Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।
57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
3 ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି। ସେଲା
4 ମୋର ଜୀବନ ସଙ୍କଟପୂର୍ଣ୍ଣ।
ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
ସେମାନଙ୍କର ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ।
5 ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
6 ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି। ସେଲା
7 ମୋର ହୃଦୟ ସ୍ଥିର ଅଟେ।
ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
8 ଜାଗ୍ରତ ହୁଅ, ହେ ମୋର ପ୍ରାଣ, ଜାଗ୍ରତ ହୁଅ!
ନେବଲ ଓ ବୀଣା, ଜାଗ୍ରତ ହୁଅ!
ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
9 ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।
2 ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା। 3 ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସୁନ୍ଦରୀ ଓ ବୁଦ୍ଧିମତୀ ମଧ୍ୟ ଥିଲା। କିନ୍ତୁ ନାବଲ ଭାରି ନିର୍ଦ୍ଦୟ ଓ ପାପିଷ୍ଠ ଥିଲା। ସେ କାଲେବ ପରିବାରର ଥିଲା।
4 ଦାଉଦ ମରୁଭୂମିରେ ଶୁଣିଲେ ଯେ ନାବଲ ଆପଣା ମେଣ୍ଢାମାନଙ୍କର ଲୋମ କାଟୁଅଛି। 5 ଦାଉଦ 10ଜଣ ଯୁବକଙ୍କୁ କହିଲେ ଶୁଣ, “କର୍ମିଲକୁ ଯାଅ ଓ ନାବଲକୁ ମୋର ‘ନମସ୍କାର’ ଜଣାଅ।” 6 ଦାଉଦ କହିଲେ ତୁମ୍ଭେ ଯାଇ ଏହିପରି କୁହ, ଯେ, “ତୁମ୍ଭେ ଚୀରଜୀବି ହୁଅ ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ। ତୁମ୍ଭର ସର୍ବସ୍ୱ ମଙ୍ଗଳ ହେଉ। 7 ମୁଁ ଶୁଣିଲି ତୁମ୍ଭର ମେଷପାଳକମାନେ ମେଷମାନଙ୍କର ଲୋମ କାଟୁଛନ୍ତି। କିଛି ସମୟ ପାଇଁ ତୁମ୍ଭର ମେଷପାଳକମାନେ ଆମ୍ଭ ସହିତ ଥିଲେ। ଆମ୍ଭେମାନେ ସେମାନଙ୍କର କୌଣସି କ୍ଷତି କରି ନାହୁଁ କି କର୍ମିଲରେ ଥିବା ସମୟରେ ସେମାନଙ୍କର କିଛି ହଜି ନାହିଁ। 8 ତୁମ୍ଭର ଗ୍ଭକରମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ ସତ କହିବେ। ମୋର ଯୁବକ ଲୋକମାନଙ୍କୁ ଦୟାକର। ଆମ୍ଭେମାନେ ଏହି ଖୁସୀ ସମୟରେ ତୁମ୍ଭ ପାଖକୁ ଆସିଛୁ। ବିନୟ କରୁଅଛୁ ତୁମ୍ଭେ ଯାହାପାର ଏମାନଙ୍କୁ ଦିଅ। ଦୟାକରି ତୁମ୍ଭେ ତୁମ୍ଭର ସାଙ୍ଗ[a] ଦାଉଦ ପାଇଁ ଏହା କର।”
9 ଦାଉଦଙ୍କର ଲୋକମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହିଲେ। 10 ନାବଲ ଦାଉଦଙ୍କ ଲୋକମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମୁନିବଠାରୁ ପଳାଇଯାଇ ବୁଲୁଛନ୍ତି। 11 ମୁଁ କ’ଣ ନିଜର ରୋଟୀ, ନିଜର ଜଳ ଓ ନିଜର ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁ ଅଜ୍ଞାନ ଲୋକମାନଙ୍କୁ ଦେବି?”
