁଛ ତାହା ସବୁ ମୋର। ଏଣୁ ମୋର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ଜନ୍ମତି ସନ୍ତାନମାନଙ୍କୁ ମୁଁ କ’ଣ କରିବି? 44 ତେଣୁ ଆମ୍ଭେ ଦୁହେଁ ଚୁକ୍ତି ସ୍ଥିର କରିବା, ତାହା ଆମ୍ଭମାନଙ୍କର ସାକ୍ଷୀ ହେବ।”
45 ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲେ। 46 ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହକର, ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସେହି ସ୍ଥାନରେ ସେହି ପଥରଗଦା ଉପରେ ଭୋଜନ କଲେ। 47 ଲାବନ ସେହି ସ୍ଥାନର ନାମ ଦେଲେ ଯିଗର୍-ସାହଦୂଥା[a] କିନ୍ତୁ ଯାକୁବ ସେହି ସ୍ଥାନର ନାମ ରଖିଲେ ଗଲ-ୟଦ।
48 ଲାବନ ଯାକୁବକୁ କହିଲେ, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା” ଯେଉଁଥିପାଇଁ ତାହାର ନାମ ଗଲ-ୟଦ ଓ ମିସ୍ପା ରଖିଲେ।
49 ଏହା ପରେ ଲାବନ କହିଲେ, “ସଦାପ୍ରଭୁ ଆମ୍ଭର ପର୍ଯ୍ୟବେକ୍ଷଣ କରନ୍ତୁ ଏବଂ ଆମ୍ଭର ମଧ୍ୟସ୍ଥ ହୁଅନ୍ତୁ।” ଯେତେବେଳେ ଆମ୍ଭେମାନେ ପରସ୍ପରଠାରୁ ଦୂରରେ ରହିବୁ। ତା'ପରେ ସେ ଏହାକୁ ମଧ୍ୟ ଡାକିଲେ: ମିସ୍ପା।
50 ଏହା ପରେ ଲାବନ କହିଲେ, “ଯଦି ତୁମ୍ଭେ ମୋର କନ୍ୟାମାନଙ୍କୁ ଆଘାତ କର ତେବେ ପରମେଶ୍ୱର ତୁମ୍ଭକୁ ଆଘାତ ଦେବେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନେରଖ, ପରମେଶ୍ୱର ଦେଖୁଛନ୍ତି। 51 ଏହିଠାରେ ଯେଉଁ ରାଶି ପୋତା ଯାଇଅଛି ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ସ୍ଥାପିତ ଏହି ସ୍ତମ୍ଭ ଦେଖ ଯାହାକି ଆମ୍ଭେ ଚୁକ୍ତି କରିଛୁ। 52 ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ। ତୁମ୍ଭେ ମଧ୍ୟ ଏହାକୁ ପାର ହୋଇ ମୋ’ ନିକଟକୁ ଆସିବ ନାହିଁ। ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ। 53 ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।”
ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇସ୍ହାକଙ୍କର “ଭୟ ବୋଲି କହୁଥିଲେ”। 54 ଏହା ପରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡାକିଲେ। ତହିଁରେ ସେମାନେ ଭୋଜନ କରି ପର୍ବତରେ ରାତ୍ରିସାରା ରହିଲେ। 55 ଏହା ପରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ। ଏହିରୂପେ ଲାବନ ସ୍ୱସ୍ଥାନକୁ ଫେରିଗଲେ।
ଏଷୌଙ୍କ ସହିତ ପୁନର୍ମିଳନ
32 ଏଣୁ ଯାକୁବ ସେହିସ୍ଥାନ ଛାଡ଼ିଲେ। ସେ ଯିବା ବାଟରେ ପରମେଶ୍ୱରଙ୍କ ଦୂତମାନେ ତାଙ୍କୁ ଭେଟିଲେ। 2 ଯେତେବେଳେ ଯାକୁବ ସେମାନଙ୍କୁ ଦେଖିଲେ, ସେ କହିଲେ, “ଏହା ହେଉଛି ପରମେଶ୍ୱରଙ୍କର ଛାଉଣି” ତେଣୁ ଯାକୁବ ସେହି ସ୍ଥାନର ନାମ ମହନୟିମ୍ ରଖିଲେ।
ଜଣେ ଅନୁମୋଦିତ କାର୍ଯ୍ୟକାରୀ
14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ। 15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସତ୍ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।
