Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 57

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।

57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
    ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
    ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
    ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
    ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
    ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି। ସେଲା

ମୋର ଜୀବନ ସଙ୍କଟପୂର୍ଣ୍ଣ।
    ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
    ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
    ସେମାନଙ୍କର ଜିହ୍ୱା ତୀ‌କ୍ଷ୍‌ଣ ଖ‌ଡ଼୍‌ଗ ତୁଲ୍ୟ।

ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
    ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
    ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
    କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି। ସେଲା

ମୋର ହୃଦୟ ସ୍ଥିର ଅଟେ।
    ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
    ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
ଜାଗ୍ରତ ହୁଅ, ହେ ମୋର ପ୍ରାଣ, ଜାଗ୍ରତ ହୁଅ!
    ନେବଲ ଓ ବୀଣା, ଜାଗ୍ରତ ହୁଅ!
    ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
    ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
    ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
    ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 25:23-35

23 ଠିକ୍ ସେହି ସମୟରେ ଅବୀଗଲ ପହଞ୍ଚିଗଲା, ଯେତେବେଳେ ଅବୀଗଲ ଦାଉଦଙ୍କୁ ଦେଖିଲା, ସେ ସଙ୍ଗେ ସଙ୍ଗେ ଗଧ ପିଠିରୁ ଓହ୍ଲାଇ ପଡ଼ି ନତମସ୍ତକ ହୋଇ ଦାଉଦ ସମ୍ମୁଖରେ ସମ୍ମାନ ଜଣାଇଲା। 24 ଅବୀଗଲ ଦାଉଦଙ୍କ ଚରଣରେ ପଡ଼ି କହିଲା, “ହେ ମୋର ପ୍ରଭୁ, ମୋର କଥା ଟିକେ ଶୁଣନ୍ତୁ। ଯାହାସବୁ ଘଟିଗଲା, ସେଥିରେ ମୋତେ ଦୋଷ ଦିଅନ୍ତୁ। 25 ତୁମ୍ଭେ ପଠାଇଥିବା ଲୋକମାନଙ୍କୁ ମୁଁ ଆଦୌ ଦେଖି ନାହିଁ। ସେପରି ଅଜ୍ଞାନ ବ୍ୟକ୍ତିର କଥାକୁ ଧର ନାହିଁ। ସେ ତା'ର ନାମକୁ ସାର୍ଥକ କରିଛି। ତା'ର ନାମ ନାବଲ ଯାହାର ଅର୍ଥ ‘ମୂର୍ଖ’ ଠିକ୍ ସେହିପରି ସେ ମୂର୍ଖମାନଙ୍କ ପରି ବ୍ୟବହାର କରିଛି। 26 ହେ ମୋର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ଯାଏ ତୁମ୍ଭର ଶତ୍ରୁମାନେ ଯେଉଁମାନେ ତୁମ୍ଭର କ୍ଷତି କରିବା ପାଇଁ ଗ୍ଭହାନ୍ତି, ସେମାନେ ନାବଲ ପରି ହୁଅନ୍ତୁ। 27 ବର୍ତ୍ତମାନ ମୁଁ ଆଣିଥିବା ଭେଟି, ଦୟାକରି ତୁମ୍ଭର ଲୋକମାନଙ୍କୁ ଦିଅ। 28 ଦୟାକରି ମୋତେ ମୋର କରିଥିବା ଦୋଷ ପାଇଁ କ୍ଷମା କର। ମୁଁ ଜାଣେ ସଦାପ୍ରଭୁ ତୁମ୍ଭ ପରିବାରକୁ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭେମାନେ ତାଙ୍କର ପ୍ରତିରୋଧରେ ଯୁଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ। 29 ଯଦି ଜଣେ ବ୍ୟକ୍ତି ତୁମ୍ଭକୁ ତାଡ଼ନା କରିବାକୁ ଓ ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀ ଖୋଲରୁ ପଥର ଫିଙ୍ଗି ଦେଲାପରି ଫିଙ୍ଗି ଦେବ। 30 ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିବା ପାଇଁ ପ୍ରତିଜ୍ଞା କରିଛନ୍ତି ଏବଂ ସେ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ଇସ୍ରାଏଲର ଶାସକ ରୂପେ ନିଯୁକ୍ତ କରିବେ। ଯେତେବେଳେ ସେ ମୋର ପ୍ରଭୁ ପ୍ରତି ସଫଳ କରି ତୁମ୍ଭକୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ। 31 ତୁମ୍ଭେ ନିରୀହମାନଙ୍କର ରକ୍ତପାତ ଦୋଷରେ ଦୋଷୀ ହେବ ନାହିଁ। ଯେତେବେଳେ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରୁଛନ୍ତି, ତୁମ୍ଭେ ତୁମ୍ଭର ଏହି ଦାସୀକୁ ମନେରଖ।”