12 ଦାଉଦର ଲୋକମାନେ ନିଜ ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେ ସବୁ କଥା ତାଙ୍କୁ ଜଣାଇଲେ। 13 ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜ ନିଜର ଖଡ଼୍ଗ ବାନ୍ଧ,” ତେଣୁ ସେମାନେ ନିଜ ନିଜର ଖଡ଼୍ଗ ବାନ୍ଧିଲେ, ଦାଉଦ ମଧ୍ୟ ନିଜର ଖଡ଼୍ଗ ବାନ୍ଧିଲେ, ଦାଉଦଙ୍କ ସହିତ 400 ଲୋକ ଗଲେ ଓ 200 ଲୋକ ସାମଗ୍ରୀ ପାଖରେ ରହିଲେ।
ଅବୀଗଲ କଷ୍ଟକୁ ନିବାରଣ କଲା
14 ଯୁବକମାନଙ୍କ ମଧ୍ୟରୁ ଜଣେ ନାବଲର ସ୍ତ୍ରୀ ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ଶୁଭେଚ୍ଛା ଜଣେଇବା ନିମନ୍ତେ ମରୁଭୂମିରୁ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସେମାନଙ୍କୁ ଖରାପ ଭାବିଲେ। 15 ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ଆମ୍ଭେମାନେ କ୍ଷେତ୍ରରେ ମେଣ୍ଢାଙ୍କୁ ନେଇ ଥିବା ସମୟରେ ଦାଉଦଙ୍କର ଲୋକମାନେ ଆମ ସହିତ ଥିଲେ। ସେମାନେ ଆମର କିଛି ନେଇ ନାହାନ୍ତି କି ଆମର କିଛି କ୍ଷତି କରି ନାହାନ୍ତି। 16 ଦାଉଦର ଲୋକମାନେ ଆମ୍ଭମାନଙ୍କୁ ଦିନରାତି ସର୍ବଦା ନିରାପତ୍ତା ଦେଇଛନ୍ତି। ଆମ୍ଭେ ଯେତେବେଳେ ମେଷମାନଙ୍କୁ ନେଇ କ୍ଷେତରେ ଥିବା ସମୟରେ ସେମାନେ ଆମର ଚତୁର୍ଦ୍ଦିଗରେ ପ୍ରାଚୀର ସଦୃଶ ଥିଲେ। 17 ବର୍ତ୍ତମାନ ଚିନ୍ତାକର ଓ କ’ଣ କରାଯାଇ ପାରିବ ସ୍ଥିର କର। ଆମର ସ୍ୱାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସୁଅଛି। ଏପରି ଦୁଷ୍ଟ ବ୍ୟକ୍ତିକୁ କେହି କିଛି କହି ନ ପାରେ, କାଳେ ସେ ତା'ର ମନ ପରିବର୍ତ୍ତନ କରିବ।”
18 ଅବୀଗଲ ଶୀଘ୍ର 200 ରୋଟୀ, ଦୁଇ କୁମ୍ଫା ଦ୍ରାକ୍ଷାରସ ଓ ପାଞ୍ଚୋଟି ମେଷର ମାଂସ ତରକାରୀ ଓ ପାଞ୍ଚ ଗୋଉଣୀ ଭଜା ଶସ୍ୟ ଓ 100 ପେଣ୍ଡା ଦ୍ରାକ୍ଷାରସ ଓ 200 ଡିମ୍ବିରି ପିଠା ନେଇ ଗଧମାନଙ୍କ ପିଠିରେ ଲଦିଲା। 19 ତା'ପରେ ଅବୀଗଲ ତା'ର ଦାସମାନଙ୍କୁ କହିଲା, “ମୋ’ ଆଗେ ଆଗେ ଗ୍ଭଲ, ଦେଖ, ମୁଁ ତୁମ୍ଭ ପଛେ ପଛେ ଯାଉଛି।” କିନ୍ତୁ ସେ ତା'ର ସ୍ୱାମୀକୁ ଏ କଥା ଜଣାଇଲା ନାହିଁ।
20 ଅବୀଗଲ ଗଧ ପିଠିରେ ଚଢ଼ି ପର୍ବତର ତଳକୁ ଆସନ୍ତେ ସେ ଦେଖିଲେ, ଦାଉଦ ଓ ସେମାନଙ୍କର ଲୋକମାନେ ତା'ର ବିପରୀତ ଦିଗରୁ ଆସୁଛନ୍ତି।
21 ଦାଉଦ ଅବୀଗଲଙ୍କୁ ଦେଖିବା ପୂର୍ବରୁ କହୁଥିଲେ, “ମୁଁ ନାବଲର ସମ୍ପତ୍ତିକୁ ମରୁଭୂମିରେ ଜଗିଲି। ମୁଁ ଭାବୁଥିଲି ଏହାର ଗୋଟିଏ ହେଲେ ମେଷ ନ ହଜୁ। ମୁଁ ଏହା କରୁଥିଲି ମୋର କିଛି ସ୍ୱାର୍ଥ ନ ଥିଲା। କିନ୍ତୁ ତା'ର ସବୁ ମଙ୍ଗଳ ପାଇଁ କରୁଥିଲି। କିନ୍ତୁ ସେ ମୋ’ ପ୍ରତି ଖରାପ ବ୍ୟବହାର ଦେଖାଇଲା। 22 ଯଦି ତା’ ପରଦିନ ସକାଳ ପର୍ଯ୍ୟନ୍ତ ନାବଲ ପରିବାରର ଗୋଟିଏ ବି ଲୋକକୁ ମୁଁ ବଞ୍ଚିବାକୁ ଦିଏ, ତାହାହେଲେ ପରମେଶ୍ୱର ମୋତେ ଦଣ୍ତ ଦିଅନ୍ତୁ।”
