Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ, ତୁମ୍ଭର ପବିତ୍ର ତମ୍ବୁ[a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ। ସେଲା
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ[b] ଭ୍ରମଣ କରନ୍ତି।
ଅନାବୃଷ୍ଟି ଓ ମିଥ୍ୟା ଭବିଷ୍ୟଦ୍ବକ୍ତାଗଣ
14 ଅନାବୃଷ୍ଟି ବିଷୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 “ଯିହୁଦା ଶୋକ କରୁଅଛି
ଓ ତାହାର ନଗରର ଲୋକମାନେ କ୍ଷୀଣ ହୋଇଅଛନ୍ତି।
ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି
ଓ ଯିରୁଶାଲମର ଲୋକମାନେ ସାହାଯ୍ୟ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।
3 ସେମାନଙ୍କର କୁଳୀନମାନେ
ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି।
ସେମାନେ ଜଳାଶୟ ନିକଟକୁ ଯାଇ ଜଳ ପାଆନ୍ତି ନାହିଁ
ଓ ଶୂନ୍ୟପାତ୍ର ଘେନି ଫେରି ଆସନ୍ତି।
ସେମାନେ ଲଜ୍ଜିତ ଓ ଘବରା ହୋଇ
ଆପଣା ଆପଣା ମସ୍ତକ ଢାଙ୍କନ୍ତି।
4 ଦେଶରେ ଅନାବୃଷ୍ଟି ହେତୁ ଭୂମି ଫାଟି ଯିବାରୁ
କୃଷକମାନେ ବିବ୍ରତ ଓ ଲଜ୍ଜିତ ହୋଇ
ଆପଣା ଆପଣା ମସ୍ତକ ଢାଙ୍କିଛନ୍ତି।
5 ଏପରିକି ହରିଣୀ ନବଜାତ ଶାବକକୁ
ତୃଣ ଅଭାବରୁ ଛାଡ଼ି ଗ୍ଭଲିଯାଏ।
6 ପୁଣି ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ
ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି।
ତୃଣ ନ ଥିବାରୁ
ସେମାନଙ୍କ ଚକ୍ଷୁ କ୍ଷୀଣ ହୁଏ।”
ମରିୟମ ପରମେଶ୍ୱରଙ୍କ ସ୍ତୁତି କଲେ
46 ତା'ପରେ ମରିୟମ କହିଲେ,
“ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି।
47 ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।
48 ମୋର କିଛି ମହତ୍ତ୍ୱ ନାହିଁ,
କିନ୍ତୁ ପରମେଶ୍ୱର ମୋ’ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ।
ଆଜିଠାରୁ ସମସ୍ତେ ମୋତେ ଧନ୍ୟ କହିବେ।
49 କାରଣ ସର୍ବଶକ୍ତିମାନ ପରମେଶ୍ୱର ମୋ’ ପାଇଁ ମହାନ୍ କାର୍ଯ୍ୟ ସବୁ କରିଛନ୍ତି।
ତାହାଙ୍କର ନାମ ପବିତ୍ର ହେଉ।
50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି,
ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।
51 ସେ ତାହାଙ୍କର ବାହୁର ଶକ୍ତି ଦେଖାଇଛନ୍ତି।
ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସେମାନଙ୍କର ସମସ୍ତ ଯୋଜନା ଧ୍ୱଂସ କରିଦେଲେ।
52 ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ
ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦେଇ ତୃପ୍ତ କଲେ,
କିନ୍ତୁ ଧନୀ ଓ ସ୍ୱାର୍ଥପର ଲୋକଙ୍କୁ ଖାଲି ହାତରେ ଫେରାଇଦେଲେ।
54 ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ।
ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।
55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦେଖାଇବା ପାଇଁ ଦେଇଥିବା,
ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।”
2010 by World Bible Translation Center