32 ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋ’ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ। 33 ତୁମ୍ଭର ସୁବିଗ୍ଭର ଧନ୍ୟ ହେଉ ଓ ଆଜି ମୋତେ ନିରୀହମାନଙ୍କର ରକ୍ତପାତ କରିବାରୁ ମନା ହେଲା। ଏଥିପାଇଁ ତୁମ୍ଭର ମଙ୍ଗଳ ହେଉ। 34 ସଦାପ୍ରଭୁ ମୋତେ ତୁମ୍ଭକୁ ଆଘାତ କରିବାରୁ ବାରଣ କଲେ। ନିଶ୍ଚିତ ଭାବରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେପର୍ଯ୍ୟନ୍ତ ଅଛନ୍ତି, ଯଦି ତୁମ୍ଭେ ମୋତେ ସାକ୍ଷାତ କରିବା ପାଇଁ ଶୀଘ୍ର ଆସି ନ ଥା’ନ୍ତ, ପ୍ରତ୍ୟୁଷ ବେଳକୁ ନାବଲ ପରିବାର କେହି ଜଣେ ପୁରୁଷ ଜୀବିତ ରହି ନ ଥା’ନ୍ତା।”

35 ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାକୁ କହିଲେ, “ଭଲରେ ତୁମ୍ଭେ ଘରକୁ ଯାଅ, ଦେଖ, ମୁଁ ତୁମ୍ଭ କଥା ଶୁଣିଲି ଓ ତୁମ୍ଭକୁ ଗ୍ରହଣ କଲି।”

ଯାକୁବଙ୍କ ପତ୍ର 5:7-12

ଧୈର୍ଯ୍ୟବାନ ହୁଅ

ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଗ୍ଭଷୀ ଯେପରି ନିଜ କ୍ଷେତର ମୂଲ୍ୟବାନ ଶସ୍ୟ ବଢ଼ି ଉଠିବାକୁ ଧୈର୍ଯ୍ୟର ସହିତ ଆଶାରଖି, ଆରମ୍ଭ ଓ ଶେଷ ବର୍ଷା ପଡ଼ିବା ପର୍ଯ୍ୟନ୍ତ ଧୈର୍ଯ୍ୟର ସହିତ ଅପେକ୍ଷା କରେ, ତୁମ୍ଭେମାନେ ସେହିଭଳି ଧୈର୍ଯ୍ୟଶୀଳ ହେବା ଉଚିତ୍। ନିଜର ଆଶା ଛାଡ଼ିଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

10 ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସେମାନେ ଅନେକ ଯାତନା ସହି ଥିଲେ ହେଁ ଧୈର୍ଯ୍ୟବାନ ଥିଲେ। 11 ଆମ୍ଭେ କହୁଛୁ ଯେ, ଯେଉଁମାନେ ସେମାନଙ୍କର ଅସୁବିଧାଗୁଡ଼ିକୁ ଧୈର୍ଯ୍ୟର ସହିତ ଗ୍ରହଣ କଲେ, ସେମାନେ ବର୍ତ୍ତମାନ ଖୁସୀରେ ଅଛନ୍ତି। ତୁମ୍ଭେମାନେ ଆୟୁବଙ୍କର ଧୈର୍ଯ୍ୟ[a] କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହୋଇ ସାରିଲା ପରେ ପରମେଶ୍ୱର ତାହାଙ୍କୁ ସାହାଯ୍ୟ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣାରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।

ସାବଧାନ ରହି କଥା କୁହ

12 ମୋ’ ଭାଇ ଓ ଭଉଣୀମାନେ! ମନେରଖ ଯେକୌଣସି ପ୍ରତିଜ୍ଞା କଲାବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ ସ୍ୱର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। “ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ୟସ୍ତ ହେବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center