ଖ୍ରୀଷ୍ଟିୟାନମାନଙ୍କ ମଧ୍ୟରେ ବିବାଦର ମୀମାଂସା
6 ଯେତେବେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ୱାସୀ ବିରୁଦ୍ଧରେ ଅଭିଯୋଗ ଥାଏ, ସେତେବେଳେ ତୁମ୍ଭେମାନେ କାହିଁକି ବିଗ୍ଭରାଳୟର ବିଗ୍ଭରପତି ନିକଟକୁ ଯାଅ? ପରମେଶ୍ୱରଙ୍କ ଦୃଷ୍ଟିରେ ସେମାନେ ଧାର୍ମିକ ନୁହନ୍ତି। ତେଣୁ ସୁବିଗ୍ଭର ନିମନ୍ତେ ପରମେଶ୍ୱରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ଯିବାକୁ ଲଜ୍ଜାବୋଧ ହୁଏ ନାହିଁ କି? 2 ତୁମ୍ଭେମାନେ ଅବଶ୍ୟ ଜାଣିଛ ଯେ ପରମେଶ୍ୱରଙ୍କର ଲୋକମାନେ ଜଗତର ବିଗ୍ଭର କରିବେ। ଅତଏବ, ଯଦି ତୁମ୍ଭେମାନେ ଜଗତର ବିଗ୍ଭର କରିବ, ତା'ହେଲେ ଏହିଭଳି ଛୋଟ ଛୋଟ କଥାଗୁଡ଼ିକର ବିଗ୍ଭର କ’ଣ ତୁମ୍ଭେମାନେ କରି ପାରିବ ନାହିଁ? 3 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଭବିଷ୍ୟତରେ ଆମ୍ଭେ ସ୍ୱର୍ଗଦୂତମାନଙ୍କର ମଧ୍ୟ ବିଗ୍ଭର କରିବା। ତା'ହେଲେ ନିଶ୍ଚିତରେ ତୁମ୍ଭେମାନେ ଏହି ଜାଗତିକି ବିଷୟ ଗୁଡ଼ିକର ବିଗ୍ଭର କରି ପାରିବ। 4 ଅତଏବ, ଯଦି ତୁମ୍ଭମାନଙ୍କ ଭିତରେ କିଛି ବିବାଦ ଅଛି, ତାହାହେଲେ ତୁମ୍ଭେମାନେ କାହିଁକି ମଣ୍ଡଳୀ ବାହାରର ଲୋକଙ୍କ ନିକଟକୁ ସେଥିର ମୀମାଂସା ପାଇଁ ଯିବ? ଏହି ଲୋକମାନେ ମଣ୍ଡଳୀ ଦୃଷ୍ଟିରୁ ନଗନ୍ୟ। 5 ମୁଁ ତୁମ୍ଭକୁ ଲଜ୍ଜା ଦେବା ପାଇଁ ଏପରି କହୁଛି। ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କ ମଧ୍ୟରେ ଥିବା ବିବାଦର ବିଗ୍ଭର କରିବାକୁ ତୁମ୍ଭମାନଙ୍କ ଭିତରେ କ’ଣ ଜଣେ ହେଲେ ଜ୍ଞାନୀ ଲୋକ ନାହିଁ? 6 କିନ୍ତୁ ଏବେ ଜଣେ ଭାଇ ଅନ୍ୟଭାଇ ବିରୁଦ୍ଧରେ ଅଦାଲତକୁ ଯାଉଛି, ଓ ଅବିଶ୍ୱାସୀ ଲୋକଙ୍କୁ ବିବାଦ ସମାଧାନ ପାଇଁ ସୁଯୋଗ ଦେଉଛି।
7 ତୁମ୍ଭମାନଙ୍କ ଭିତରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭେମାନେ ପରାଜିତ ହୋଇ ସାରିଛ। ତା’ ଅପେକ୍ଷା ଅନ୍ୟ କେହି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଥିଲେ ଭଲ ହୋଇଥା’ନ୍ତା। 8 ତା’ ପରିବର୍ତ୍ତେ ତୁମ୍ଭେମାନେ ନିଜେ ନିଜ ପ୍ରତି ଅନ୍ୟାୟ କରୁଛ ଓ ଠକୁଛ। ଖ୍ରୀଷ୍ଟରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ମଧ୍ୟ ଅନ୍ୟାୟ କରୁଛ।
9-10 ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। 11 ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।
2010 by World Bible Translation Center