16 ପରମେଶ୍ୱରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂରରେ ରୁହ। ସେଭଳି କଥା ପରମେଶ୍ୱରଙ୍କଠାରୁ ଅଧିକରୁ ଅଧିକ ଦୂରେଇ ନେବ। 17 ଶରୀର ଭିତରେ ରୋଗ ବ୍ୟାପିଲା ଭଳି ସେମାନଙ୍କର ମନ୍ଦ ଶିକ୍ଷା ବ୍ୟାପି ଯିବ। ହୁମନାୟ ଓ ଫିଲୀତ ହେଉଛନ୍ତି ସେହିଭଳି ଲୋକ। 18 ସେମାନେ ସତ୍ଶିକ୍ଷା ତ୍ୟାଗ କରିଛନ୍ତି। ସେମାନେ କୁହନ୍ତି ଯେ ମୃତ୍ୟୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସେହି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ୱାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ୱରଙ୍କ ଦୃଢ଼ ମୂଳଦୁଆ ସେହିଭଳି ରହିଛି।
19 ସେହି ବାକ୍ୟଗୁଡ଼ିକ ସେହି ମୂଳଦୁଆ ଉପରେ ଲେଖା ହୋଇଛି: “ଯେଉଁମାନେ ପ୍ରଭୁଙ୍କର ଲୋକ, ସେମାନଙ୍କୁ ପ୍ରଭୁ ଜାଣନ୍ତି।” ନିୟମ ଲିଖିତ ଶବ୍ଦଗୁଡ଼ିକ ମଧ୍ୟ ମୂଳଦୁଆ ଉପରେ ଲେଖାଯାଇଛି: “ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ୱାସ କରେ, ସେ ମନ୍ଦ କାମ ନ କରୁ।”
20 ଗୋଟିଏ ବଡ଼ ଘରେ ସୁନା ଓ ରୂପାର ଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ୟ ଥାଏ। କେତେକ ଜିନିଷ ବିଶେଷ ଉଦ୍ଦେଶ୍ୟ ପାଇଁ ବ୍ୟବହାର ହୁଏ। କେତେକ ଜିନିଷ ନୀଚ କାର୍ଯ୍ୟ ପାଇଁ ବ୍ୟବହାର ହୁଏ। 21 ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା'ହେଲେ ସେ ମୂଲ୍ୟବାନ କାମ ପାଇଁ ବିଶେଷ ଉପଯୋଗୀ ହେବ। ସେ ଲୋକ ପବିତ୍ର ହେବ। ମୁନିବ ତାହାକୁ ବ୍ୟବହାର କରି ପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।
22 ଯୁବକମାନେ ଯେଉଁସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସେଗୁଡ଼ିକରୁ ଦୂରରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ୱାସ, ପ୍ରେମ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ୱାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସେମାନଙ୍କ ସହିତ ମିଶି ଉକ୍ତ ଆଚରଣ କର। 23 ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂରରେ ରୁହ। ତୁମ୍ଭେ ଜାଣ ଯେ ସେହି ଯୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ। 24 ପ୍ରଭୁଙ୍କର ସେବକ ଯୁକ୍ତି କରିବା ଉଚିତ୍ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହେବା ଉଚିତ୍। ସେ ଜଣେ ଭଲ ଶିକ୍ଷକ ହେବା ଉଚିତ୍। ସେ ସହନଶୀଳ ହେଉ। 25 ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ। 26 ଶୟତାନ ସେମାନଙ୍କୁ ଫାନ୍ଦରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହୋଇପାରେ ଯେ ସେମାନେ ସଜାଗ ହେବେ ଓ ଶୟତାନର ସେହି କାର୍ଯ୍ୟ ଦେଖିବେ। ତା'ପରେ ସେମାନେ ଶୟତାନର ଫାନ୍ଦରୁ ମୁକ୍ତ ହେବେ।
2010 by World Bible Translation Center